ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଏବ୍ରୀମାନଙ୍କ ନିକଟକୁ ପତ୍ର
1. ଭ୍ରାତୃପ୍ରେମ ସ୍ଥିର ହୋଇଥାଉ ।
2. ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ଦ୍ଵାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି ।
3. ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ଵରୂପେ ଜ୍ଞାନ କରି ପୁଣି ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର ।
4. ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ଵର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ ।
5. ଆଚାରବ୍ୟବହାରରେ ଧନଲୋଭଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ” ।
6. ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିବ?
7. ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ଵାସର ଅନୁକାରୀ ହୁଅ ।
8. ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଚିରକାଳ ସମାନ ଅଟନ୍ତି ।
9. ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ଵାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ଵାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହୋଇ ନାହିଁ ।
10. ଯେଉଁ ଯଜ୍ଞ ବେଦିର ସାମଗ୍ରୀ ତମ୍ଵୁର ଉପାସକ-ମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ଯଜ୍ଞବେଦି ଅଛି ।
11. କାରଣ ଯେଉଁସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ଵରୂପେ ମହାଯାଜକଙ୍କ ଦ୍ଵାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ ।
12. ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ଵାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ଵାରର ବାହାରେ ମୃତ୍ୟୁଭୋଗ କଲେ ।
13. ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟକରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ ।
14. କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଆଗାମୀ ନଗରର ଅନ୍ଵେଷଣ କରୁଅଛୁ ।
15. ଏଣୁ ଆସ, ତାହାଙ୍କ ଦ୍ଵାରା ଆମ୍ଭେମାନେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ଵୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ ।
16. ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ଵରଙ୍କର ପରମ ସନ୍ତୋଷ ।
17. ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ଵନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରି ପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ ।
18. ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ଵାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ ।
19. ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି ।
20. ଯେଉଁ ଶାନ୍ତିଦାତା ଈଶ୍ଵର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
21. ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ । ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍ ।
22. ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି ।
23. ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇଅଛନ୍ତି ବୋଲି ଜାଣିବ; ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବି ।
24. ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ । ଯେଉଁମାନେ ଇତାଲିଆରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି ।
25. ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ ।
Total 13 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 13
1 2 3 4 5 6 7 8 9 10 11 12 13
1 ଭ୍ରାତୃପ୍ରେମ ସ୍ଥିର ହୋଇଥାଉ । 2 ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ଦ୍ଵାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି । 3 ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ଵରୂପେ ଜ୍ଞାନ କରି ପୁଣି ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର । 4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ଵର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ । 5 ଆଚାରବ୍ୟବହାରରେ ଧନଲୋଭଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ” । 6 ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିବ? 7 ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ଵାସର ଅନୁକାରୀ ହୁଅ । 8 ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଚିରକାଳ ସମାନ ଅଟନ୍ତି । 9 ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ଵାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ଵାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହୋଇ ନାହିଁ । 10 ଯେଉଁ ଯଜ୍ଞ ବେଦିର ସାମଗ୍ରୀ ତମ୍ଵୁର ଉପାସକ-ମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ଯଜ୍ଞବେଦି ଅଛି । 11 କାରଣ ଯେଉଁସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ଵରୂପେ ମହାଯାଜକଙ୍କ ଦ୍ଵାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ । 12 ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ଵାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ଵାରର ବାହାରେ ମୃତ୍ୟୁଭୋଗ କଲେ । 13 ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟକରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ । 14 କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଆଗାମୀ ନଗରର ଅନ୍ଵେଷଣ କରୁଅଛୁ । 15 ଏଣୁ ଆସ, ତାହାଙ୍କ ଦ୍ଵାରା ଆମ୍ଭେମାନେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ଵୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ । 16 ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ଵରଙ୍କର ପରମ ସନ୍ତୋଷ । 17 ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ଵନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରି ପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ । 18 ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ଵାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ । 19 ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି । 20 ଯେଉଁ ଶାନ୍ତିଦାତା ଈଶ୍ଵର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ; 21 ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ । ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍ । 22 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି । 23 ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇଅଛନ୍ତି ବୋଲି ଜାଣିବ; ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବି । 24 ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ । ଯେଉଁମାନେ ଇତାଲିଆରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି । 25 ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ ।
Total 13 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 13
1 2 3 4 5 6 7 8 9 10 11 12 13
×

Alert

×

Oriya Letters Keypad References