ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ଏଥିରେ ନାମାଥୀୟ ସୋଫର ଉତ୍ତର କରି କହିଲା,
2. ଏତେ କଥାର କି କିଛି ଉତ୍ତର ଦିଆଯିବ ନାହିଁ? ଓ ବକୁଆ ଲୋକ କʼଣ ନିର୍ଦ୍ଦୋଷ ଗଣାଯିବ?
3. ତୁମ୍ଭର ଦର୍ପ କʼଣ ଲୋକମାନଙ୍କୁ ନୀରବ କରିବ? ଓ ତୁମ୍ଭେ ପରିହାସ କଲେ, କେହି କʼଣ ତୁମ୍ଭକୁ ଲଜ୍ଜିତ କରିବ ନାହିଁ?
4. କାରଣ ତୁମ୍ଭେ କହୁଅଛ, ମୋହର ବାକ୍ୟ ଶୁଦ୍ଧ, ମୁଁ ତୁମ୍ଭ ଦୃଷ୍ଟିରେ ଶୁଚି ।
5. ମାତ୍ର ଆହା, ଯେବେ ପରମେଶ୍ଵର କଥା କହନ୍ତେ ଓ ତୁମ୍ଭ ପ୍ରତିକୂଳରେ ଆପଣା ଓଷ୍ଠାଧର ଫିଟାନ୍ତେ;
6. ପୁଣି, ଜ୍ଞାନର ନିଗୂଢ଼ ତତ୍ତ୍ଵ, ଅର୍ଥାତ୍, ତହିଁର ବହୁବିଧ ଫଳଦାୟକ କର୍ମଣ୍ୟତା ତୁମ୍ଭକୁ ଜ୍ଞାତ କରାନ୍ତେ! ଏହେତୁ ଜାଣ ଯେ, ପରମେଶ୍ଵର ତୁମ୍ଭ ଅପରାଧ ଅପେକ୍ଷା ଊଣା ପରିଶୋଧ ତୁମ୍ଭଠାରୁ ନେଉଅଛନ୍ତି ।
7. ତୁମ୍ଭେ କʼଣ ଅନୁସନ୍ଧାନ ଦ୍ଵାରା ପରମେଶ୍ଵରଙ୍କୁ ପାଇପାର? ତୁମ୍ଭେ କʼଣ ସର୍ବଶକ୍ତିମାନଙ୍କର ସମ୍ପୂର୍ଣ୍ଣ ତତ୍ତ୍ଵ ପାଇପାର?
8. ତାହା ଆକାଶ ତୁଲ୍ୟ ଉଚ୍ଚ; ତୁମ୍ଭେ କଅଣ କରିପାର? ପାତାଳଠାରୁ ଗଭୀର; ତୁମ୍ଭେ କଅଣ ଜାଣିପାର?
9. ତହିଁର ପରିମାଣ ପୃଥିବୀ ଅପେକ୍ଷା ଦୀର୍ଘ ଓ ସମୁଦ୍ର ଅପେକ୍ଷା ପ୍ରଶସ୍ତ ।
10. ଯେବେ ସେ ଚାଲିଯାʼନ୍ତି ଓ ବନ୍ଦ କରନ୍ତି ଓ ବିଚାର-ସଭାକୁ ଡାକନ୍ତି, ତେବେ କିଏ ତାହାଙ୍କୁ ବାରଣ କରିପାରେ?
