ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ
1. ଅନନ୍ତର ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ଓ ରବ୍ବାକୁ ଯାଇ ତାହା ଅବରୋଧ କଲା । ମାତ୍ର ଦାଉଦ ଯିରୂଶାଲମରେ ରହିଲେ । ଏଥି ମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍ କଲା ।
2. ପୁଣି ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ିନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳ; ପରିମିତ ସ୍ଵର୍ଣ୍ଣ ଓ ତହିଁର ବହୁମୂଲ୍ୟ ପ୍ରସ୍ତରମାନ ଥିଲା । ପୁଣି ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ ।
3. ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ଵାରା ଛେଦନ କଲେ । ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ । ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ ।
4. ଏଥି ଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ-ବଂଶଜାତ ସଫକୁ ବଧ କଲା, ଏଥିରେ ସେମାନେ ପରାସ୍ତ ହେଲେ ।
5. ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍ହାନନ୍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକି ବଧ କଲା ।
6. ଏଉତ୍ତାରେ ପୁନର୍ବାର ଗାଥ୍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ-ବଂଶଜାତ ।
7. ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା ।
8. ଏମାନେ ଗାଥ୍ ନଗରରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଦାସମାନଙ୍କ ହସ୍ତରେ ମାରା ପଡ଼ିଲେ ।

Notes

No Verse Added

Total 29 Chapters, Current Chapter 20 of Total Chapters 29
ପ୍ରଥମ ବଂଶାବଳୀ 20:1
1. ଅନନ୍ତର ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ରବ୍ବାକୁ ଯାଇ ତାହା ଅବରୋଧ କଲା ମାତ୍ର ଦାଉଦ ଯିରୂଶାଲମରେ ରହିଲେ ଏଥି ମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍ କଲା
2. ପୁଣି ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ିନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳ; ପରିମିତ ସ୍ଵର୍ଣ୍ଣ ତହିଁର ବହୁମୂଲ୍ୟ ପ୍ରସ୍ତରମାନ ଥିଲା ପୁଣି ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ
3. ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଲୁହାର ମଇ କୁହ୍ରାଡ଼ି ଦ୍ଵାରା ଛେଦନ କଲେ ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ ଏଉତ୍ତାରେ ଦାଉଦ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ
4. ଏଥି ଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ-ବଂଶଜାତ ସଫକୁ ବଧ କଲା, ଏଥିରେ ସେମାନେ ପରାସ୍ତ ହେଲେ
5. ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍ହାନନ୍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକି ବଧ କଲା
6. ଏଉତ୍ତାରେ ପୁନର୍ବାର ଗାଥ୍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି ପ୍ରତି ହସ୍ତ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ-ବଂଶଜାତ
7. ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା
8. ଏମାନେ ଗାଥ୍ ନଗରରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ହସ୍ତରେ ତାଙ୍କର ଦାସମାନଙ୍କ ହସ୍ତରେ ମାରା ପଡ଼ିଲେ
Total 29 Chapters, Current Chapter 20 of Total Chapters 29
×

Alert

×

oriya Letters Keypad References