ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କରୁ ।
2. ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ଵାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ଵନି କରୁ ।
3. କାରଣ ସଦାପ୍ରଭୁ ମହାନ ପରମେଶ୍ଵର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି ।
4. ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର ।
5. ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ ।
6. ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁନ୍ତ
7. କାରଣ ସେ ଆମ୍ଭମାନଙ୍କର ପରମେଶ୍ଵର, ପୁଣି ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ । ଆହା, ଯେବେ ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ ।
8. ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
9. ସେସମୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ ।
10. ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତିନ୍ତ
11. ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 95 / 150
1 ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କରୁ । 2 ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ଵାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ଵନି କରୁ । 3 କାରଣ ସଦାପ୍ରଭୁ ମହାନ ପରମେଶ୍ଵର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି । 4 ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର । 5 ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ । 6 ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁନ୍ତ 7 କାରଣ ସେ ଆମ୍ଭମାନଙ୍କର ପରମେଶ୍ଵର, ପୁଣି ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ । ଆହା, ଯେବେ ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ । 8 ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ; 9 ସେସମୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ । 10 ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତିନ୍ତ 11 ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 95 / 150
×

Alert

×

Oriya Letters Keypad References