1. ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ । ଦାଉଦ ବଥ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ । ହେ ପରମେଶ୍ଵର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର ।
|
4. ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ ।
|
7. ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି ।
|
14. ହେ ପରମେଶ୍ଵର, ମୋʼ ତ୍ରାଣର ପରମେଶ୍ଵର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ଵା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ଵରରେ ଗାନ କରିବ ।
|
16. କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ ।
|
17. ଭଗ୍ନ-ଆତ୍ମା ପରମେଶ୍ଵରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ଵର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ ।
|
19. ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ ।
|