ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ରାଜାବଳୀ
1. ଯିହୁଦାର ରାଜା ଆହାସ୍ଙ୍କର ଅଧିକାରର ଦ୍ଵାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ ।
2. ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ-ରାଜାମାନଙ୍କ ତୁଲ୍ୟ ନୁହେଁ ।
3. ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ ।
4. ଏଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରା; ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା ।
5. ତହିଁରେ ଅଶୂରର ରାଜା ସମସ୍ତ ଦେଶ ଆକ୍ରମଣ କଲା ଓ ଶମରୀୟାକୁ ଯାଇ ତାହା ତିନି ବର୍ଷ ପର୍ଯ୍ୟନ୍ତ ଅବରୋଧ କଲା ।
6. ହୋଶେୟଙ୍କର ଅଧିକାରର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା ।
7. ଏଥିର କାରଣ ଏହି, ଇସ୍ରାଏଲ ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ଵର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍, ମିସ୍ରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ
8. ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ ।
9. ଆହୁରି ଇସ୍ରାଏଲ-ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ ।
10. ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷମୂଳେ ସ୍ତମ୍ଭ ଓ ଆଶେରାମୂର୍ତ୍ତୀମାନ ସ୍ଥାପନ କଲେ;
11. ପୁଣି ସେଠାସ୍ଥିତ ସକଳ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଦ୍ଵାରା ସେମାନଙ୍କ ସମ୍ମୁଖରୁ ଦୂରୀକୃତ ଅନ୍ୟ ଦେଶୀୟମାନଙ୍କ ତୁଲ୍ୟ ସେମାନେ ଧୂପ ଜ୍ଵଳାଇଲେ ଓ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଦୁଷ୍କର୍ମ କଲେ;
12. ପୁଣି ତୁମ୍ଭେମାନେ ଏହି କର୍ମ କରିବ ନାହିଁ ବୋଲି ସଦାପ୍ରଭୁ ଯେଉଁ ଦେବତାମାନଙ୍କ ବିଷୟରେ ସେମାନଙ୍କୁ କହିଥିଲେ, ସେହି ଦେବତାମାନଙ୍କୁ ସେମାନେ ସେବା କଲେ ।
13. ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ଵାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣର ହସ୍ତ ଦ୍ଵାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର ।
14. ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କଠାରେ ବିଶ୍ଵାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ ।
15. ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ; ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟ ଦେଶୀୟମାନଙ୍କର ପଶ୍ଚାଦ୍ଗାମୀ ହେଲେ ।
16. ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍, ଦୁଇ ଗୋବତ୍ସ ଓ ଆଶେରାମୂର୍ତ୍ତୀ ନିର୍ମାଣ କଲେ, ଆଉ ଆକାଶୀୟ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍ର ସେବା କଲେ ।
17. ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ ।
18. ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ; କେବଳ ଯିହୁଦା-ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ ।
19. ଯିହୁଦା ମଧ୍ୟ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଆଜ୍ଞାସବୁ ପ୍ରତିପାଳନ କଲେ ନାହିଁ, ମାତ୍ର ଇସ୍ରାଏଲର କୃତ ବିଧିରେ ଚାଲିଲେ ।
20. ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ-ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ ।
21. କାରଣ ସେ ଦାଉଦ-ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମ୍ଙ୍କୁ ରାଜା କଲେ ଓ ଯାରବୀୟାମ୍ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ ।
22. ପୁଣି ଇସ୍ରାଏଲ-ସନ୍ତାନଗଣ ଯାରବୀୟାମ୍ଙ୍କ କୃତ ସମସ୍ତ ପାପରେ ଚାଲିଲେ; ସେମାନେ ତହିଁରୁ ବିମୁଖ ହେଲେ ନାହିଁ;
23. ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ-ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ । ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜିଯାଏ ସେଠାରେ ଅଛନ୍ତି ।
