ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପରମଗୀତ
1. ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ? ଆଗୋ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର । ତୁମ୍ଭର କଟିମଣ୍ତଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରନିହାର ସ୍ଵରୂପ ।
2. ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର ଶୋଶନ୍ପୁଷ୍ପ-ମଣ୍ତିତ ଗହମରାଶି ତୁଲ୍ୟ ।
3. ତୁମ୍ଭର ସ୍ତନଯୁଗଳ ହରିଣୀର ଯାଅାଁଳା ଛୁଆ ତୁଲ୍ୟ ।
4. ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍-ରବ୍ବୀମ ନଗରଦ୍ଵାର ନିକଟସ୍ଥ ହିଶ୍ବୋନ୍ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ ।
5. ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି ।
6. ଆଗୋ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ!
7. ତୁମ୍ଭ ଶରୀରର ଦୀର୍ଘତା ଖର୍ଜୂରବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ତା ତୁଲ୍ୟ ।
8. ମୁଁ କହିଲି, ମୁଁ ଖର୍ଜୂରବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି; ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ତା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ଵାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;
9. ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ନିଦ୍ରିତ ଲୋକମାନଙ୍କ ଓଷ୍ଠାଧରରେ ଧୀରେ ଧୀରେ ଚାଲିଯାଏ ।
10. ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋʼ ପ୍ରତି ଅଛି ।
11. ଆସ, ମୋʼ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳକ୍ଷେପଣ କରୁ ।
12. ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ଫୁଟିତ ଓ ଡାଳିମ୍ଵ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି ।
13. ଦୂଦା ଫୁଲ ସୁବାସ ଦେଉଅଛି, ଆମ୍ଭମାନଙ୍କ ଦ୍ଵାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି,

Notes

No Verse Added

Total 8 Chapters, Current Chapter 7 of Total Chapters 8
1 2 3 4 5 6 7 8
ପରମଗୀତ 7
1. ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ? ଆଗୋ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର ତୁମ୍ଭର କଟିମଣ୍ତଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରନିହାର ସ୍ଵରୂପ
2. ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର ଶୋଶନ୍ପୁଷ୍ପ-ମଣ୍ତିତ ଗହମରାଶି ତୁଲ୍ୟ
3. ତୁମ୍ଭର ସ୍ତନଯୁଗଳ ହରିଣୀର ଯାଅାଁଳା ଛୁଆ ତୁଲ୍ୟ
4. ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍-ରବ୍ବୀମ ନଗରଦ୍ଵାର ନିକଟସ୍ଥ ହିଶ୍ବୋନ୍ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ
5. ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି
6. ଆଗୋ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ମନୋହାରିଣୀ!
7. ତୁମ୍ଭ ଶରୀରର ଦୀର୍ଘତା ଖର୍ଜୂରବୃକ୍ଷ ତୁଲ୍ୟ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ତା ତୁଲ୍ୟ
8. ମୁଁ କହିଲି, ମୁଁ ଖର୍ଜୂରବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି; ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ତା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ଵାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;
9. ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ନିଦ୍ରିତ ଲୋକମାନଙ୍କ ଓଷ୍ଠାଧରରେ ଧୀରେ ଧୀରେ ଚାଲିଯାଏ
10. ମୁଁ ଆପଣା ପ୍ରିୟତମଙ୍କର ତାଙ୍କର ବାସନା ମୋʼ ପ୍ରତି ଅଛି
11. ଆସ, ମୋʼ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳକ୍ଷେପଣ କରୁ
12. ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ତହିଁର ପୁଷ୍ପ ପ୍ରସ୍ଫୁଟିତ ଡାଳିମ୍ଵ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି
13. ଦୂଦା ଫୁଲ ସୁବାସ ଦେଉଅଛି, ଆମ୍ଭମାନଙ୍କ ଦ୍ଵାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ପୁରାତନ ଫଳ ଅଛି,
Total 8 Chapters, Current Chapter 7 of Total Chapters 8
1 2 3 4 5 6 7 8
×

Alert

×

oriya Letters Keypad References