ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ସରଳ ଲୋକଙ୍କ ସଭାରେ ଓ ମଣ୍ତଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି ।
2. ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି ।
3. ତାହାଙ୍କର କ୍ରିୟା ସମ୍ଭ୍ରମ ଓ ଗୌରବ ସ୍ଵରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ ।
4. ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ ।
5. ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ ।
6. ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇ ଅଛନ୍ତି ।
7. ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ ।
8. ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ଓ ସରଳତାରେ ସାଧିତ ।
9. ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇ ଅଛନ୍ତିନ୍ତ ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ ।
10. ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ ।

Notes

No Verse Added

Total 150 Chapters, Current Chapter 111 of Total Chapters 150
ଗୀତସଂହିତା 111
1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ସରଳ ଲୋକଙ୍କ ସଭାରେ ମଣ୍ତଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି
2. ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି
3. ତାହାଙ୍କର କ୍ରିୟା ସମ୍ଭ୍ରମ ଗୌରବ ସ୍ଵରୂପ; ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ
4. ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; ସଦାପ୍ରଭୁ କୃପାମୟ ସ୍ନେହଶୀଳ
5. ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ
6. ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇ ଅଛନ୍ତି
7. ତାହାଙ୍କ ହସ୍ତର କର୍ମସକଳ ସତ୍ୟ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ
8. ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ସରଳତାରେ ସାଧିତ
9. ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇ ଅଛନ୍ତିନ୍ତ ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଆଦରଣୀୟ
10. ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ
Total 150 Chapters, Current Chapter 111 of Total Chapters 150
×

Alert

×

oriya Letters Keypad References