ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ବିଚାରକର୍ତାମାନଙ୍କ ବିବରଣ
1. ଅନନ୍ତର ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଅମ୍ମୋନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା ।
2. ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, ଅମ୍ମୋନ୍-ସନ୍ତାନଗଣ ସହିତ ମୋହର ଓ ମୋʼ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ ।
3. ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ୍-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?
4. ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ ।
5. ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ ଆମ୍ଭକୁ ପାର ହୋଇ ଯିବାକୁ ଦିଅ ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, ତୁମ୍ଭେ କି ଇଫ୍ରୟିମୀୟ ଲୋକ? ଯେବେ ସେ କହିଲା, ନା;
6. ତେବେ ସେମାନେ ତାହାକୁ କହିଲେ, କହତ ‘ଶିବ୍ବୋଲେତ୍ʼ; ତହିଁରେ ସେ କହିଲା, ‘ସିବ୍ବୋଲେତ୍ʼ, କାରଣ ସେ ତାହା ଶୁଦ୍ଧ ରୂପେ ଉଚ୍ଚାରଣ କରି ପାରିଲା ନାହିଁ; ତେବେ ସେମାନେ ତାହାକୁ ଧରି ଯର୍ଦ୍ଦନ ଘାଟରେ ବଧ କଲେ; ଆଉ ସେହି ସମୟରେ ଇଫ୍ରୟିମର ବୟାଳିଶ ହଜାର ଲୋକ ମାରା ପଡ଼ିଲେ ।
7. ଯିପ୍ତହ ଛଅ ବର୍ଷ ଇସ୍ରାଏଲର ବିଚାର କଲେ । ଏ ଉତ୍ତାରେ ଗିଲୀୟଦୀୟ ଯିପ୍ତହ ମଲେ ଓ ଗିଲୀୟଦୀୟ ଏକ ନଗରରେ କବର ପାଇଲେ ।
8. ତାହା ଉତ୍ତାରେ ବେଥଲିହିମୀୟ ଇବ୍ସନ୍ ଇସ୍ରାଏଲର ବିଚାର କଲେ ।
9. ତାଙ୍କର ତିରିଶ ପୁତ୍ର ଥିଲେ ଓ ସେ ତିରିଶ କନ୍ୟା ବାହାରେ ଦେଲେ ଓ ଆପଣା ପୁତ୍ରମାନଙ୍କ ପାଇଁ ତିରିଶ କନ୍ୟା ବାହାରୁ ଆଣିଲେ । ପୁଣି ସେ ସାତ ବର୍ଷ ଇସ୍ରାଏଲର ବିଚାର କଲେ ।
10. ଏ ଉତ୍ତାରେ ଇବ୍ସନ୍ ମଲେ ଓ ବୈଥ୍ଲେହମରେ କବର ପାଇଲେ ।
11. ତାହା ଉତ୍ତାରେ ସବୂଲୂନୀୟ ଏଲୋନ୍ ଇସ୍ରାଏଲର ବିଚାର କଲେ ଓ ସେ ଦଶ ବର୍ଷ ଇସ୍ରାଏଲର ବିଚାର କଲେ ।
12. ଏ ଉତ୍ତାରେ ସବୂଲୂନୀୟ ଏଲୋନ୍ ମଲେ ଓ ସବୂଲୂନ ଦେଶସ୍ଥ ଅୟାଲୋନରେ କବର ପାଇଲେ ।
13. ତାହା ଉତ୍ତାରେ ଫିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ଇସ୍ରାଏଲର ବିଚାର କଲେ ।
14. ଆଉ ତାହାରଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ ।
15. ଏ ଉତ୍ତାରେ ଫିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ ।

Notes

No Verse Added

Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 21
1 2 3
4 5 6 7 8 9 10 11 12 13 14 15 16 17 18 19 20
21
ବିଚାରକର୍ତାମାନଙ୍କ ବିବରଣ 12
1 ଅନନ୍ତର ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଅମ୍ମୋନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା । 2 ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, ଅମ୍ମୋନ୍-ସନ୍ତାନଗଣ ସହିତ ମୋହର ଓ ମୋʼ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ । 3 ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ୍-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ? 4 ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ । 5 ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ ଆମ୍ଭକୁ ପାର ହୋଇ ଯିବାକୁ ଦିଅ ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, ତୁମ୍ଭେ କି ଇଫ୍ରୟିମୀୟ ଲୋକ? ଯେବେ ସେ କହିଲା, ନା; 6 ତେବେ ସେମାନେ ତାହାକୁ କହିଲେ, କହତ ‘ଶିବ୍ବୋଲେତ୍ʼ; ତହିଁରେ ସେ କହିଲା, ‘ସିବ୍ବୋଲେତ୍ʼ, କାରଣ ସେ ତାହା ଶୁଦ୍ଧ ରୂପେ ଉଚ୍ଚାରଣ କରି ପାରିଲା ନାହିଁ; ତେବେ ସେମାନେ ତାହାକୁ ଧରି ଯର୍ଦ୍ଦନ ଘାଟରେ ବଧ କଲେ; ଆଉ ସେହି ସମୟରେ ଇଫ୍ରୟିମର ବୟାଳିଶ ହଜାର ଲୋକ ମାରା ପଡ଼ିଲେ । 7 ଯିପ୍ତହ ଛଅ ବର୍ଷ ଇସ୍ରାଏଲର ବିଚାର କଲେ । ଏ ଉତ୍ତାରେ ଗିଲୀୟଦୀୟ ଯିପ୍ତହ ମଲେ ଓ ଗିଲୀୟଦୀୟ ଏକ ନଗରରେ କବର ପାଇଲେ । 8 ତାହା ଉତ୍ତାରେ ବେଥଲିହିମୀୟ ଇବ୍ସନ୍ ଇସ୍ରାଏଲର ବିଚାର କଲେ । 9 ତାଙ୍କର ତିରିଶ ପୁତ୍ର ଥିଲେ ଓ ସେ ତିରିଶ କନ୍ୟା ବାହାରେ ଦେଲେ ଓ ଆପଣା ପୁତ୍ରମାନଙ୍କ ପାଇଁ ତିରିଶ କନ୍ୟା ବାହାରୁ ଆଣିଲେ । ପୁଣି ସେ ସାତ ବର୍ଷ ଇସ୍ରାଏଲର ବିଚାର କଲେ । 10 ଏ ଉତ୍ତାରେ ଇବ୍ସନ୍ ମଲେ ଓ ବୈଥ୍ଲେହମରେ କବର ପାଇଲେ । 11 ତାହା ଉତ୍ତାରେ ସବୂଲୂନୀୟ ଏଲୋନ୍ ଇସ୍ରାଏଲର ବିଚାର କଲେ ଓ ସେ ଦଶ ବର୍ଷ ଇସ୍ରାଏଲର ବିଚାର କଲେ । 12 ଏ ଉତ୍ତାରେ ସବୂଲୂନୀୟ ଏଲୋନ୍ ମଲେ ଓ ସବୂଲୂନ ଦେଶସ୍ଥ ଅୟାଲୋନରେ କବର ପାଇଲେ । 13 ତାହା ଉତ୍ତାରେ ଫିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ଇସ୍ରାଏଲର ବିଚାର କଲେ । 14 ଆଉ ତାହାରଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ । 15 ଏ ଉତ୍ତାରେ ଫିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ ।
Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 21
1 2 3
4 5 6 7 8 9 10 11 12 13 14 15 16 17 18 19 20
21
Common Bible Languages
West Indian Languages
×

Alert

×

oriya Letters Keypad References