1. ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ, ତୁମ୍ଭେ ସୁନ୍ଦରୀ; ଘୁମୁଟା ତଳେ ତୁମ୍ଭ ନେତ୍ର କପୋତ ତୁଲ୍ୟ; ତୁମ୍ଭର କେଶ ଗିଲିୟଦ ପର୍ବତ ପାର୍ଶ୍ଵରେ ଆରାମକାରୀ ଛେଳିପଲ ତୁଲ୍ୟ ।
|
2. ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ ।
|
3. ତୁମ୍ଭର ଓଷ୍ଠାଧର ସିନ୍ଦୂରବର୍ଣ୍ଣ ସୂତ୍ର ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଘୁମୁଟା ତଳେ ତୁମ୍ଭ ଗଣ୍ତଦେଶ ଡାଳିମ୍ଵଖଣ୍ତ ତୁଲ୍ୟ ।
|
4. ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, ବୀରଗଣର ସକଳ ଢାଲ ଟଙ୍ଗାଗଲା ।
|
8. ଆଗୋ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, ମୋʼ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ଶନୀର ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ଵରରୁ, ଚିତାବାଘମାନଙ୍କ ପର୍ବତରୁ ଦୃଷ୍ଟିପାତ କର ।
|
9. ଆଗୋ ମୋହର ଭଗିନୀ, ଆଗୋ ମୋହର କନ୍ୟେ, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ ।
|
10. ଆଗୋ ମୋହର ଭଗିନୀ, ମୋହର କନ୍ୟେ, ତୁମ୍ଭର ପ୍ରେମ କିପରି ମନୋରମ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ!
|
11. ଆଗୋ ମୋହର କନ୍ୟେ, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ଵା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ ।
|
14. ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁର, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ ।
|
16. ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ ।
|