ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଦିତୀୟ ବିବରଣ
1. ଯାଜକମାନେ, ଲେବୀୟମାନେ ଓ ଲେବୀର ସମସ୍ତ ବଂଶ ଇସ୍ରାଏଲ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇବେ ନାହିଁ; ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାହାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ ।
2. ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ।
3. ପୁଣି ଲୋକମାନଙ୍କଠାରୁ ଯାଜକମାନଙ୍କର ପ୍ରାପ୍ତବ୍ୟ ଏହି, ଯେଉଁମାନେ ଗୋରୁ କି ମେଷ ବଳିଦାନ କରିବେ, ସେମାନେ ଯାଜକକୁ ତହିଁର ଆଗ-ଚଟୁଆ ଓ ଦୁଇ ଗାଲ ଓ ପାକସ୍ଥଳୀ ଦେବେ ।
4. ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରୀମାଂଶ ତାହାକୁ ଦେବ ।
5. କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି ।
6. ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗରଦ୍ଵାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯେବେ ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,
7. ତେବେ ସେ ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନାମରେ ସେବା କରିବ ।
8. ସେ ଆପଣା ପୈତୃକ-ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ ।
9. ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେ ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ କରିବାକୁ ତୁମ୍ଭେ ଶିଖିବ ନାହିଁ ।
10. ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,
11. କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ ।
12. ଯେହେତୁ ଯେ କେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର; ପୁଣି ସେହି ଘୃଣ୍ୟକର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି ।
13. ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହେବ ।
14. କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ସେପରି କରିବାକୁ ଦେଇ ନାହାନ୍ତି ।
15. ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ ।
16. କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ ।
17. ତହିଁରେ ସଦାପ୍ରଭୁ ମୋତେ କହିଲେ, ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି ।
18. ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେ ଯେ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ ।
19. ପୁଣି ଆମ୍ଭ ନାମରେ ସେ ଆମ୍ଭର ଯେ ଯେ ବାକ୍ୟ କହିବେ, ତାହା ଯିଏ ଶୁଣିବ ନାହିଁ, ତାହାଠାରୁ ଆମ୍ଭେ ତହିଁର ପରିଶୋଧ ନେବା ।
20. ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍ବକ୍ତା ଦୁଃସାହସ କରିବ ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍ବକ୍ତା ମରିବ ।
21. ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା?
22. କୌଣସି ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ ।
Total 34 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 18 / 34
1 ଯାଜକମାନେ, ଲେବୀୟମାନେ ଓ ଲେବୀର ସମସ୍ତ ବଂଶ ଇସ୍ରାଏଲ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇବେ ନାହିଁ; ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାହାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ । 2 ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର । 3 ପୁଣି ଲୋକମାନଙ୍କଠାରୁ ଯାଜକମାନଙ୍କର ପ୍ରାପ୍ତବ୍ୟ ଏହି, ଯେଉଁମାନେ ଗୋରୁ କି ମେଷ ବଳିଦାନ କରିବେ, ସେମାନେ ଯାଜକକୁ ତହିଁର ଆଗ-ଚଟୁଆ ଓ ଦୁଇ ଗାଲ ଓ ପାକସ୍ଥଳୀ ଦେବେ । 4 ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରୀମାଂଶ ତାହାକୁ ଦେବ । 5 କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି । 6 ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗରଦ୍ଵାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯେବେ ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ, 7 ତେବେ ସେ ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନାମରେ ସେବା କରିବ । 8 ସେ ଆପଣା ପୈତୃକ-ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ । 9 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେ ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ କରିବାକୁ ତୁମ୍ଭେ ଶିଖିବ ନାହିଁ । 10 ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ, 11 କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ । 12 ଯେହେତୁ ଯେ କେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର; ପୁଣି ସେହି ଘୃଣ୍ୟକର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି । 13 ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହେବ । 14 କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ସେପରି କରିବାକୁ ଦେଇ ନାହାନ୍ତି । 15 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ । 16 କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ । 17 ତହିଁରେ ସଦାପ୍ରଭୁ ମୋତେ କହିଲେ, ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି । 18 ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେ ଯେ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ । 19 ପୁଣି ଆମ୍ଭ ନାମରେ ସେ ଆମ୍ଭର ଯେ ଯେ ବାକ୍ୟ କହିବେ, ତାହା ଯିଏ ଶୁଣିବ ନାହିଁ, ତାହାଠାରୁ ଆମ୍ଭେ ତହିଁର ପରିଶୋଧ ନେବା । 20 ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍ବକ୍ତା ଦୁଃସାହସ କରିବ ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍ବକ୍ତା ମରିବ । 21 ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା? 22 କୌଣସି ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ ।
Total 34 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 18 / 34
×

Alert

×

Oriya Letters Keypad References