11. କାରଣ ସେ ଅସାର ଲୋକଙ୍କୁ ଜାଣନ୍ତି; ସେ ଆଲୋଚନା ନ କରି ହିଁ ଅଧର୍ମ ଦେଖନ୍ତି ।
12. ମାତ୍ର ଅସାର ମନୁଷ୍ୟ ବୁଦ୍ଧିବିହୀନ, ହଁ, ବନ୍ୟ ଗର୍ଦ୍ଦଭଶାବକ ତୁଲ୍ୟ ମନୁଷ୍ୟ ଜାତ ଅଟେ ।
13. ଯେବେ ତୁମ୍ଭେ ଯଥାର୍ଥ ରୂପେ ଆପଣା ଅନ୍ତଃକରଣ ସୁସ୍ଥିର କରି ତାହାଙ୍କ ଆଡ଼େ ଆପଣା ହସ୍ତ ବିସ୍ତାର କର;
14. ଯେବେ ତୁମ୍ଭ ହସ୍ତରେ ଅଧର୍ମ ଥାଏ, ତାହା ଦୂର କରି ଦିଅ ଓ ଅଧର୍ମକୁ ତୁମ୍ଭ ତମ୍ଵୁରେ ବାସ କରିବାକୁ ନ ଦିଅ;
15. ତେବେ ତୁମ୍ଭେ ନିଶ୍ଚୟ କଳଙ୍କରହିତ ହୋଇ ଆପଣା ମୁଖ ଟେକିବ; ଆହୁରି, ତୁମ୍ଭେ ସୁସ୍ଥିର ହେବ ଓ ଭୟ କରିବ ନାହିଁ;
16. ତୁମ୍ଭେ ଆପଣା ଦୁଃଖ ପାସୋରି ପକାଇବ; ବହିଗଲା ଜଳ ତୁଲ୍ୟ ତାହା ସ୍ମରଣ କରିବ;
17. ତୁମ୍ଭର ଜୀବନ ମଧ୍ୟାହ୍ନ ଅପେକ୍ଷା ନିର୍ମଳ ହେବ; ଅନ୍ଧକାର ଥିଲେ ହେଁ ତାହା ପ୍ରଭାତ ତୁଲ୍ୟ ହେବ ।
18. ପୁଣି, ଭରସା ଥିବାରୁ ତୁମ୍ଭେ ନିର୍ବିଘ୍ନରେ ରହିବ; ଆହୁରି, ତୁମ୍ଭେ ଆପଣା ଚତୁର୍ଦ୍ଦିଗ ଅନ୍ଵେଷଣ କରି ନିରାପଦରେ ବିଶ୍ରାମ କରିବ ।
19. ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ; ବରଞ୍ଚ ଅନେକେ ତୁମ୍ଭ ନିକଟରେ ନିବେଦନ କରିବେ ।
20. ମାତ୍ର ଦୁଷ୍ଟମାନଙ୍କର ଚକ୍ଷୁ ନିସ୍ତେଜ ହେବ ଓ ସେମାନଙ୍କର ପଳାଇବାର ବାଟ ରହିବ ନାହିଁ, ଆଉ ସେମାନଙ୍କର ଭରସା ପ୍ରାଣତ୍ୟାଗରେ ପରିଣତ ହେବ ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 42
1 ଏଥିରେ ନାମାଥୀୟ ସୋଫର ଉତ୍ତର କରି କହିଲା, 2 ଏତେ କଥାର କି କିଛି ଉତ୍ତର ଦିଆଯିବ ନାହିଁ? ଓ ବକୁଆ ଲୋକ କʼଣ ନିର୍ଦ୍ଦୋଷ ଗଣାଯିବ? 3 ତୁମ୍ଭର ଦର୍ପ କʼଣ ଲୋକମାନଙ୍କୁ ନୀରବ କରିବ? ଓ ତୁମ୍ଭେ ପରିହାସ କଲେ, କେହି କʼଣ ତୁମ୍ଭକୁ ଲଜ୍ଜିତ କରିବ ନାହିଁ? 4 କାରଣ ତୁମ୍ଭେ କହୁଅଛ, ମୋହର ବାକ୍ୟ ଶୁଦ୍ଧ, ମୁଁ ତୁମ୍ଭ ଦୃଷ୍ଟିରେ ଶୁଚି । 5 ମାତ୍ର ଆହା, ଯେବେ ପରମେଶ୍ଵର କଥା କହନ୍ତେ ଓ ତୁମ୍ଭ ପ୍ରତିକୂଳରେ ଆପଣା ଓଷ୍ଠାଧର ଫିଟାନ୍ତେ; 6 ପୁଣି, ଜ୍ଞାନର ନିଗୂଢ଼ ତତ୍ତ୍ଵ, ଅର୍ଥାତ୍, ତହିଁର ବହୁବିଧ ଫଳଦାୟକ କର୍ମଣ୍ୟତା ତୁମ୍ଭକୁ ଜ୍ଞାତ କରାନ୍ତେ! ଏହେତୁ ଜାଣ ଯେ, ପରମେଶ୍ଵର ତୁମ୍ଭ ଅପରାଧ ଅପେକ୍ଷା ଊଣା ପରିଶୋଧ ତୁମ୍ଭଠାରୁ ନେଉଅଛନ୍ତି । 