ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ସିଫନିୟ
1. ହେ ଲଜ୍ଜାହୀନ ଗୋଷ୍ଠୀ, ତୁମ୍ଭେମାନେ ଏକତ୍ର ହୁଅ, ହଁ, ଏକତ୍ର ହୁଅ;
2. ଆଜ୍ଞା ସଫଳ ହେବା ପୂର୍ବେ, ଦିନ ତୁଷ ପରି ଉଡ଼ିଯିବା ପୂର୍ବେ, ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ, ସଦାପ୍ରଭୁଙ୍କ କ୍ରୋଧର ଦିନ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ ଏକତ୍ର ହୁଅ ।
3. ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ ।
4. କାରଣ ଘସା ପରିତ୍ୟକ୍ତ ଓ ଅସ୍କିଲୋନ ଧ୍ଵଂସସ୍ଥାନ ହେବ! ଅସଦୋଦ୍ ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ମୂଳୋତ୍ପାଟିତ ହେବ ।
5. ସମୁଦ୍ରକୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର । ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ ।
6. ପୁଣି, ସମୁଦ୍ରକୂଳ ଚରା ସ୍ଥାନ, ମେଷ-ପାଳକ-ମାନଙ୍କର କୁଟୀର ଓ ମେଷପଲର ଖୁଆଡ଼ ହେବ ।
7. ଆଉ, ସେହି ସମୁଦ୍ରକୂଳ ଯିହୁଦା-ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ସେମାନଙ୍କର ତତ୍ତ୍ଵାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବେ ।
8. ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ ।
9. ଏଥିପାଇଁ ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନ-ସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ଵଂସସ୍ଥାନ ହେବ⇧; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ ।
10. ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି ।
11. ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ଵୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ ।
12. ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ଼୍‍ଗ ଦ୍ଵାରା ହତ ହେବ ।
13. ପୁଣି, ସେ ଉତ୍ତର ଦିଗର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବେ ଓ ଅଶୂରକୁ ବିନଷ୍ଟ କରିବେ; ଆଉ, ସେ ନୀନିବୀକି ଧ୍ଵଂସସ୍ଥାନ ଓ ପ୍ରାନ୍ତର ପରି ଶୁଷ୍କ କରିବେ ।
14. ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି ।
15. ଯେଉଁ ନଗରୀ ନିଶ୍ଚି; ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋʼ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ଵଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍ ଶଦ୍ଦ କରି ଆପଣା ହାତ ହଲାଇବ ।

ରେକର୍ଡଗୁଡିକ

Total 3 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 3
1 2 3
1 ହେ ଲଜ୍ଜାହୀନ ଗୋଷ୍ଠୀ, ତୁମ୍ଭେମାନେ ଏକତ୍ର ହୁଅ, ହଁ, ଏକତ୍ର ହୁଅ; 2 ଆଜ୍ଞା ସଫଳ ହେବା ପୂର୍ବେ, ଦିନ ତୁଷ ପରି ଉଡ଼ିଯିବା ପୂର୍ବେ, ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ, ସଦାପ୍ରଭୁଙ୍କ କ୍ରୋଧର ଦିନ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ ଏକତ୍ର ହୁଅ । 3 ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ । 4 କାରଣ ଘସା ପରିତ୍ୟକ୍ତ ଓ ଅସ୍କିଲୋନ ଧ୍ଵଂସସ୍ଥାନ ହେବ! ଅସଦୋଦ୍ ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ମୂଳୋତ୍ପାଟିତ ହେବ । 5 ସମୁଦ୍ରକୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର । ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ । 6 ପୁଣି, ସମୁଦ୍ରକୂଳ ଚରା ସ୍ଥାନ, ମେଷ-ପାଳକ-ମାନଙ୍କର କୁଟୀର ଓ ମେଷପଲର ଖୁଆଡ଼ ହେବ । 7 ଆଉ, ସେହି ସମୁଦ୍ରକୂଳ ଯିହୁଦା-ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ସେମାନଙ୍କର ତତ୍ତ୍ଵାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବେ । 8 ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ । 9 ଏଥିପାଇଁ ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନ-ସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ଵଂସସ୍ଥାନ ହେବ⇧; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ । 10 ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି । 11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ଵୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ ।
12 ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ଼୍‍ଗ ଦ୍ଵାରା ହତ ହେବ ।
13 ପୁଣି, ସେ ଉତ୍ତର ଦିଗର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବେ ଓ ଅଶୂରକୁ ବିନଷ୍ଟ କରିବେ; ଆଉ, ସେ ନୀନିବୀକି ଧ୍ଵଂସସ୍ଥାନ ଓ ପ୍ରାନ୍ତର ପରି ଶୁଷ୍କ କରିବେ । 14 ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି । 15 ଯେଉଁ ନଗରୀ ନିଶ୍ଚି; ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋʼ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ଵଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍ ଶଦ୍ଦ କରି ଆପଣା ହାତ ହଲାଇବ ।
Total 3 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 3
1 2 3
×

Alert

×

Oriya Letters Keypad References