ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଗୀତ: ବିଶ୍ରାମବାର ନିମିତ୍ତକ ଗୀତ । ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
2. ପୁଣି ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ଵନିରେ,
3. ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ଵସ୍ତତା ପ୍ରଚାର କରିବାର ଉତ୍ତମ ।
4. ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ଵନି କରିବି ।
5. ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର ।
6. ପଶୁବତ୍ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;
7. ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ ।
8. ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ଵବାସୀ ।
9. କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ ।
10. ମାତ୍ର ତୁମ୍ଭେ ଅରଣାର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି ।
11. ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି ।
12. ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନ୍ରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ ।
13. ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ ।
14. ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;
15. ତଦ୍ଦ୍ଵାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 92 / 150
ଗୀତସଂହିତା 92:23
1 ଗୀତ: ବିଶ୍ରାମବାର ନିମିତ୍ତକ ଗୀତ । ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର, 2 ପୁଣି ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ଵନିରେ, 3 ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ଵସ୍ତତା ପ୍ରଚାର କରିବାର ଉତ୍ତମ । 4 ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ଵନି କରିବି । 5 ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର । 6 ପଶୁବତ୍ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ; 7 ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ । 8 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ଵବାସୀ । 9 କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ । 10 ମାତ୍ର ତୁମ୍ଭେ ଅରଣାର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି । 11 ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି । 12 ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନ୍ରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ । 13 ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ । 14 ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ; 15 ତଦ୍ଦ୍ଵାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 92 / 150
Common Bible Languages
West Indian Languages
×

Alert

×

oriya Letters Keypad References