ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ
1. ଅନନ୍ତର ପରମେଶ୍ଵର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ଵାଦି ସମସ୍ତ ପ୍ରାଣୀଙ୍କି ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ,ତହୁଁ ଜଳ ଥମିଲା;
2. ମହାସମୁଦ୍ରର ଜଳାକର ଓ ଆକାଶସ୍ଥ ଦ୍ଵାର ସକଳ ରୁଦ୍ଧ ହେଲା, ପୁଣି ଆକାଶରୁ ବୃଷ୍ଟି ନିବୃତ୍ତ ହେଲା ।
3. ତହିଁରେ ପୃଥିବୀରୁ ଜଳ ବହିଯାଇ ଏକଶହ ପଚାଶ ଦିନର ଶେଷରେ ହ୍ରାସ ହେଲା ।
4. ଏଥିଉତ୍ତାରୁ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍ ପର୍ବତ ଉପରେ ଜାହାଜ ଲାଗି ରହିଲା ।
5. ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା ।
6. ଅନନ୍ତର ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ଵନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ;
7. ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା ।
8. ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ;
9. ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ ।
10. ଆଉ ସାତ ଦିନ ବିଳମ୍ଵ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ;
11. ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ବୁଝିଲେ ।
12. ଆଉ ସାତ ଦିନ ବିଳମ୍ଵ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ ।
13. (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକି ଶୁଷ୍କ ଦେଖିଲେ ।
14. ଏହିରୂପେ ଦ୍ଵିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା ।
15. ଅନନ୍ତର ପରମେଶ୍ଵର ନୋହଙ୍କୁ କହିଲେ,
16. ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯାଅ ।
17. ପୁଣି ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି ପୃଥିବୀରେ ପ୍ରଜାବ; ଓ ବହୁବଂଶ ହେଉନ୍ତୁ ।
18. ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;
19. ପୁଣି ସ୍ଵ ସ୍ଵ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ ।
20. ଅନନ୍ତର ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ ।
21. ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, ଆମ୍ଭେ ମନୁଷ୍ୟ ହେତୁରୁ ଆଉ ପୃଥିବୀକି ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେପରି ଆଉ ଥରେ କେବେହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ ।
22. ପୁଣି ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହି ସବୁର ନିବୃତ୍ତି ହେବ ନାହିଁ ।

Notes

No Verse Added

Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 50
ଆଦି ପୁସ୍ତକ 8:46
1 ଅନନ୍ତର ପରମେଶ୍ଵର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ଵାଦି ସମସ୍ତ ପ୍ରାଣୀଙ୍କି ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ,ତହୁଁ ଜଳ ଥମିଲା; 2 ମହାସମୁଦ୍ରର ଜଳାକର ଓ ଆକାଶସ୍ଥ ଦ୍ଵାର ସକଳ ରୁଦ୍ଧ ହେଲା, ପୁଣି ଆକାଶରୁ ବୃଷ୍ଟି ନିବୃତ୍ତ ହେଲା । 3 ତହିଁରେ ପୃଥିବୀରୁ ଜଳ ବହିଯାଇ ଏକଶହ ପଚାଶ ଦିନର ଶେଷରେ ହ୍ରାସ ହେଲା । 4 ଏଥିଉତ୍ତାରୁ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍ ପର୍ବତ ଉପରେ ଜାହାଜ ଲାଗି ରହିଲା । 5 ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା । 6 ଅନନ୍ତର ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ଵନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ; 7 ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା । 8 ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ; 9 ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ । 10 ଆଉ ସାତ ଦିନ ବିଳମ୍ଵ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ; 11 ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ବୁଝିଲେ । 12 ଆଉ ସାତ ଦିନ ବିଳମ୍ଵ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ । 13 (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକି ଶୁଷ୍କ ଦେଖିଲେ । 14 ଏହିରୂପେ ଦ୍ଵିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା । 15 ଅନନ୍ତର ପରମେଶ୍ଵର ନୋହଙ୍କୁ କହିଲେ, 16 ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯାଅ । 17 ପୁଣି ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି ପୃଥିବୀରେ ପ୍ରଜାବ; ଓ ବହୁବଂଶ ହେଉନ୍ତୁ । 18 ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ; 19 ପୁଣି ସ୍ଵ ସ୍ଵ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ । 20 ଅନନ୍ତର ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ । 21 ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, ଆମ୍ଭେ ମନୁଷ୍ୟ ହେତୁରୁ ଆଉ ପୃଥିବୀକି ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେପରି ଆଉ ଥରେ କେବେହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ । 22 ପୁଣି ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହି ସବୁର ନିବୃତ୍ତି ହେବ ନାହିଁ ।
Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 50
Common Bible Languages
West Indian Languages
×

Alert

×

oriya Letters Keypad References