ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ଵରଙ୍କ ନାମ ତୁମ୍ଭକୁ ଉଚ୍ଚରେ ସ୍ଥାପନ କରୁ;
2. ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;
3. ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; [ସେଲା
4. ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ମନ୍ତ୍ରଣାସବୁ ସିଦ୍ଧ କରନ୍ତୁ ।
5. ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ଵନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମରେ ଆମ୍ଭେମାନେ ଧ୍ଵଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ ।
6. ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତକୁ ଉଦ୍ଧାର କରନ୍ତି, ସେ ଆପଣା ଦକ୍ଷିଣ ହସ୍ତର ତ୍ରାଣଶକ୍ତିରେ ନିଜ ପବିତ୍ର ସ୍ଵର୍ଗରୁ ତାହାକୁ ଉତ୍ତର ଦେବେ ।
7. କେହି କେହି ରଥରେ ଓ କେହି କେହି ଅଶ୍ଵରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମ କୀର୍ତ୍ତନ କରିବା ।
8. ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ ।
9. ହେ ସଦାପ୍ରଭୋ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ ।

Notes

No Verse Added

Total 150 Chapters, Current Chapter 20 of Total Chapters 150
ଗୀତସଂହିତା 20:16
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ଵରଙ୍କ ନାମ ତୁମ୍ଭକୁ ଉଚ୍ଚରେ ସ୍ଥାପନ କରୁ;
2. ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;
3. ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; ସେଲା
4. ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ତୁମ୍ଭର ମନ୍ତ୍ରଣାସବୁ ସିଦ୍ଧ କରନ୍ତୁ
5. ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ଵନି କରିବୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମରେ ଆମ୍ଭେମାନେ ଧ୍ଵଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ
6. ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତକୁ ଉଦ୍ଧାର କରନ୍ତି, ସେ ଆପଣା ଦକ୍ଷିଣ ହସ୍ତର ତ୍ରାଣଶକ୍ତିରେ ନିଜ ପବିତ୍ର ସ୍ଵର୍ଗରୁ ତାହାକୁ ଉତ୍ତର ଦେବେ
7. କେହି କେହି ରଥରେ କେହି କେହି ଅଶ୍ଵରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମ କୀର୍ତ୍ତନ କରିବା
8. ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ
9. ହେ ସଦାପ୍ରଭୋ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ
Total 150 Chapters, Current Chapter 20 of Total Chapters 150
×

Alert

×

oriya Letters Keypad References