ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ଦାଉଦଙ୍କର ଗୀତ । ହେ ପରମେଶ୍ଵର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ ।
2. ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ ।
3. ଅପରାଧ ମୋʼ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ ।
4. ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା ।
5. ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ତୁମ୍ଭେ ଭୟାନକ କ୍ରିୟା ଦ୍ଵାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ଵାସଭୂମି ଅଟ ।
6. ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ଵଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;
7. ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶା; କରିଥାଅ ।
8. ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ପ୍ରାତଃକାଳ ଓ ସନ୍ଧ୍ୟାକାଳର ଉଦ୍ଗମକୁ ଆନନ୍ଦମୟ କରିଥାଅ ।
9. ତୁମ୍ଭେ ପୃଥିବୀର ତତ୍ତ୍ଵାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ଵରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକି ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ ।
10. ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ;
11. ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ ।
12. ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି ।
13. ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ଵନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି ।

Notes

No Verse Added

Total 150 Chapters, Current Chapter 65 of Total Chapters 150
ଗୀତସଂହିତା 65:19
1. ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ଦାଉଦଙ୍କର ଗୀତ ହେ ପରମେଶ୍ଵର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ
2. ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ
3. ଅପରାଧ ମୋʼ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ
4. ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା
5. ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ତୁମ୍ଭେ ଭୟାନକ କ୍ରିୟା ଦ୍ଵାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ଵାସଭୂମି ଅଟ
6. ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ଵଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;
7. ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଗୋଷ୍ଠୀୟମାନଙ୍କର କଳହ ଶା; କରିଥାଅ
8. ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ପ୍ରାତଃକାଳ ସନ୍ଧ୍ୟାକାଳର ଉଦ୍ଗମକୁ ଆନନ୍ଦମୟ କରିଥାଅ
9. ତୁମ୍ଭେ ପୃଥିବୀର ତତ୍ତ୍ଵାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ଵରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକି ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ
10. ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ;
11. ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇଥାଅ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ
12. ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି
13. ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ଵନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି
Total 150 Chapters, Current Chapter 65 of Total Chapters 150
×

Alert

×

oriya Letters Keypad References