1. ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍-ଲବ୍ବନ୍ ସ୍ଵରରେ ଦାଉଦଙ୍କର ଗୀତ । ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି ।
|
2. ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ।
|
5. ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ ।
|
6. ଶତ୍ରୁମାନେ ଶେଷ ପାଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି ।
|
10. ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ଵାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ଵେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ ।
|
11. ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର ।
|
12. କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ବିସ୍ମୃତ ହୁଅନ୍ତି ନାହିଁ ।
|
13. ହେ ସଦାପ୍ରଭୋ, ହେ ମୃତ୍ୟୁଦ୍ଵାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର ।
|
14. ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି । ସିୟୋନ-କନ୍ୟାର ନଗର-ଦ୍ଵାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି ।
|
15. ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି ।
|
16. ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି । ହିଗାୟୋନ୍ । ସେଲା ।
|
19. ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ ।
|