24. ଅନନ୍ତର ଅଶୂରର ରାଜା, ବାବିଲ ଓ କୂଥା ଓ ଅଦ୍ଦା ଓ ହମାତ୍ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରରେ ବାସ କଲେ ।
25. ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ; ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ ।
26. ଏସକାଶୁ ସେମାନେ ଅଶୂରର ରାଜାକୁ କହିଲେ, ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ; ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ ।
27. ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇ ଯାଅ; ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ ।
28. ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବୈଥେଲ୍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା ।
29. ତଥାପି ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣାର ଦେବତା ନିର୍ମାଣ କଲେ ଓ ଶମରୀୟ ଲୋକମାନେ ଉଚ୍ଚସ୍ଥଳୀମାନରେ ଯେସବୁ ଗୃହ ନିର୍ମାଣ କରିଥିଲେ; ତହିଁ ମଧ୍ୟରେ ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ନିବାସ-ନଗରରେ ଆପଣା ଆପଣାର ଦେବତା ସ୍ଥାପନ କଲେ ।
30. ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍-ବନୋତ୍ ନିର୍ମାଣ କଲେ ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ;
31. ଓ ଅବ୍ବୀୟ ଲୋକମାନେ ନିଭସ୍ ଓ ତର୍ତ୍ତକ୍ ନିର୍ମାଣ କଲେ ଓ ସଫର୍ବୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍ ଓ ଅନମ୍ମେଲକ୍ ଦେବତାମାନଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କଲେ ।
32. ଏହିରୂପେ ସେମାନେ ସଦାପ୍ରଭୁଙ୍କୁ ଭୟ କଲେ ଏବଂ ଆପଣାମାନଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉଚ୍ଚସ୍ଥଳୀ-ସବୁର ଯାଜକମାନଙ୍କୁ ନିଯୁକ୍ତ କଲେ; ସେମାନେ ସେମାନଙ୍କ ନିମନ୍ତେ ଉଚ୍ଚସ୍ଥଳୀର ଗୃହସବୁରେ ବଳିଦାନ କଲେ ।
33. ସେମାନେ ସଦାପ୍ରଭୁଙ୍କୁ ଭୟ କଲେ, ପୁଣି ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନେ ନୀତ ହୋଇଥିଲେ, ସେମାନଙ୍କ ରୀତି ଅନୁସାରେ ଆପଣା ଆପଣା ଦେବତା-ମାନଙ୍କର ସେବା କଲେ ।
34. ସେମାନେ ଆଜି ପର୍ଯ୍ୟନ୍ତ ପୂର୍ବ ରୀତି ଅନୁସାରେ କରୁଅଛନ୍ତି; ସେମାନେ ସଦାପ୍ରଭୁଙ୍କୁ ଭୟ କରୁନାହାନ୍ତି, କିଅବା ସଦାପ୍ରଭୁ ଯେଉଁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ, ତାଙ୍କ ସନ୍ତାନଗଣର ସେମାନଙ୍କର ବିଧି ଅନୁସାରେ ଓ ସେମାନଙ୍କ ଶାସନାନୁସାରେ ଓ ସେମାନଙ୍କୁ ଦତ୍ତ ତାହାଙ୍କର ବ୍ୟବସ୍ଥା ଓ ଆଜ୍ଞାନୁସାରେ କରୁ ନାହାନ୍ତି ।
35. ସେହି ଯାକୁବ-ସନ୍ତାନଗଣ ସଙ୍ଗେ ସଦାପ୍ରଭୁ ଏକ ନିୟମ କରି ସେମାନଙ୍କୁ ଆଜ୍ଞା ଦେଇ କହିଥିଲେ, ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ କି ସେମାନଙ୍କୁ ପ୍ରଣାମ କରିବ ନାହିଁ, କିଅବା ସେମାନଙ୍କର ସେବା କରି ସେମାନଙ୍କ ନିକଟରେ ବଳିଦାନ କରିବ ନାହିଁ;
36. ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ;
37. ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି ଓ ଶାସନ ଓ ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ;
38. ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ; କିଅବା ଅନ୍ୟ ଦେବଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ;
39. ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ ।
40. ତଥାପି ସେମାନେ ତାହା ଶୁଣିଲେ ନାହିଁ ଓ ଆପଣାମାନଙ୍କ ପୂର୍ବ ରୀତି ଅନୁସାରେ କର୍ମ କଲେ ।
41. ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନ-ଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି ।
Total 25 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 17 / 25
