ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭର ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର ।
2. ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ ।
3. କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ ।
4. ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଓଟାରି ନିଅ; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ ।
5. ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ଵର, ତୁମ୍ଭେ ମୋତେ ମୁକ୍ତ କରିଅଛ ।
6. ଯେଉଁମାନେ ମିଥ୍ୟା ଅସାର ବିଷୟ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ ।
7. ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋʼ ପ୍ରାଣର ତତ୍ତ୍ଵ ନେଇଅଛ ।
8. ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ ।
9. ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି ।
10. କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି ।
11. ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟ; ନିନ୍ଦାସ୍ପଦ ଓ ଆପଣା ପରିଚିତ-ମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋʼ ନିକଟରୁ ପଳାଇଲେ ।
12. ମୁଁ ମୃତଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି;
13. କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଙ୍କଳ୍ପ କଲେ ।
14. ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ନିର୍ଭର ରଖିଲି; ମୁଁ କହିଲି, ତୁମ୍ଭେ ମୋହର ପରମେଶ୍ଵର ।
15. ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର ।
16. ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର ।
17. ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ ।
18. ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି ।
19. ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍!
20. ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ଵାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ ।
21. ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି ।
22. ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ ।
23. ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ଵସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି ।
24. ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 31 / 150
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭର ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର । 2 ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ । 3 କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ । 4 ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଓଟାରି ନିଅ; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ । 5 ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ଵର, ତୁମ୍ଭେ ମୋତେ ମୁକ୍ତ କରିଅଛ । 6 ଯେଉଁମାନେ ମିଥ୍ୟା ଅସାର ବିଷୟ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ । 7 ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋʼ ପ୍ରାଣର ତତ୍ତ୍ଵ ନେଇଅଛ । 8 ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ । 9 ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି । 10 କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି । 11 ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟ; ନିନ୍ଦାସ୍ପଦ ଓ ଆପଣା ପରିଚିତ-ମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋʼ ନିକଟରୁ ପଳାଇଲେ । 12 ମୁଁ ମୃତଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; 13 କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଙ୍କଳ୍ପ କଲେ । 14 ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ନିର୍ଭର ରଖିଲି; ମୁଁ କହିଲି, ତୁମ୍ଭେ ମୋହର ପରମେଶ୍ଵର । 15 ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର । 16 ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର । 17 ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ । 18 ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି । 19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍! 20 ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ଵାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ । 21 ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି । 22 ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ । 23 ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ଵସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି । 24 ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 31 / 150
×

Alert

×

Oriya Letters Keypad References