ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପରମଗୀତ
1. ଓ ଦେବଦାରୁ କାଷ୍ଠ ଆମ୍ଭମାନଙ୍କର ବରଗା । ମୁଁ ଶାରୋଣର ଗୋଲାପ । ତଳଭୂମିର ଶୋଶନ୍ ପୁଷ୍ପ ।
2. ଯେପରି କଣ୍ଟକ ମଧ୍ୟରେ ଶୋଶନ୍ ପୁଷ୍ପ, ସେପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା ।
3. ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ । ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ତକୁ ସ୍ଵାଦୁ ଲାଗିଲା ।
4. ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋʼ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା ।
5. ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ଵାସ ଦିଅ; କାରଣ ମୁଁ ପ୍ରେମ ପୀଡ଼ିତା ।
6. ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ ।
7. ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ର-ସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ ।
8. ଏ ତ ମୋʼ ପ୍ରିୟତମଙ୍କ ରବ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି ।
9. ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି ।
10. ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ ।
11. କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା;
12. ଭୂମିରେ ପୁଷ୍ପ ପ୍ରସ୍ଫୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ ଘୁଘୁର ରବ ଶୁଣା ଯାଉଅଛି;
13. ଡିମିରି ବୃକ୍ଷ ସ୍ଵ ଅପକ୍ଵ ଫଳମାନ ପକ୍ଵ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି । ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ ।
14. ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର ।
15. ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି ।”
16. ମୋʼ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ ଶୋଶନ୍ ପୁଷ୍ପବନ ମଧ୍ୟରେ ଆପଣା ପଲ ଚରାଉ-ଅଛନ୍ତି ।
17. ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରି ଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ ।
Total 8 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 8
1 2 3 4 5 6 7 8
1 ଓ ଦେବଦାରୁ କାଷ୍ଠ ଆମ୍ଭମାନଙ୍କର ବରଗା । ମୁଁ ଶାରୋଣର ଗୋଲାପ । ତଳଭୂମିର ଶୋଶନ୍ ପୁଷ୍ପ । 2 ଯେପରି କଣ୍ଟକ ମଧ୍ୟରେ ଶୋଶନ୍ ପୁଷ୍ପ, ସେପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା । 3 ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ । ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ତକୁ ସ୍ଵାଦୁ ଲାଗିଲା । 4 ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋʼ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା । 5 ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ଵାସ ଦିଅ; କାରଣ ମୁଁ ପ୍ରେମ ପୀଡ଼ିତା । 6 ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ । 7 ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ର-ସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ । 8 ଏ ତ ମୋʼ ପ୍ରିୟତମଙ୍କ ରବ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି । 9 ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି । 10 ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ । 11 କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା; 12 ଭୂମିରେ ପୁଷ୍ପ ପ୍ରସ୍ଫୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ ଘୁଘୁର ରବ ଶୁଣା ଯାଉଅଛି; 13 ଡିମିରି ବୃକ୍ଷ ସ୍ଵ ଅପକ୍ଵ ଫଳମାନ ପକ୍ଵ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି । ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ । 14 ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର । 15 ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି ।” 16 ମୋʼ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ ଶୋଶନ୍ ପୁଷ୍ପବନ ମଧ୍ୟରେ ଆପଣା ପଲ ଚରାଉ-ଅଛନ୍ତି । 17 ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରି ଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ ।
Total 8 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 8
1 2 3 4 5 6 7 8
×

Alert

×

Oriya Letters Keypad References