1 ଯିହୁଦାର ରାଜା ଆହାସ୍ଙ୍କର ଅଧିକାରର ଦ୍ଵାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ । 2 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ-ରାଜାମାନଙ୍କ ତୁଲ୍ୟ ନୁହେଁ । 3 ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ । 4 ଏଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରା; ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା । 5 ତହିଁରେ ଅଶୂରର ରାଜା ସମସ୍ତ ଦେଶ ଆକ୍ରମଣ କଲା ଓ ଶମରୀୟାକୁ ଯାଇ ତାହା ତିନି ବର୍ଷ ପର୍ଯ୍ୟନ୍ତ ଅବରୋଧ କଲା । 6 ହୋଶେୟଙ୍କର ଅଧିକାରର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା । 7 ଏଥିର କାରଣ ଏହି, ଇସ୍ରାଏଲ ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ଵର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍, ମିସ୍ରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ 8 ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ । 9 ଆହୁରି ଇସ୍ରାଏଲ-ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ । 10 ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷମୂଳେ ସ୍ତମ୍ଭ ଓ ଆଶେରାମୂର୍ତ୍ତୀମାନ ସ୍ଥାପନ କଲେ; 11 ପୁଣି ସେଠାସ୍ଥିତ ସକଳ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଦ୍ଵାରା ସେମାନଙ୍କ ସମ୍ମୁଖରୁ ଦୂରୀକୃତ ଅନ୍ୟ ଦେଶୀୟମାନଙ୍କ ତୁଲ୍ୟ ସେମାନେ ଧୂପ ଜ୍ଵଳାଇଲେ ଓ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଦୁଷ୍କର୍ମ କଲେ; 12 ପୁଣି ତୁମ୍ଭେମାନେ ଏହି କର୍ମ କରିବ ନାହିଁ ବୋଲି ସଦାପ୍ରଭୁ ଯେଉଁ ଦେବତାମାନଙ୍କ ବିଷୟରେ ସେମାନଙ୍କୁ କହିଥିଲେ, ସେହି ଦେବତାମାନଙ୍କୁ ସେମାନେ ସେବା କଲେ । 13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ଵାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣର ହସ୍ତ ଦ୍ଵାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର । 14 ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କଠାରେ ବିଶ୍ଵାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ । 15 ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ; ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟ ଦେଶୀୟମାନଙ୍କର ପଶ୍ଚାଦ୍ଗାମୀ ହେଲେ । 16 ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍, ଦୁଇ ଗୋବତ୍ସ ଓ ଆଶେରାମୂର୍ତ୍ତୀ ନିର୍ମାଣ କଲେ, ଆଉ ଆକାଶୀୟ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍ର ସେବା କଲେ । 17 ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ । 18 ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ; କେବଳ ଯିହୁଦା-ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ । 19 ଯିହୁଦା ମଧ୍ୟ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଆଜ୍ଞାସବୁ ପ୍ରତିପାଳନ କଲେ ନାହିଁ, ମାତ୍ର ଇସ୍ରାଏଲର କୃତ ବିଧିରେ ଚାଲିଲେ । 20 ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ-ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ । 21 କାରଣ ସେ ଦାଉଦ-ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମ୍ଙ୍କୁ ରାଜା କଲେ ଓ ଯାରବୀୟାମ୍ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ । 22 ପୁଣି ଇସ୍ରାଏଲ-ସନ୍ତାନଗଣ ଯାରବୀୟାମ୍ଙ୍କ କୃତ ସମସ୍ତ ପାପରେ ଚାଲିଲେ; ସେମାନେ ତହିଁରୁ ବିମୁଖ ହେଲେ ନାହିଁ; 23 ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ-ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ । ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜିଯାଏ ସେଠାରେ ଅଛନ୍ତି । 