ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆମୋଷ
1. ସଦାପ୍ରଭୁ ଏହି କଥା କହନ୍ତି, ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତଣ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;
2. ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା କରୀୟୋଥର ଅଟ୍ଟାଳିକାସକଳ ଗ୍ରାସ କରିବ; ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ଵନି ସହିତ ପ୍ରାଣତ୍ୟାଗ କରିବ;
3. ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ଅଧିପତିସମସ୍ତଙ୍କୁ ସଂହାର କରିବା, ଏହା ସଦାପ୍ରଭୁ କହନ୍ତି।
4. ସଦାପ୍ରଭୁ ଏହି କଥା କହନ୍ତି; ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ,, ତଦ୍ଦ୍ଵାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
5. ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସକଳ ଗ୍ରାସ କରିବ ।
6. ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
7. ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀରେ ଗମନ କରନ୍ତି;
8. ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି-ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ତପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ଵରଙ୍କ ଗୃହରେ ପାନ କରନ୍ତି ।
9. ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ ।
10. ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।
11. ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ । ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, କି ଏପରି ହୋଇ ନାହିଁ?
12. ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍-ବାକ୍ୟ ପ୍ରଚାର କର ନାହିଁ ।
13. ଦେଖ, ହଳାରେ ପୂର୍ଣ୍ଣ ଶକଟ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା ।
14. ତହିଁରେ ଦ୍ରୁତଗାମୀର ପଳାୟନ-ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;
15. ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; ଯେ ଅଶ୍ଵାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ;
16. ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, ସେ ଉଲଙ୍ଗ ହୋଇ ସେଦିନ ପଳାଇ ଯିବ, ଏହା ସଦାପ୍ରଭୁ କହନ୍ତି ।

ରେକର୍ଡଗୁଡିକ

Total 9 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 9
1 2 3 4 5 6 7 8 9
1 ସଦାପ୍ରଭୁ ଏହି କଥା କହନ୍ତି, ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତଣ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା; 2 ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା କରୀୟୋଥର ଅଟ୍ଟାଳିକାସକଳ ଗ୍ରାସ କରିବ; ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ଵନି ସହିତ ପ୍ରାଣତ୍ୟାଗ କରିବ; 3 ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ଅଧିପତିସମସ୍ତଙ୍କୁ ସଂହାର କରିବା, ଏହା ସଦାପ୍ରଭୁ କହନ୍ତି। 4 ସଦାପ୍ରଭୁ ଏହି କଥା କହନ୍ତି; ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ,, ତଦ୍ଦ୍ଵାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି; 5 ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସକଳ ଗ୍ରାସ କରିବ । 6 ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି; 7 ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀରେ ଗମନ କରନ୍ତି; 8 ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି-ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ତପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ଵରଙ୍କ ଗୃହରେ ପାନ କରନ୍ତି । 9 ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ । 10 ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ। 11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ । ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, କି ଏପରି ହୋଇ ନାହିଁ? 12 ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍-ବାକ୍ୟ ପ୍ରଚାର କର ନାହିଁ । 13 ଦେଖ, ହଳାରେ ପୂର୍ଣ୍ଣ ଶକଟ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା । 14 ତହିଁରେ ଦ୍ରୁତଗାମୀର ପଳାୟନ-ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ; 15 ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; ଯେ ଅଶ୍ଵାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ; 16 ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, ସେ ଉଲଙ୍ଗ ହୋଇ ସେଦିନ ପଳାଇ ଯିବ, ଏହା ସଦାପ୍ରଭୁ କହନ୍ତି ।
Total 9 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 9
1 2 3 4 5 6 7 8 9
×

Alert

×

Oriya Letters Keypad References