1. ଗୀତ; କୋରହ-ସନ୍ତାନଗଣର ଗୀତ । ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ଲୀୟନ୍ନୋତ୍ ସ୍ଵରରେ ଇଷ୍ରାହୀୟ ହେମନର ମସ୍କୀଲ୍ । ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ଵର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୁକ୍ତି କରିଅଛି;
|
5. ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି ।
|
8. ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ । ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ ।
|
9. କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି ।
|
10. ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ? ସେଲା
|
13. ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୁକ୍ତି କରିଅଛି ଓ ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ ।
|
14. ହେ ସଦାପ୍ରଭୋ, ତୁମ୍ଭେ କାହିଁକି ମୋʼ ପ୍ରାଣକୁ ପରିତ୍ୟାଗ କରୁଅଛ? ତୁମ୍ଭେ କାହିଁକି ମୋʼଠାରୁ ଆପଣା ମୁଖ ଲୁଚାଉଅଛ?
|