ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଖରିୟ
1. ଦାରୀୟାବସ୍ର ଅଧିକାରର ଦ୍ଵିତୀୟ ବର୍ଷର ଅଷ୍ଟମ ମାସରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
2. ସଦାପ୍ରଭୁ ତୁମ୍ଭମାନଙ୍କର ପିତୃପୁରୁଷଗଣର ପ୍ରତି ଅତିଶୟ ବିରକ୍ତ ହୋଇଥିଲେ ।
3. ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
4. ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍-ବକ୍ତାମାନେ ଉଚ୍ଚୈଃସ୍ଵରରେ କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର । ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି ।
5. ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କେଉଁଠାରେ? ଓ ଭବିଷ୍ୟଦ୍ବକ୍ତାମାନେ କି ଚିରକାଳ ଅଛନ୍ତି?
6. ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେ ଯେ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଗୋଡ଼ାଇ ଧରିଲା ନାହିଁଣ? ତହିଁରେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ତଦ୍ରୂପ ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି ।
7. ଦାରୀୟାବସ୍ର ଦ୍ଵିତୀୟ ବର୍ଷ ଏକାଦଶ ମାସର, ଅର୍ଥାତ୍, ଶବାଟ ମାସର ଚତୁର୍ବିଂଶ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
8. ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ଵାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ତୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ଵଗଣ ଥିଲେ ।
9. ଏଥିରେ ମୁଁ କହିଲି, ହେ ମୋହର ପ୍ରଭୁ, ଏସବୁ କଅଣ? ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା ।
10. ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇ ଅଛନ୍ତି ।
11. ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି ।
12. ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ତିନି କୋଡ଼ି ଦଶ ବର୍ଷଯାକ ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ କାଳ ଦୟା କରିବ ନାହିଁ?
13. ପୁଣି, ମୋʼ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ଵନାଦାୟକ କଥା କହିଲେ ।
14. ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, ତୁମ୍ଭେ ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଅନ୍ତର୍ଜ୍ଵାଳାରେ ଜ୍ଵାଳାଯୁକ୍ତ ଅଛୁ ।
15. ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟ; ବିରକ୍ତ ଅଛୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶ ବୃଦ୍ଧିର ସାହାଯ୍ୟ କଲେ ।
16. ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିଲୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ଵାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
17. ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ଵନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ ।
18. ଅନନ୍ତର ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ ଚାରି ଶୃଙ୍ଗ ।
19. ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, ଏସବୁ କଅଣ? ତହୁଁ ସେ ମୋତେ ଉତ୍ତର କଲେ, ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି ।
20. ପୁଣି, ସଦାପ୍ରଭୁ ମୋତେ ଚାରି ଜଣ କମାର ଦେଖାଇଲେ ।
21. ତେବେ ମୁଁ କହିଲି,ଏମାନେ କଅଣ କରିବା ପାଇଁ ଆସିଅଛନ୍ତି? ତହିଁରେ ସେ କହିଲେ, ସେହି ଶୃଙ୍ଗସକଳ ଯିହୁଦାକୁ ଏପରି ଛିନ୍ନଭିନ୍ନ କଲେ ଯେ, କୌଣସି ମନୁଷ୍ୟ ଆପଣା ମସ୍ତକ ଉଠାଇ ପାରିଲା ନାହିଁ; ମାତ୍ର ଯେଉଁ ଗୋଷ୍ଠୀଗଣ ଯିହୁଦା ଦେଶକୁ ଛିନ୍ନଭିନ୍ନ କରିବା ପାଇଁ ତାହା ବିରୁଦ୍ଧରେ ଆପଣା ଆପଣା ଶୃଙ୍ଗ ଉଠାଇଲେ, ସେମାନଙ୍କୁ ଭୟ ଦେଖାଇବା ପାଇଁ ଓ ସେମାନଙ୍କର ଶୃଙ୍ଗ ଭାଙ୍ଗି ପକାଇବା ପାଇଁ ଏମାନେ ଆସିଅଛନ୍ତି ।