7 ତୁମ୍ଭେ କʼଣ ଅନୁସନ୍ଧାନ ଦ୍ଵାରା ପରମେଶ୍ଵରଙ୍କୁ ପାଇପାର? ତୁମ୍ଭେ କʼଣ ସର୍ବଶକ୍ତିମାନଙ୍କର ସମ୍ପୂର୍ଣ୍ଣ ତତ୍ତ୍ଵ ପାଇପାର? 8 ତାହା ଆକାଶ ତୁଲ୍ୟ ଉଚ୍ଚ; ତୁମ୍ଭେ କଅଣ କରିପାର? ପାତାଳଠାରୁ ଗଭୀର; ତୁମ୍ଭେ କଅଣ ଜାଣିପାର? 9 ତହିଁର ପରିମାଣ ପୃଥିବୀ ଅପେକ୍ଷା ଦୀର୍ଘ ଓ ସମୁଦ୍ର ଅପେକ୍ଷା ପ୍ରଶସ୍ତ । 10 ଯେବେ ସେ ଚାଲିଯାʼନ୍ତି ଓ ବନ୍ଦ କରନ୍ତି ଓ ବିଚାର-ସଭାକୁ ଡାକନ୍ତି, ତେବେ କିଏ ତାହାଙ୍କୁ ବାରଣ କରିପାରେ? 11 କାରଣ ସେ ଅସାର ଲୋକଙ୍କୁ ଜାଣନ୍ତି; ସେ ଆଲୋଚନା ନ କରି ହିଁ ଅଧର୍ମ ଦେଖନ୍ତି । 12 ମାତ୍ର ଅସାର ମନୁଷ୍ୟ ବୁଦ୍ଧିବିହୀନ, ହଁ, ବନ୍ୟ ଗର୍ଦ୍ଦଭଶାବକ ତୁଲ୍ୟ ମନୁଷ୍ୟ ଜାତ ଅଟେ । 13 ଯେବେ ତୁମ୍ଭେ ଯଥାର୍ଥ ରୂପେ ଆପଣା ଅନ୍ତଃକରଣ ସୁସ୍ଥିର କରି ତାହାଙ୍କ ଆଡ଼େ ଆପଣା ହସ୍ତ ବିସ୍ତାର କର; 14 ଯେବେ ତୁମ୍ଭ ହସ୍ତରେ ଅଧର୍ମ ଥାଏ, ତାହା ଦୂର କରି ଦିଅ ଓ ଅଧର୍ମକୁ ତୁମ୍ଭ ତମ୍ଵୁରେ ବାସ କରିବାକୁ ନ ଦିଅ; 15 ତେବେ ତୁମ୍ଭେ ନିଶ୍ଚୟ କଳଙ୍କରହିତ ହୋଇ ଆପଣା ମୁଖ ଟେକିବ; ଆହୁରି, ତୁମ୍ଭେ ସୁସ୍ଥିର ହେବ ଓ ଭୟ କରିବ ନାହିଁ; 16 ତୁମ୍ଭେ ଆପଣା ଦୁଃଖ ପାସୋରି ପକାଇବ; ବହିଗଲା ଜଳ ତୁଲ୍ୟ ତାହା ସ୍ମରଣ କରିବ; 17 ତୁମ୍ଭର ଜୀବନ ମଧ୍ୟାହ୍ନ ଅପେକ୍ଷା ନିର୍ମଳ ହେବ; ଅନ୍ଧକାର ଥିଲେ ହେଁ ତାହା ପ୍ରଭାତ ତୁଲ୍ୟ ହେବ । 18 ପୁଣି, ଭରସା ଥିବାରୁ ତୁମ୍ଭେ ନିର୍ବିଘ୍ନରେ ରହିବ; ଆହୁରି, ତୁମ୍ଭେ ଆପଣା ଚତୁର୍ଦ୍ଦିଗ ଅନ୍ଵେଷଣ କରି ନିରାପଦରେ ବିଶ୍ରାମ କରିବ । 19 ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ; ବରଞ୍ଚ ଅନେକେ ତୁମ୍ଭ ନିକଟରେ ନିବେଦନ କରିବେ । 20 ମାତ୍ର ଦୁଷ୍ଟମାନଙ୍କର ଚକ୍ଷୁ ନିସ୍ତେଜ ହେବ ଓ ସେମାନଙ୍କର ପଳାଇବାର ବାଟ ରହିବ ନାହିଁ, ଆଉ ସେମାନଙ୍କର ଭରସା ପ୍ରାଣତ୍ୟାଗରେ ପରିଣତ ହେବ ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 42
×

Alert

×

Oriya Letters Keypad References