ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. ଦେଖ, ସଦାପ୍ରଭୁ ପୃଥିବୀକି ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି ।
2. ତହିଁରେ ଯେପରି ଲୋକମାନଙ୍କର, ସେପରି ଯାଜକର; ଯେପରି ଦାସର, ସେପରି ତାହାର କର୍ତ୍ତାର; ଯେପରି ଦାସୀର, ସେପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେପରି ବିକ୍ରୟକାରୀର; ଯେପରି ମହାଜନର, ସେପରି ଖାତକର; ଯେପରି ସୁଧଗ୍ରାହୀର, ସେପରି ସୁଧଦାତାର ପ୍ରତି ଘଟିବ ।
3. ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି ।
4. ପୃଥିବୀ ଶୋକ କରି ନିସ୍ତେଜ ହେଉଅଛି, ଜଗତ ମ୍ଳାନ ହୋଇ ନିସ୍ତେଜ ହେଉଅଛି, ପୃଥିବୀର ଉଚ୍ଚ ଲୋକମାନେ ମ୍ଳାନ ହୁଅନ୍ତି ।
5. ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି ।
6. ଏହେତୁ ଅଭିଶାପ ପୃଥିବୀକି ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି ।
7. ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ଵାସ ଛାଡ଼ୁଅଛନ୍ତି ।
8. ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସ-କାରୀମାନଙ୍କର ଧ୍ଵନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି ।
9. ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ ।
10. ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି ।
11. ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି ।
12. ନଗରରେ ଧ୍ଵଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ଵାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି ।
13. କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ ।
14. ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ଵନି କରିବେ; ସଦାପ୍ରଭୁଙ୍କର ମହିମା ହେତୁରୁ ସେମାନେ ସମୁଦ୍ରରୁ ଉଚ୍ଚ ଧ୍ଵନି କରିବେ ।
15. ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍, ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ଵୀପସମୂହରେ ପ୍ରକାଶ କର ।
16. ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରା; ସୀମାରୁ ଶୁଣିଅଛୁ । ମାତ୍ର ମୁଁ କହିଲି, ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି! ମୁଁ ସନ୍ତାପର ପାତ୍ର! ବିଶ୍ଵାସଘାତକମାନେ ବିଶ୍ଵାସ-ଘାତକତା କରିଅଛନ୍ତି; ହଁ, ବିଶ୍ଵାସଘାତକମାନେ ଅତିଶୟ ବିଶ୍ଵାସଘାତକତା କରିଅଛନ୍ତି ।
17. ହେ ପୃଥିବୀନିବାସୀ ଲୋକ, ତୁମ୍ଭ ନିମନ୍ତେ ଭୟ, ଗର୍ତ୍ତ ଓ ଫାନ୍ଦ ପ୍ରସ୍ତୁତ ଅଛି ।
18. ଆଉ, ଏପରି ଘଟିବ, କେହି ଯେବେ ଭୟର ଶଦ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରା ଯିବ; କାରଣ ଊର୍ଦ୍ଧ୍ଵସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି ।
19. ପୃଥିବୀ ନିତା; ବିଦୀର୍ଣ୍ଣ ହେଉଅଛି, ପୃଥିବୀ ନିତା; ତରଳି ଯାଇଅଛି, ପୃଥିବୀ ଅତିଶୟ ବିଚଳିତ ହୋଇଅଛି ।
20. ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ ।
21. ପୁଣି, ସେଦିନ ସଦାପ୍ରଭୁ ଊର୍ଦ୍ଧ୍ଵରେ ଊର୍ଦ୍ଧ୍ଵସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ତଳରେ ଭୂମଣ୍ତଳସ୍ଥ ରାଜଗଣକୁ ପ୍ରତିଫଳ ଦେବେ ।
22. ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ଵାନୁସନ୍ଧାନ କରାଯିବ ।
23. ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବନ୍ତ କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ଵ କରିବେ ।

