ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ଆକାଶମଣ୍ତଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ତଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ ।
2. ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ ।
3. କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ ।
4. ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ । ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,
5. ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ ।
6. ଆକାଶମଣ୍ତଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରା; ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ ।
7. ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ଵାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
8. ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ ।
9. ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ । ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ ।
10. ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ ।
11. ଆହୁରି, ତଦ୍ଦ୍ଵାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ ।
12. ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର ।
13. ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ଵ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି ମହାପରାଧରୁ ପରିଷ୍କୃତ ହେବି ।
14. ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ ।

Notes

No Verse Added

Total 150 Chapters, Current Chapter 19 of Total Chapters 150
ଗୀତସଂହିତା 19:8
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ ଆକାଶମଣ୍ତଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ତଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ
2. ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ
3. କୌଣସି ବାକ୍ୟ କି ଭାଷା ଥାଏ; ସେମାନଙ୍କ ରବ ଶୁଣାଯାଇ ପାରେ
4. ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,
5. ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ
6. ଆକାଶମଣ୍ତଳର ପ୍ରାନ୍ତରୁ ତାହାର ଉଦୟ ତହିଁର ଅନ୍ୟ ପ୍ରା; ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ଥାଏ
7. ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ଵାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
8. ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ
9. ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ସର୍ବତୋଭାବେ ନ୍ୟାଯ୍ୟ
10. ତାହାସବୁ ସୁବର୍ଣ୍ଣ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ମଧୁଚାକଠାରୁ ସୁମିଷ୍ଟ
11. ଆହୁରି, ତଦ୍ଦ୍ଵାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ
12. ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର
13. ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ଵ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି ମହାପରାଧରୁ ପରିଷ୍କୃତ ହେବି
14. ହେ ସଦାପ୍ରଭୋ, ମୋହର ଶୈଳ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ
Total 150 Chapters, Current Chapter 19 of Total Chapters 150
×

Alert

×

oriya Letters Keypad References