ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ । ପରମେଶ୍ଵର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ । [ସେଲା
2. ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ ।
3. ହେ ପରମେଶ୍ଵର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ ।
4. ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ । [ସେଲା
5. ହେ ପରମେଶ୍ଵର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ ।
6. ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ଵର, ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ ।
7. ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରା; ତାହାଙ୍କୁ ଭୟ କରିବେ ।

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 67 / 150
1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ । ପରମେଶ୍ଵର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ । [ସେଲା 2 ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ । 3 ହେ ପରମେଶ୍ଵର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ । 4 ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ । [ସେଲା 5 ହେ ପରମେଶ୍ଵର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ । 6 ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ଵର, ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ । 7 ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରା; ତାହାଙ୍କୁ ଭୟ କରିବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 67 / 150
×

Alert

×

Oriya Letters Keypad References