ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆମୋଷ
1. ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, ଦ୍ଵାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ତାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ତ ଖଣ୍ତ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ଼୍‍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ ।
2. ସେମାନେ ଖୋଳି ପାତାଳ ପର୍ଯ୍ୟନ୍ତ ଗଲେ ହେଁ ସେଠାରୁ ଆମ୍ଭର ହସ୍ତ ସେମାନଙ୍କୁ ଧରି ଆଣିବ ଓ ସେମାନେ ଆକାଶ ପର୍ଯ୍ୟନ୍ତ ଉଠିଲେ ହେଁ ଆମ୍ଭେ ସେସ୍ଥାନରୁ ସେମାନଙ୍କୁ ତଳକୁ ଆଣିବା ।
3. ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ ଆମ୍ଭେ ସେସ୍ଥାନରୁ ଅନୁସନ୍ଧାନ କରି ସେମାନଙ୍କୁ ଧରି ଆଣିବା ଓ ସେମାନେ ଆମ୍ଭ ଦୃଷ୍ଟିରୁ ସମୁଦ୍ରର ତଳେ ଲୁଚିଲେ ହେଁ ଆମ୍ଭେ ସେସ୍ଥାନରେ ସର୍ପକୁ ଆଜ୍ଞା କରିବା, ତହିଁରେ ସେ ସେମାନଙ୍କୁ ଦଂଶନ କରିବ ।
4. ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ଵ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ଼୍‍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।
5. କାରଣ ଯେ ପୃଥିବୀକୁ ସ୍ପର୍ଶ କରନ୍ତେ, ତାହା ତରଳି ଯାଏ, ଆଉ ତନ୍ନିବାସୀ ସମସ୍ତେ ଶୋକ କରନ୍ତି; ସେ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଅଟନ୍ତି; ପୁଣି, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ପରି ବଢ଼ି ଉଠିବ ଓ ମିସରର ନଦୀ ତୁଲ୍ୟ ପୁନର୍ବାର ହ୍ରାସ ହେବ;
6. ଯେ ଆକାଶରେ ଆପଣା କୋଠରୀ-ଶ୍ରେଣୀ ନିର୍ମିାଣ କରନ୍ତି ଓ ପୃଥିବୀ ଉପରେ ଆପଣା ଚନ୍ଦ୍ରାତପ ସ୍ଥାପନ କରିଅଛନ୍ତି; ଯେ ସମୁଦ୍ରର ଜଳସମୂହକୁ ଡାକି ପୃଥିବୀ ଉପରେ ଢାଳନ୍ତି; ତାହାଙ୍କର ନାମ ସଦାପ୍ରଭୁ ।
7. ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ନିକଟରେ କି କୂଶୀୟ ସନ୍ତାନଗଣର ତୁଲ୍ୟ ନୁହଁ? ଆମ୍ଭେ କି ଇସ୍ରାଏଲକୁ ମିସର ଦେଶରୁ ଓ ପଲେଷ୍ଟୀୟମାନଙ୍କୁ କପ୍ତୋର ଦେଶରୁ ଓ ଅରାମୀୟମାନଙ୍କୁ କୀର୍ ଦେଶରୁ ଆଣି ନାହୁଁ?
8. ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା; କେବଳ ଯାକୁବ-ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ, ଏହା ସଦାପ୍ରଭୁ କହନ୍ତି ।
9. କାରଣ ଦେଖ, ଆମ୍ଭେ ଆଜ୍ଞା କରିବା ଓ ଆମ୍ଭେ ଯାବତୀୟ ଗୋଷ୍ଠୀ ମଧ୍ୟରେ ଇସ୍ରାଏଲବଂଶକୁ ଚାଲୁଣୀର ଶସ୍ୟ ଚଲାଇବା ପରି ଚଲାଇବା, ତଥାପି ଏକ କଣିକା ଭୂମିରେ ପଡ଼ିବ ନାହିଁ ।
10. ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି, ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ; କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ, ସେସମସ୍ତେ ଖଡ଼୍‍ଗ ଦ୍ଵାରା ହତ ହେବେ ।
11. ସେଦିନ ଆମ୍ଭେ ଦାଉଦର ପତିତ ତମ୍ଵୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା-ସ୍ଥାନସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
12. ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ ଓ ଯାବତୀୟ ଗୋଷ୍ଠୀକି ଅଧିକାର କରିବେ, ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି ।
13. ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବାପକର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ କ୍ଷରଣ କରିବେ, ଆଉ ଉପପର୍ବତସକଳ ତରଳି ଯିବେ ।
14. ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ଵଂସିତ ନଗରସବୁ ପୁନର୍ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ ।
15. ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା, ତହିଁରେ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନେ ଆଉ ଉତ୍ପାଟିତ ନୋହିବେ, ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ଵର କହନ୍ତି ।

