ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗଣନା ପୁସ୍ତକ
1. ମୋଶା ଏକ କୂଶୀୟା ସ୍ତ୍ରୀକି ବିବାହ କରିଥିଲେ, ଏଣୁ ମରୀୟମ ଓ ହାରୋଣ ସେହି କୂଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ ।
2. ସେମାନେ କହିଲେ, ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ? ।
3. ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ ।
4. ଅନନ୍ତର ସଦାପ୍ରଭୁ ଅକସ୍ମାତ୍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀ ୟମକୁ କହିଲେ, ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ଵୁ ନିକଟକୁ ଆସ ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;
5. ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ଵୁ ଦ୍ଵାରରେ ଛିଡ଼ା ହୋଇ ହାରୋଣଙ୍କୁ ଓ ମରୀୟମକୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ ।
6. ତେବେ ସେ କହିଲେ, ଆମ୍ଭର ବାକ୍ୟ ଶୁଣ; ଯେବେ ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ଵାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ଵପ୍ନ ଦ୍ଵାରା ତାହା ସହିତ କଥା କହିବା ।
7. ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ଵାସପାତ୍ର ଅଟେ ।
8. ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ବିରୁଦ୍ଧରେ, ମୋଶା ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?
9. ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ ।
10. ପୁଣି ତମ୍ଵୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା; ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ଵେତ; ପୁଣି ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ ।
11. ତହିଁରେ ହାରୋଣ ମୋଶାଙ୍କୁ କହିଲେ, ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ ।
12. ମାତାର ଗର୍ଭରୁ ନିର୍ଗତ ହେଲା ବେଳେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ନ ହେଉ ।
13. ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ହେ ପରମେଶ୍ଵର, ବିନୟ କରୁଅଛି, ତାହାକୁ ସୁସ୍ଥ କର ।
14. ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଯେବେ ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥାʼନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ ।
15. ତହୁଁ ମରୀୟମ ସାତ ଦିନ ଛାଉଣିର ବାହାରେ ରୁଦ୍ଧା ହେଲା, ଆଉ ମରୀୟମ ପୁନର୍ବାର ଭିତରକୁ ଅଣା ନ ଯିବାଯାଏ ଲୋକମାନେ ଯାତ୍ରା କଲେ ନାହିଁ।
16. ତହିଁ ଉତ୍ତାରେ ଲୋକମାନେ ହତ୍ସେରୋତଠାରୁ ଯାତ୍ରା କରି ପାରଣ ପର୍ବତରେ ଛାଉଣି ସ୍ଥାପନ କଲେ ।

Notes

No Verse Added

Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 36
ଗଣନା ପୁସ୍ତକ 12:17
1 ମୋଶା ଏକ କୂଶୀୟା ସ୍ତ୍ରୀକି ବିବାହ କରିଥିଲେ, ଏଣୁ ମରୀୟମ ଓ ହାରୋଣ ସେହି କୂଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ । 2 ସେମାନେ କହିଲେ, ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ? । 3 ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ । 4 ଅନନ୍ତର ସଦାପ୍ରଭୁ ଅକସ୍ମାତ୍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀ ୟମକୁ କହିଲେ, ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ଵୁ ନିକଟକୁ ଆସ ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ; 5 ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ଵୁ ଦ୍ଵାରରେ ଛିଡ଼ା ହୋଇ ହାରୋଣଙ୍କୁ ଓ ମରୀୟମକୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ । 6 ତେବେ ସେ କହିଲେ, ଆମ୍ଭର ବାକ୍ୟ ଶୁଣ; ଯେବେ ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ଵାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ଵପ୍ନ ଦ୍ଵାରା ତାହା ସହିତ କଥା କହିବା । 7 ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ଵାସପାତ୍ର ଅଟେ । 8 ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ବିରୁଦ୍ଧରେ, ମୋଶା ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ? 9 ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ । 10 ପୁଣି ତମ୍ଵୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା; ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ଵେତ; ପୁଣି ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ । 11 ତହିଁରେ ହାରୋଣ ମୋଶାଙ୍କୁ କହିଲେ, ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ । 12 ମାତାର ଗର୍ଭରୁ ନିର୍ଗତ ହେଲା ବେଳେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ନ ହେଉ । 13 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ହେ ପରମେଶ୍ଵର, ବିନୟ କରୁଅଛି, ତାହାକୁ ସୁସ୍ଥ କର । 14 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଯେବେ ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥାʼନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ । 15 ତହୁଁ ମରୀୟମ ସାତ ଦିନ ଛାଉଣିର ବାହାରେ ରୁଦ୍ଧା ହେଲା, ଆଉ ମରୀୟମ ପୁନର୍ବାର ଭିତରକୁ ଅଣା ନ ଯିବାଯାଏ ଲୋକମାନେ ଯାତ୍ରା କଲେ ନାହିଁ। 16 ତହିଁ ଉତ୍ତାରେ ଲୋକମାନେ ହତ୍ସେରୋତଠାରୁ ଯାତ୍ରା କରି ପାରଣ ପର୍ବତରେ ଛାଉଣି ସ୍ଥାପନ କଲେ ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 36
Common Bible Languages
West Indian Languages
×

Alert

×

oriya Letters Keypad References