24 ଅନନ୍ତର ଅଶୂରର ରାଜା, ବାବିଲ ଓ କୂଥା ଓ ଅଦ୍ଦା ଓ ହମାତ୍ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରରେ ବାସ କଲେ । 25 ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ; ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ । 26 ଏସକାଶୁ ସେମାନେ ଅଶୂରର ରାଜାକୁ କହିଲେ, ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ; ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ । 27 ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇ ଯାଅ; ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ । 28 ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବୈଥେଲ୍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା । 29 ତଥାପି ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣାର ଦେବତା ନିର୍ମାଣ କଲେ ଓ ଶମରୀୟ ଲୋକମାନେ ଉଚ୍ଚସ୍ଥଳୀମାନରେ ଯେସବୁ ଗୃହ ନିର୍ମାଣ କରିଥିଲେ; ତହିଁ ମଧ୍ୟରେ ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ନିବାସ-ନଗରରେ ଆପଣା ଆପଣାର ଦେବତା ସ୍ଥାପନ କଲେ । 30 ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍-ବନୋତ୍ ନିର୍ମାଣ କଲେ ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ; 31 ଓ ଅବ୍ବୀୟ ଲୋକମାନେ ନିଭସ୍ ଓ ତର୍ତ୍ତକ୍ ନିର୍ମାଣ କଲେ ଓ ସଫର୍ବୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍ ଓ ଅନମ୍ମେଲକ୍ ଦେବତାମାନଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କଲେ । 32 ଏହିରୂପେ ସେମାନେ ସଦାପ୍ରଭୁଙ୍କୁ ଭୟ କଲେ ଏବଂ ଆପଣାମାନଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉଚ୍ଚସ୍ଥଳୀ-ସବୁର ଯାଜକମାନଙ୍କୁ ନିଯୁକ୍ତ କଲେ; ସେମାନେ ସେମାନଙ୍କ ନିମନ୍ତେ ଉଚ୍ଚସ୍ଥଳୀର ଗୃହସବୁରେ ବଳିଦାନ କଲେ । 33 ସେମାନେ ସଦାପ୍ରଭୁଙ୍କୁ ଭୟ କଲେ, ପୁଣି ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନେ ନୀତ ହୋଇଥିଲେ, ସେମାନଙ୍କ ରୀତି ଅନୁସାରେ ଆପଣା ଆପଣା ଦେବତା-ମାନଙ୍କର ସେବା କଲେ । 34 ସେମାନେ ଆଜି ପର୍ଯ୍ୟନ୍ତ ପୂର୍ବ ରୀତି ଅନୁସାରେ କରୁଅଛନ୍ତି; ସେମାନେ ସଦାପ୍ରଭୁଙ୍କୁ ଭୟ କରୁନାହାନ୍ତି, କିଅବା ସଦାପ୍ରଭୁ ଯେଉଁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ, ତାଙ୍କ ସନ୍ତାନଗଣର ସେମାନଙ୍କର ବିଧି ଅନୁସାରେ ଓ ସେମାନଙ୍କ ଶାସନାନୁସାରେ ଓ ସେମାନଙ୍କୁ ଦତ୍ତ ତାହାଙ୍କର ବ୍ୟବସ୍ଥା ଓ ଆଜ୍ଞାନୁସାରେ କରୁ ନାହାନ୍ତି । 35 ସେହି ଯାକୁବ-ସନ୍ତାନଗଣ ସଙ୍ଗେ ସଦାପ୍ରଭୁ ଏକ ନିୟମ କରି ସେମାନଙ୍କୁ ଆଜ୍ଞା ଦେଇ କହିଥିଲେ, ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ କି ସେମାନଙ୍କୁ ପ୍ରଣାମ କରିବ ନାହିଁ, କିଅବା ସେମାନଙ୍କର ସେବା କରି ସେମାନଙ୍କ ନିକଟରେ ବଳିଦାନ କରିବ ନାହିଁ; 36 ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ; 37 ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି ଓ ଶାସନ ଓ ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ; 38 ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ; କିଅବା ଅନ୍ୟ ଦେବଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ; 39 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ । 40 ତଥାପି ସେମାନେ ତାହା ଶୁଣିଲେ ନାହିଁ ଓ ଆପଣାମାନଙ୍କ ପୂର୍ବ ରୀତି ଅନୁସାରେ କର୍ମ କଲେ । 41 ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନ-ଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି ।
Total 25 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 17 / 25
×

Alert

×

Oriya Letters Keypad References