1. ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ ।
|
4. ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ଵୀକାର ଦ୍ଵାରା ମହା ମହା ଅନିଷ୍ଟ କ୍ଷା; ହୁଏ ।
|
10. ଲୁହା ଦନ୍ଥରା ହେଲେ ଯେବେ କେହି ତାହାର ଦାଢ଼ ନ ପଜାଏ, ତେବେ ତାହାପରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ ।
|
14. ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ?
|
16. ହେ ଦେଶ, ତୁମ୍ଭର ରାଜା ଯେବେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର ।
|
17. ହେ ଦେଶ, କୂଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ!
|
20. ରାଜାକୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ ଆଉ, ଧନୀକି ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ ।
|