4. ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ଵର ଊର୍ଦ୍ଧ୍ଵରୁ ତହିଁର ତତ୍ତ୍ଵ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ ।
|
5. ଅନ୍ଧକାର ଓ ମୃତ୍ୟୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ ।
|
6. ନିବିଡ଼ ଅନ୍ଧକାର ସେହି ରାତ୍ରିକି ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସସଂଖ୍ୟା ମଧ୍ୟରେ ନ ଆସୁ ।
|
9. ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ;
|
14. ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ, ଏପରି ରାଜା ଓ ପୃଥିବୀର ମନ୍ତ୍ରୀଗଣ ସହିତ ଥାʼନ୍ତି;
|
15. ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ଵର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥାʼନ୍ତି;
|
16. ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇ ଥାʼନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥାʼନ୍ତି ।
|
21. ସେମାନେ ମରଣ ଆକାଂକ୍ଷା କରନ୍ତି, ମାତ୍ର ତାହା ଆସେ ନାହିଁ; ସେମାନେ ପୋତା-ଧନ ଅପେକ୍ଷା ତହିଁ ପାଇଁ ଅଧିକ ଖୋଳନ୍ତି;
|
25. ଯେଣୁ ମୁଁ ଯାହା ଭୟ କରେ, ତାହାହିଁ ମୋʼ ପ୍ରତି ଘଟେ, ଆଉ ମୁଁ ଯହିଁ ବିଷୟରେ ଭୀତ, ତାହା ହିଁ ମୋʼ ନିକଟରେ ଉପସ୍ଥିତ ହୁଏ ।
|