1. ସେହି ସମୟରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଗମନ କଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ତାଇ ଖାଇବାକୁ ଲାଗିଲେ ।
|
2. କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି ।
|
3. ମାତ୍ର ସେ ସେମାନଙ୍କୁ କହିଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ?
|
4. ସେ କିପରି ଈଶ୍ଵରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଦର୍ଶନୀରୋଟୀ କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ ।
|
5. କିମ୍ଵା ବିଶ୍ରାମବାରରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ?
|
7. କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ମର୍ମ ଯେବେ ଜାଣିଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆ; ।
|
10. ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା । ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାରରେ ସୁସ୍ଥ କରିବା କଅଣ ବିଧିସଙ୍ଗତ?
|
11. କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାରରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି?
|
13. ସେତେବେଳେ ସେ ସେହି ଲୋକକୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ହାତ ବଢ଼ାଇଲା, ଆଉ ତାହା ଅନ୍ୟ ହାତ ପରି ପୁଣି ଭଲ ହୋଇଗଲା ।
|
15. ଯୀଶୁ ତାହା ଜାଣି ସେଠାରୁ ଅନ୍ତର ହୋଇ ବାହାରିଗଲେ, ପୁଣି ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ
|
18. ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ବିଜାତିମାନଙ୍କ ନିକଟରେ ନ୍ୟାୟବିଚାର ପ୍ରଚାର କରିବେ ।
|
19. ସେ ବିବାଦ କରିବେ ନାହିଁ, କିମ୍ଵା ଉଚ୍ଚ ସ୍ଵର କରିବେ ନାହିଁ, କିମ୍ଵା ଦାଣ୍ତରେ କେହି ତାହାଙ୍କ ସ୍ଵର ଶୁଣିବ ନାହିଁ ।
|
22. ସେସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଓ ଘୁଙ୍ଗା ଲୋକ ତାହାଙ୍କ ନିକଟକୁ ଅଣାଗଲା, ଆଉ ଯୀଶୁ ତାହାକୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା ।
|
25. କିନ୍ତୁ ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇଯାଏ; ପୁଣି, ଯେକୌଣସି ନଗର କିମ୍ଵା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ ।
|
26. ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି; ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ?
|
27. ମୁଁ ଯେବେ ବାଆଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି । ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ ।
|
28. କିନ୍ତୁ ମୁଁ ଯଦି ଈଶ୍ଵରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି ।
|
29. ଅବା କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ କିପ୍ରକାରେ ତାହା ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ରସବୁ ହରଣ କରିପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ ।
|
30. ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ, ପୁଣି ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ ।
|
31. ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ ।
|
32. ଆଉ, ଯେକେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେକେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଇହଯୁଗରେ କି ପରଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ ।
|
33. ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ, ନତୁବା ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ଵାରା ଗଛ ଚିହ୍ନାଯାଏ ।
|
34. ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହି ପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ ।
|
35. ଉତ୍ତମ ଲୋକ ଉତ୍ତମ ଭଣ୍ତାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି ମନ୍ଦ ଲୋକ ମନ୍ଦ ଭଣ୍ତାରରୁ ମନ୍ଦ ପଦାର୍ଥ ବାହାର କରେ ।
|
36. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର-ଦିନରେ ସେମାନେ ସେଥିର ଉତ୍ତର ଦେବେ;
|
37. ଯେଣୁ ତୁମ୍ଭ ବାକ୍ୟ ଦ୍ଵାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ଵାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ ।
|
38. ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ ।
|
39. କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ଵେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ।
|
40. କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତ୍ରି ବୃହତ୍ ମତ୍ସ୍ୟ ଉଦରରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତ୍ରି ଭୂଗର୍ଭରେ ରହିବେ ।
|
41. ନୀନିବୀର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କରିଥିଲେ,, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ୍ ବିଷୟ ଏ ସ୍ଥାନରେ ଅଛି ।
|
42. ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ୍ ବିଷୟ ଏ ସ୍ଥାନରେ ଅଛି ।
|
43. ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ଉତ୍ତାରେ ଜଳଶୂନ୍ୟ ସ୍ଥାନସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ ।
|
44. ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଥିଲି, ମୋର ସେହି ଘରକୁ ବାହୁଡ଼ିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ ।
|
45. ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟା ଆତ୍ମା ସାଙ୍ଗରେ ଘେନି ଆସେ, ପୁଣି ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ । ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ ।
|
46. ଯୀଶୁ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମା ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ ।
|
47. ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମା ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି ।
|