ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ନିହିମିୟା
1. ଅନନ୍ତର ମୁଁ ପ୍ରାଚୀର ଗଢ଼ିଅଛି ଓ ତହିଁ ମଧ୍ୟରେ ଆଉ ଭଗ୍ନସ୍ଥାନ ନାହିଁ, ଏହି ସମ୍ଵାଦ ସନ୍ବଲ୍ଲଟ୍ ଓ ଟୋବୀୟ ଓ ଆରବୀୟ ଗେଶମ୍ ଓ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁଙ୍କୁ ଦିଆଗଲା; ତଥାପି ଏସମୟରେ ମୁଁ ନଗରଦ୍ଵାରସବୁରେ କବାଟ ଝୁଲାଇ ନ ଥିଲି ।
2. ସେତେବେଳେ ସନ୍ବଲ୍ଲଟ୍ ଓ ଗେଶମ୍ ମୋʼ କତିକି ଲୋକ ପଠାଇ କହିଲେ, ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ । ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ ।
3. ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, ମୁଁ ଏକ ମହତ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; କାର୍ଯ୍ୟ ଛାଡ଼ି ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି?
4. ଏହି ପ୍ରକାରେ ସେମାନେ ଚାରି ଥର ମୋʼ ନିକଟକୁ ଲୋକ ପଠାଇଲେ; ମାତ୍ର ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି ।
5. ଏଉତ୍ତାରେ ସନ୍ବଲ୍ଲଟ୍ ଆପଣା ଦାସ ହାତରେ ଖଣ୍ତେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋʼ ନିକଟକୁ ପଠାଇଲା ।
6. ତହିଁରେ ଏହା ଲେଖାଥିଲା, ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗଶ୍ମୁ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ ।
7. ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ । ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ ।
8. ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, ତୁମ୍ଭେ ଯାହା କହୁଅଛ,ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ ।
9. ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ଵର, ମୋହର ହସ୍ତ ସବଳ କର ।
10. ଏଥି ଉତ୍ତାରେ ମହେଟବେଲର ପୌତ୍ର ଦଲାୟର ପୁତ୍ର ଯେଉଁ ଶମୟୀୟ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, ଆମ୍ଭେମାନେ ପରମେଶ୍ଵରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ଵାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ ।
11. ତହିଁରେ ମୁଁ କହିଲି, ମୋʼ ପରି ଲୋକ କʼଣ ପଳାଇବ? ମୋʼ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି? ମୁଁ ଭିତରକୁ ଯିବି ନାହିଁ ।
12. ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ଵର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋʼ ପ୍ରତିକୂଳରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍ବଲ୍ଲଟ୍ ତାହାକୁ ବେତନ ଦେଇଥିଲେ ।
13. ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ଧିକ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆ ଯାଇଥିଲା ।
14. ହେ ମୋହର ପରମେଶ୍ଵର, ଟୋବୀୟ ଓ ସନ୍ବଲ୍ଲଟର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍ବକ୍ତା, ସେମାନଙ୍କୁ ସ୍ମରଣ କର ।
15. ତହୁଁ ବାଆନ ଦିନ ମଧ୍ୟରେ ଇଲୂଲ ମାସର ପଞ୍ଚବିଂଶ ଦିନରେ ପ୍ରାଚୀର ସମାପ୍ତ ହେଲା ।
16. ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତା; ଲଘୁ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ ।
17. ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା ।
18. କାରଣ, ସେ ଆରାର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍ ବେରିଖୀୟର ପୁତ୍ର ମଶୁଲ୍ଲମର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ ।
19. ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ଓ ମୋʼ କଥାସବୁ ତାହାକୁ ଗୋଚର କରାଇଲେ । ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା ।
Total 13 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 13
1 2 3 4 5 6 7 8 9 10 11 12 13
1 ଅନନ୍ତର ମୁଁ ପ୍ରାଚୀର ଗଢ଼ିଅଛି ଓ ତହିଁ ମଧ୍ୟରେ ଆଉ ଭଗ୍ନସ୍ଥାନ ନାହିଁ, ଏହି ସମ୍ଵାଦ ସନ୍ବଲ୍ଲଟ୍ ଓ ଟୋବୀୟ ଓ ଆରବୀୟ ଗେଶମ୍ ଓ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁଙ୍କୁ ଦିଆଗଲା; ତଥାପି ଏସମୟରେ ମୁଁ ନଗରଦ୍ଵାରସବୁରେ କବାଟ ଝୁଲାଇ ନ ଥିଲି । 2 ସେତେବେଳେ ସନ୍ବଲ୍ଲଟ୍ ଓ ଗେଶମ୍ ମୋʼ କତିକି ଲୋକ ପଠାଇ କହିଲେ, ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ । ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ । 3 ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, ମୁଁ ଏକ ମହତ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; କାର୍ଯ୍ୟ ଛାଡ଼ି ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି? 4 ଏହି ପ୍ରକାରେ ସେମାନେ ଚାରି ଥର ମୋʼ ନିକଟକୁ ଲୋକ ପଠାଇଲେ; ମାତ୍ର ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି । 5 ଏଉତ୍ତାରେ ସନ୍ବଲ୍ଲଟ୍ ଆପଣା ଦାସ ହାତରେ ଖଣ୍ତେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋʼ ନିକଟକୁ ପଠାଇଲା । 6 ତହିଁରେ ଏହା ଲେଖାଥିଲା, ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗଶ୍ମୁ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ । 7 ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ । ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ । 8 ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, ତୁମ୍ଭେ ଯାହା କହୁଅଛ,ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ । 9 ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ଵର, ମୋହର ହସ୍ତ ସବଳ କର । 10 ଏଥି ଉତ୍ତାରେ ମହେଟବେଲର ପୌତ୍ର ଦଲାୟର ପୁତ୍ର ଯେଉଁ ଶମୟୀୟ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, ଆମ୍ଭେମାନେ ପରମେଶ୍ଵରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ଵାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ । 11 ତହିଁରେ ମୁଁ କହିଲି, ମୋʼ ପରି ଲୋକ କʼଣ ପଳାଇବ? ମୋʼ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି? ମୁଁ ଭିତରକୁ ଯିବି ନାହିଁ । 12 ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ଵର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋʼ ପ୍ରତିକୂଳରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍ବଲ୍ଲଟ୍ ତାହାକୁ ବେତନ ଦେଇଥିଲେ । 13 ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ଧିକ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆ ଯାଇଥିଲା । 14 ହେ ମୋହର ପରମେଶ୍ଵର, ଟୋବୀୟ ଓ ସନ୍ବଲ୍ଲଟର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍ବକ୍ତା, ସେମାନଙ୍କୁ ସ୍ମରଣ କର । 15 ତହୁଁ ବାଆନ ଦିନ ମଧ୍ୟରେ ଇଲୂଲ ମାସର ପଞ୍ଚବିଂଶ ଦିନରେ ପ୍ରାଚୀର ସମାପ୍ତ ହେଲା । 16 ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତା; ଲଘୁ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ । 17 ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା । 18 କାରଣ, ସେ ଆରାର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍ ବେରିଖୀୟର ପୁତ୍ର ମଶୁଲ୍ଲମର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ । 19 ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ଓ ମୋʼ କଥାସବୁ ତାହାକୁ ଗୋଚର କରାଇଲେ । ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା ।
Total 13 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 13
1 2 3 4 5 6 7 8 9 10 11 12 13
×

Alert

×

Oriya Letters Keypad References