Notes

No Verse Added

Total 14 Chapters, Current Chapter 1 of Total Chapters 14
1 2 3 4 5 6 7 8 9 10 11 12 13 14
ଯିଖରିୟ 1
1. ଦାରୀୟାବସ୍ର ଅଧିକାରର ଦ୍ଵିତୀୟ ବର୍ଷର ଅଷ୍ଟମ ମାସରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
2. ସଦାପ୍ରଭୁ ତୁମ୍ଭମାନଙ୍କର ପିତୃପୁରୁଷଗଣର ପ୍ରତି ଅତିଶୟ ବିରକ୍ତ ହୋଇଥିଲେ
3. ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି
4. ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍-ବକ୍ତାମାନେ ଉଚ୍ଚୈଃସ୍ଵରରେ କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଆପଣା ଆପଣା କୁକ୍ରିୟାରୁ ଏବେ ଫେର ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି
5. ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କେଉଁଠାରେ? ଭବିଷ୍ୟଦ୍ବକ୍ତାମାନେ କି ଚିରକାଳ ଅଛନ୍ତି?
6. ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେ ଯେ ବାକ୍ୟ ବିଧି ଆଜ୍ଞା କଲୁ, ସେସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଗୋଡ଼ାଇ ଧରିଲା ନାହିଁଣ? ତହିଁରେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ତଦ୍ରୂପ ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି
7. ଦାରୀୟାବସ୍ର ଦ୍ଵିତୀୟ ବର୍ଷ ଏକାଦଶ ମାସର, ଅର୍ଥାତ୍, ଶବାଟ ମାସର ଚତୁର୍ବିଂଶ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
8. ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ଵାରୋହୀ ଏକ ପୁରୁଷ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ତୁରବର୍ଣ୍ଣ ଶୁକ୍ଳବର୍ଣ୍ଣ ଅଶ୍ଵଗଣ ଥିଲେ
9. ଏଥିରେ ମୁଁ କହିଲି, ହେ ମୋହର ପ୍ରଭୁ, ଏସବୁ କଅଣ? ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା
10. ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇ ଅଛନ୍ତି
11. ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ବିଶ୍ରାମରେ ଅଛି
12. ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ତିନି କୋଡ଼ି ଦଶ ବର୍ଷଯାକ ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଯିହୁଦାର ନଗରସମୂହ ପ୍ରତି ଆଉ କେତେ କାଳ ଦୟା କରିବ ନାହିଁ?
13. ପୁଣି, ମୋʼ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ନାନା ସାନ୍ତ୍ଵନାଦାୟକ କଥା କହିଲେ
14. ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, ତୁମ୍ଭେ ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଯିରୂଶାଲମ ସିୟୋନ ପକ୍ଷରେ ମହା ଅନ୍ତର୍ଜ୍ଵାଳାରେ ଜ୍ଵାଳାଯୁକ୍ତ ଅଛୁ
15. ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟ; ବିରକ୍ତ ଅଛୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶ ବୃଦ୍ଧିର ସାହାଯ୍ୟ କଲେ
16. ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିଲୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଯିରୂଶାଲମ ସୂତା ଦ୍ଵାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି
17. ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ଵନା କରିବେ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ
18. ଅନନ୍ତର ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ ଚାରି ଶୃଙ୍ଗ
19. ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, ଏସବୁ କଅଣ? ତହୁଁ ସେ ମୋତେ ଉତ୍ତର କଲେ, ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି
20. ପୁଣି, ସଦାପ୍ରଭୁ ମୋତେ ଚାରି ଜଣ କମାର ଦେଖାଇଲେ
21. ତେବେ ମୁଁ କହିଲି,ଏମାନେ କଅଣ କରିବା ପାଇଁ ଆସିଅଛନ୍ତି? ତହିଁରେ ସେ କହିଲେ, ସେହି ଶୃଙ୍ଗସକଳ ଯିହୁଦାକୁ ଏପରି ଛିନ୍ନଭିନ୍ନ କଲେ ଯେ, କୌଣସି ମନୁଷ୍ୟ ଆପଣା ମସ୍ତକ ଉଠାଇ ପାରିଲା ନାହିଁ; ମାତ୍ର ଯେଉଁ ଗୋଷ୍ଠୀଗଣ ଯିହୁଦା ଦେଶକୁ ଛିନ୍ନଭିନ୍ନ କରିବା ପାଇଁ ତାହା ବିରୁଦ୍ଧରେ ଆପଣା ଆପଣା ଶୃଙ୍ଗ ଉଠାଇଲେ, ସେମାନଙ୍କୁ ଭୟ ଦେଖାଇବା ପାଇଁ ସେମାନଙ୍କର ଶୃଙ୍ଗ ଭାଙ୍ଗି ପକାଇବା ପାଇଁ ଏମାନେ ଆସିଅଛନ୍ତି
Total 14 Chapters, Current Chapter 1 of Total Chapters 14
1 2 3 4 5 6 7 8 9 10 11 12 13 14
×

Alert

×

oriya Letters Keypad References