1. ଏଥିରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା,
2. ପ୍ରଭୁତ୍ଵ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି ।
3. ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ?
4. ତେବେ ମନୁଷ୍ୟ କିରୂପେ ପରମେଶ୍ଵରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ? ଅବା ସ୍ତ୍ରୀଜାତ ଲୋକ କିରୂପେ ଶୁଚି ହୋଇ ପାରିବ?
5. ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହଁନ୍ତି;
6. ତେବେ କୀଟମାତ୍ର ମନୁଷ୍ୟ କʼଣ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?