Notes

No Verse Added

Total 66 Chapters, Current Chapter 24 of Total Chapters 66
ଯିଶାଇୟ 24
1. ଦେଖ, ସଦାପ୍ରଭୁ ପୃଥିବୀକି ଶୂନ୍ୟ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି
2. ତହିଁରେ ଯେପରି ଲୋକମାନଙ୍କର, ସେପରି ଯାଜକର; ଯେପରି ଦାସର, ସେପରି ତାହାର କର୍ତ୍ତାର; ଯେପରି ଦାସୀର, ସେପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେପରି ବିକ୍ରୟକାରୀର; ଯେପରି ମହାଜନର, ସେପରି ଖାତକର; ଯେପରି ସୁଧଗ୍ରାହୀର, ସେପରି ସୁଧଦାତାର ପ୍ରତି ଘଟିବ
3. ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି
4. ପୃଥିବୀ ଶୋକ କରି ନିସ୍ତେଜ ହେଉଅଛି, ଜଗତ ମ୍ଳାନ ହୋଇ ନିସ୍ତେଜ ହେଉଅଛି, ପୃଥିବୀର ଉଚ୍ଚ ଲୋକମାନେ ମ୍ଳାନ ହୁଅନ୍ତି
5. ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି
6. ଏହେତୁ ଅଭିଶାପ ପୃଥିବୀକି ଗ୍ରାସ କରିଅଛି ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି
7. ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ଵାସ ଛାଡ଼ୁଅଛନ୍ତି
8. ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସ-କାରୀମାନଙ୍କର ଧ୍ଵନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି
9. ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ
10. ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି
11. ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି
12. ନଗରରେ ଧ୍ଵଂସତା ମାତ୍ର ଅବଶିଷ୍ଟ ଥାଏ ଦ୍ଵାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି
13. କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ
14. ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ଵନି କରିବେ; ସଦାପ୍ରଭୁଙ୍କର ମହିମା ହେତୁରୁ ସେମାନେ ସମୁଦ୍ରରୁ ଉଚ୍ଚ ଧ୍ଵନି କରିବେ
15. ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍, ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ଵୀପସମୂହରେ ପ୍ରକାଶ କର
16. ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରା; ସୀମାରୁ ଶୁଣିଅଛୁ ମାତ୍ର ମୁଁ କହିଲି, ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି! ମୁଁ ସନ୍ତାପର ପାତ୍ର! ବିଶ୍ଵାସଘାତକମାନେ ବିଶ୍ଵାସ-ଘାତକତା କରିଅଛନ୍ତି; ହଁ, ବିଶ୍ଵାସଘାତକମାନେ ଅତିଶୟ ବିଶ୍ଵାସଘାତକତା କରିଅଛନ୍ତି
17. ହେ ପୃଥିବୀନିବାସୀ ଲୋକ, ତୁମ୍ଭ ନିମନ୍ତେ ଭୟ, ଗର୍ତ୍ତ ଫାନ୍ଦ ପ୍ରସ୍ତୁତ ଅଛି
18. ଆଉ, ଏପରି ଘଟିବ, କେହି ଯେବେ ଭୟର ଶଦ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରା ଯିବ; କାରଣ ଊର୍ଦ୍ଧ୍ଵସ୍ଥ ଝରକାସବୁ ମୁକ୍ତ ଅଛି ପୃଥିବୀର ମୂଳସବୁ କମ୍ପମାନ ହେଉଅଛି
19. ପୃଥିବୀ ନିତା; ବିଦୀର୍ଣ୍ଣ ହେଉଅଛି, ପୃଥିବୀ ନିତା; ତରଳି ଯାଇଅଛି, ପୃଥିବୀ ଅତିଶୟ ବିଚଳିତ ହୋଇଅଛି
20. ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ
21. ପୁଣି, ସେଦିନ ସଦାପ୍ରଭୁ ଊର୍ଦ୍ଧ୍ଵରେ ଊର୍ଦ୍ଧ୍ଵସ୍ଥମାନଙ୍କର ସୈନ୍ୟସାମନ୍ତକୁ ଭୂମଣ୍ତଳରେ ଭୂମଣ୍ତଳସ୍ଥ ରାଜଗଣକୁ ପ୍ରତିଫଳ ଦେବେ
22. ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ଵାନୁସନ୍ଧାନ କରାଯିବ
23. ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ସୂର୍ଯ୍ୟ ଲଜ୍ଜିତ ହେବନ୍ତ କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଯିରୂଶାଲମରେ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ଵ କରିବେ
Total 66 Chapters, Current Chapter 24 of Total Chapters 66
×

Alert

×

oriya Letters Keypad References