1. ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ;
|
2. ଏମାନେ ସରୁବ୍ବାବିଲ, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ରହୂମ୍ ଓ ବାନା ସଙ୍ଗେ ଫେରି ଆସିଲେ । ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,
|
42. ଦ୍ଵାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମର ସନ୍ତାନ, ଆଟରର ସନ୍ତାନ, ଟଲମୋନର ସନ୍ତାନ, ଆକ୍କବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ ।
|
59. ପୁଣି ତେଲ୍ମେଲହ, ତେଲ୍ହର୍ଶା, କରୁବ, ଅଦ୍ଦନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
|
61. ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକୋସର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲିୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା ।
|
62. ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀପତ୍ର ଅନ୍ଵେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକପଦଚ୍ୟୁତ ହେଲେ ।
|
63. ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ ।
|
65. ଏହା ଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ । ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ ।
|
68. ଏଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ଵରଙ୍କର ସେହି ଗୃହ ସ୍ଵସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ ।
|
69. ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ତାରରେ ଏକଷଠି ହଜାର ଡାରିକ୍ ସ୍ଵର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ତ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ ।
|
70. ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ଵାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ ।
|