ରେକର୍ଡଗୁଡିକ

Total 9 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 9 / 9
1 2 3 4 5 6 7 8 9
1 ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, ଦ୍ଵାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ତାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ତ ଖଣ୍ତ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ଼୍‍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ ।
2 ସେମାନେ ଖୋଳି ପାତାଳ ପର୍ଯ୍ୟନ୍ତ ଗଲେ ହେଁ ସେଠାରୁ ଆମ୍ଭର ହସ୍ତ ସେମାନଙ୍କୁ ଧରି ଆଣିବ ଓ ସେମାନେ ଆକାଶ ପର୍ଯ୍ୟନ୍ତ ଉଠିଲେ ହେଁ ଆମ୍ଭେ ସେସ୍ଥାନରୁ ସେମାନଙ୍କୁ ତଳକୁ ଆଣିବା । 3 ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ ଆମ୍ଭେ ସେସ୍ଥାନରୁ ଅନୁସନ୍ଧାନ କରି ସେମାନଙ୍କୁ ଧରି ଆଣିବା ଓ ସେମାନେ ଆମ୍ଭ ଦୃଷ୍ଟିରୁ ସମୁଦ୍ରର ତଳେ ଲୁଚିଲେ ହେଁ ଆମ୍ଭେ ସେସ୍ଥାନରେ ସର୍ପକୁ ଆଜ୍ଞା କରିବା, ତହିଁରେ ସେ ସେମାନଙ୍କୁ ଦଂଶନ କରିବ । 4 ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ଵ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ଼୍‍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା। 5 କାରଣ ଯେ ପୃଥିବୀକୁ ସ୍ପର୍ଶ କରନ୍ତେ, ତାହା ତରଳି ଯାଏ, ଆଉ ତନ୍ନିବାସୀ ସମସ୍ତେ ଶୋକ କରନ୍ତି; ସେ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଅଟନ୍ତି; ପୁଣି, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ପରି ବଢ଼ି ଉଠିବ ଓ ମିସରର ନଦୀ ତୁଲ୍ୟ ପୁନର୍ବାର ହ୍ରାସ ହେବ; 6 ଯେ ଆକାଶରେ ଆପଣା କୋଠରୀ-ଶ୍ରେଣୀ ନିର୍ମିାଣ କରନ୍ତି ଓ ପୃଥିବୀ ଉପରେ ଆପଣା ଚନ୍ଦ୍ରାତପ ସ୍ଥାପନ କରିଅଛନ୍ତି; ଯେ ସମୁଦ୍ରର ଜଳସମୂହକୁ ଡାକି ପୃଥିବୀ ଉପରେ ଢାଳନ୍ତି; ତାହାଙ୍କର ନାମ ସଦାପ୍ରଭୁ । 7 ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ନିକଟରେ କି କୂଶୀୟ ସନ୍ତାନଗଣର ତୁଲ୍ୟ ନୁହଁ? ଆମ୍ଭେ କି ଇସ୍ରାଏଲକୁ ମିସର ଦେଶରୁ ଓ ପଲେଷ୍ଟୀୟମାନଙ୍କୁ କପ୍ତୋର ଦେଶରୁ ଓ ଅରାମୀୟମାନଙ୍କୁ କୀର୍ ଦେଶରୁ ଆଣି ନାହୁଁ? 8 ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା; କେବଳ ଯାକୁବ-ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ, ଏହା ସଦାପ୍ରଭୁ କହନ୍ତି । 9 କାରଣ ଦେଖ, ଆମ୍ଭେ ଆଜ୍ଞା କରିବା ଓ ଆମ୍ଭେ ଯାବତୀୟ ଗୋଷ୍ଠୀ ମଧ୍ୟରେ ଇସ୍ରାଏଲବଂଶକୁ ଚାଲୁଣୀର ଶସ୍ୟ ଚଲାଇବା ପରି ଚଲାଇବା, ତଥାପି ଏକ କଣିକା ଭୂମିରେ ପଡ଼ିବ ନାହିଁ । 10 ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି, ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ; କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ, ସେସମସ୍ତେ ଖଡ଼୍‍ଗ ଦ୍ଵାରା ହତ ହେବେ । 11 ସେଦିନ ଆମ୍ଭେ ଦାଉଦର ପତିତ ତମ୍ଵୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା-ସ୍ଥାନସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା; 12 ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ ଓ ଯାବତୀୟ ଗୋଷ୍ଠୀକି ଅଧିକାର କରିବେ, ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି । 13 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବାପକର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ କ୍ଷରଣ କରିବେ, ଆଉ ଉପପର୍ବତସକଳ ତରଳି ଯିବେ । 14 ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ଵଂସିତ ନଗରସବୁ ପୁନର୍ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ । 15 ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା, ତହିଁରେ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନେ ଆଉ ଉତ୍ପାଟିତ ନୋହିବେ, ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ଵର କହନ୍ତି ।
Total 9 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 9 / 9
1 2 3 4 5 6 7 8 9
×

Alert

×

Oriya Letters Keypad References