ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1. ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ଵର୍ଗରେ ଗୋଟିଏ ଦ୍ଵାର ଉନ୍ମୁକ୍ତ; ପୁଣି ତୂରୀଶଦ୍ଦ ସଦୃଶ ମୋʼ ସହିତ କହୁଥିବା ଯେଉଁ ସ୍ଵର ମୁଁ ପୂର୍ବରେ ଶୁଣିଥିଲି, ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ ।
2. ସେହିକ୍ଷଣି ମୁଁ ଆତ୍ମାରେ ଆବିଷ୍ଟ ହେଲି, ଆଉ ଦେଖ, ସ୍ଵର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି ସିଂହାସନ ଉପରେ ଜଣେ ଉପବିଷ୍ଟ ଅଛନ୍ତି;
3. ଉପବିଷ୍ଟ ବ୍ୟକ୍ତିଙ୍କର ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମରକତମଣି ତୁଲ୍ୟ ।
4. ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ ।
5. ସିଂହାସନ ମଧ୍ୟରୁ ବିଦ୍ୟୁତ୍, ବିଭିନ୍ନ ସ୍ଵର ଓ ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ଵରଙ୍କ ସପ୍ତ ଆତ୍ମା ।
6. ସିଂହାସନ ସମ୍ମୁଖରେ ସ୍ପଟିକ ପରି ସ୍ଵଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଅଗ୍ର ଓ ପଶ୍ଚାତ୍ ଚକ୍ଷୁରେ ପରିପୂର୍ଣ୍ଣ ।
7. ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ଵିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ ମୁଖ ସଦୃଶ, ପୁଣି ଚତୁର୍ଥ ପ୍ରାଣୀ ଉଡ୍ଡୀୟମାନ ଉତ୍କ୍ରୋଶପକ୍ଷୀ ସଦୃଶ ।
8. ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ । ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଭୂତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ଵର ପବିତ୍ର, ପବିତ୍ର, ପବିତ୍ର ।
9. ପ୍ରାଣୀମାନେ ଯେତେବେଳେ ସେହି ସିଂହାସନୋ-ପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,
10. ସେତେବେଳେ ଚବିଶ ପ୍ରାଚୀନ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,
11. ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ଵର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ସୁଭାଜନ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହିସବୁ ସତ୍ତ୍ଵ ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି ।

Notes

No Verse Added

Total 22 Chapters, Current Chapter 4 of Total Chapters 22
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:14
1. ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ଵର୍ଗରେ ଗୋଟିଏ ଦ୍ଵାର ଉନ୍ମୁକ୍ତ; ପୁଣି ତୂରୀଶଦ୍ଦ ସଦୃଶ ମୋʼ ସହିତ କହୁଥିବା ଯେଉଁ ସ୍ଵର ମୁଁ ପୂର୍ବରେ ଶୁଣିଥିଲି, ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ
2. ସେହିକ୍ଷଣି ମୁଁ ଆତ୍ମାରେ ଆବିଷ୍ଟ ହେଲି, ଆଉ ଦେଖ, ସ୍ଵର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି ସିଂହାସନ ଉପରେ ଜଣେ ଉପବିଷ୍ଟ ଅଛନ୍ତି;
3. ଉପବିଷ୍ଟ ବ୍ୟକ୍ତିଙ୍କର ରୂପ ହୀରା ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମରକତମଣି ତୁଲ୍ୟ
4. ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ
5. ସିଂହାସନ ମଧ୍ୟରୁ ବିଦ୍ୟୁତ୍, ବିଭିନ୍ନ ସ୍ଵର ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ଵରଙ୍କ ସପ୍ତ ଆତ୍ମା
6. ସିଂହାସନ ସମ୍ମୁଖରେ ସ୍ପଟିକ ପରି ସ୍ଵଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଅଗ୍ର ପଶ୍ଚାତ୍ ଚକ୍ଷୁରେ ପରିପୂର୍ଣ୍ଣ
7. ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ଵିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ ମୁଖ ସଦୃଶ, ପୁଣି ଚତୁର୍ଥ ପ୍ରାଣୀ ଉଡ୍ଡୀୟମାନ ଉତ୍କ୍ରୋଶପକ୍ଷୀ ସଦୃଶ
8. ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଭିତର ଚକ୍ଷୁରେ ପରିପୂର୍ଣ୍ଣ ସେମାନେ ଦିବାରାତ୍ର ବିଶ୍ରାମ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଭୂତ, ବର୍ତ୍ତମାନ ଭବିଷ୍ୟତ, ସେହି ପ୍ରଭୁ ଈଶ୍ଵର ପବିତ୍ର, ପବିତ୍ର, ପବିତ୍ର
9. ପ୍ରାଣୀମାନେ ଯେତେବେଳେ ସେହି ସିଂହାସନୋ-ପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଧନ୍ୟବାଦ ଦିଅନ୍ତି,
10. ସେତେବେଳେ ଚବିଶ ପ୍ରାଚୀନ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,
11. ହେ ଆମ୍ଭମାନଙ୍କର ପ୍ରଭୁ ଈଶ୍ଵର, ତୁମ୍ଭେ ଗୌରବ, ସମ୍ଭ୍ରମ ପରାକ୍ରମ ପାଇବାକୁ ସୁଭାଜନ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହିସବୁ ସତ୍ତ୍ଵ ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି
Total 22 Chapters, Current Chapter 4 of Total Chapters 22
×

Alert

×

oriya Letters Keypad References