1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୂଢ଼ ମନେ ମନେ କହିଅଛି, ପରମେଶ୍ଵର ନାହାନ୍ତି । ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ ।
|
2. ବିବେଚକ ଓ ପରମେଶ୍ଵରଙ୍କ ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ ।
|
3. ସେସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ ।
|
4. ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ ।
|