ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ଗୀତ, ଆସଫର ଗୀତ । ହେ ପରମେଶ୍ଵର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ଵର, ନୀରବ ଓ ନିରସ୍ତ ହୁଅ ନାହିଁ ।
2. କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ତଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି ।
3. ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି ।
4. ସେମାନେ କହିଅଛନ୍ତି, ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ ।
5. କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
6. ଇଦୋମର ତମ୍ଵୁ-ନିବାସୀମାନେ ଓ ଇଶ୍ମାଏଲୀୟ-ମାନେ, ମୋୟାବ ଓ ହାଗରୀୟମାନେ,
7. ଗବାଲ ଓ ଅମ୍ମୋନ୍ ଓ ଅମାଲେକ୍ ଓ ସୋର-ନିବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି ।
8. ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟ-ସନ୍ତାନଗଣର ସାହାଯ୍ୟ କରିଅଛନ୍ତି । [ସେଲା
9. ମିଦୀୟନ ପ୍ରତି, କିଶୋନ୍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର ।
10. ସେମାନେ ଐନ୍ଦୋର୍ ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ଵରୂପ ହେଲେ ।
11. ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ ଓ ସେବର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲ୍ମୁନ୍ନର ସମାନ କର;
12. ସେମାନେ କହିଲେ, ଆସ, ଆମ୍ଭେମାନେ ପରମେଶ୍ଵରଙ୍କ ନିବାସସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ ।
13. ହେ ମୋହର ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର ।
14. ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ଵଳିତ କରେ;
15. ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ଵାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ତ ବତାସ ଦ୍ଵାରା ସେମାନଙ୍କୁ ଭୟଗ୍ରସ୍ତ କର ।
16. ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ଵେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;
17. ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ଵଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;
18. ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ତଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 83 / 150
1 ଗୀତ, ଆସଫର ଗୀତ । ହେ ପରମେଶ୍ଵର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ଵର, ନୀରବ ଓ ନିରସ୍ତ ହୁଅ ନାହିଁ । 2 କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ତଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି । 3 ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି । 4 ସେମାନେ କହିଅଛନ୍ତି, ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ । 5 କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି; 6 ଇଦୋମର ତମ୍ଵୁ-ନିବାସୀମାନେ ଓ ଇଶ୍ମାଏଲୀୟ-ମାନେ, ମୋୟାବ ଓ ହାଗରୀୟମାନେ, 7 ଗବାଲ ଓ ଅମ୍ମୋନ୍ ଓ ଅମାଲେକ୍ ଓ ସୋର-ନିବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି । 8 ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟ-ସନ୍ତାନଗଣର ସାହାଯ୍ୟ କରିଅଛନ୍ତି । [ସେଲା 9 ମିଦୀୟନ ପ୍ରତି, କିଶୋନ୍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର । 10 ସେମାନେ ଐନ୍ଦୋର୍ ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ଵରୂପ ହେଲେ । 11 ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ ଓ ସେବର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲ୍ମୁନ୍ନର ସମାନ କର; 12 ସେମାନେ କହିଲେ, ଆସ, ଆମ୍ଭେମାନେ ପରମେଶ୍ଵରଙ୍କ ନିବାସସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ । 13 ହେ ମୋହର ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର । 14 ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ଵଳିତ କରେ; 15 ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ଵାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ତ ବତାସ ଦ୍ଵାରା ସେମାନଙ୍କୁ ଭୟଗ୍ରସ୍ତ କର । 16 ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ଵେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର; 17 ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ଵଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ; 18 ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ତଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 83 / 150
×

Alert

×

Oriya Letters Keypad References