ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର ।
2. ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର ।
3. ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର ।
4. କାରଣ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ ।
5. କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ତଳର ସୃଷ୍ଟିକର୍ତ୍ତା ।
6. ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ ।
7. ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର ।
8. ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ ।
9. ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କରନ୍ତ ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ ।
10. ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ ।
11. ଆକାଶମଣ୍ତଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;
12. କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ଵନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;
13. ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ ।

Notes

No Verse Added

Total 150 Chapters, Current Chapter 96 of Total Chapters 150
ଗୀତସଂହିତା 96
1. ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର
2. ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର
3. ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର
4. କାରଣ ସଦାପ୍ରଭୁ ମହାନ ଅତ୍ୟ; ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ
5. କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ତଳର ସୃଷ୍ଟିକର୍ତ୍ତା
6. ସମ୍ଭ୍ରମ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ
7. ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ପରାକ୍ରମର କୀର୍ତ୍ତନ କର
8. ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ତାହାଙ୍କ ପ୍ରାଙ୍ଗଣକୁ ଆସ
9. ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କରନ୍ତ ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ
10. ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ
11. ଆକାଶମଣ୍ତଳ ଆନନ୍ଦିତ ହେଉ ପୃଥିବୀ ଉଲ୍ଲାସ କର; ସମୁଦ୍ର ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;
12. କ୍ଷେତ୍ର ତନ୍ମଧ୍ୟସ୍ଥସକଳ ଜୟଧ୍ଵନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;
13. ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ
Total 150 Chapters, Current Chapter 96 of Total Chapters 150
×

Alert

×

oriya Letters Keypad References