ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ରାଜାବଳୀ
1. ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ; ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା ।
2. ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
3. କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ଆହାବ ରାଜା ଯେପରି କରିଥିଲେ, ସେପରି ସେ ବାଲ୍ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରାମୂର୍ତ୍ତି ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକି ପୂଜା କରି ସେମାନଙ୍କର ସେବା କଲେ ।
4. ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ ।
5. ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ ।
6. ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିୟା ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ ।
7. ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ; ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା;
8. ପୁଣି ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ ଓ ଆମ୍ଭ ସେବକ ମୋଶା ସେମାନଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛି, କେବଳ ତଦନୁସାରେ ଆଚରଣ କରିବାକୁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ଭ୍ରମଣ କରାଇବା ନାହିଁ ।
9. ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟ-ମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ ।
10. ଏଥିରେ ସଦାପ୍ରଭୁ ଆପଣା ସେବକ ଭବିଷ୍ୟଦ୍-ବକ୍ତାଗଣ ଦ୍ଵାରା ଏହି କଥା କହିଲେ,
11. ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ଵାରା ପାପ କରାଇଅଛି⇧ ।
12. ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଯିରୂଶାଲମ ଓ ଯିହୁଦା ଉପରେ ଏପରି ଅମଙ୍ଗଳ ଆଣିବା ଯେ, କେହି ତାହା ଶୁଣିଲେ ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ ।
13. ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ-ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟ ପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା ।
14. ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ଵରୂପ ହେବେ;
15. କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ସେମାନେ ଆପଣା ପିତୃଗଣ ମିସରରୁ ବାହାରି ଆସିବାର ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭକୁ ବିରକ୍ତ କରିଅଛନ୍ତି ।
16. ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ଵାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ ।
17. ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପାପ କʼଣ ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
18. ଅନନ୍ତର ମନଃଶି ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍, ଉଷର ଉଦ୍ୟାନରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍ ତାଙ୍କର ପଦରେ ରାଜ୍ୟ କଲେ ।
19. ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ମଶୁଲ୍ଲେମତ୍, ସେ ଯଟ୍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ ।
20. ପୁଣି ଆମୋନ୍ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
21. ତାଙ୍କର ପିତା ଯେଉଁ ପଥରେ ଚାଲିଥିଲେ, ସେ ସେହି ସମସ୍ତ ପଥରେ ଚାଲିଲେ ଓ ତାଙ୍କର ପିତା ଯେଉଁ ଦେବତାମାନଙ୍କର ସେବା କରିଥିଲେ, ସେ ସେମାନଙ୍କର ସେବା କଲେ ଓ ସେମାନଙ୍କୁ ପୂଜା କଲେ ।
22. ଆହୁରି ସେ ସଦାପ୍ରଭୁ ତାଙ୍କର ପିତୃଗଣର ପରମେଶ୍ଵରଙ୍କୁ ତ୍ୟାଗ କଲେ ଓ ସଦାପ୍ରଭୁଙ୍କ ପଥରେ ଚାଲିଲେ ନାହିଁ ।
23. ଆମୋନ୍ଙ୍କର ଦାସମାନେ ତାଙ୍କର ବିରୁଦ୍ଧରେ ଚକ୍ରା; କଲେ ଓ ରାଜାଙ୍କୁ ତାଙ୍କର ନିଜ ଗୃହରେ ବଧ କଲେ ।
24. ମାତ୍ର ଯେଉଁମାନେ ଆମୋନ୍ ରାଜା ବିରୁଦ୍ଧରେ ଚକ୍ରା; କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ; ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ ।
25. ଏହି ଆମୋନ୍ଙ୍କର କୃତ ଅବଶିଷ୍ଟ କ୍ରିୟାର ବୃତ୍ତା; କʼଣ ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
26. ପୁଣି ସେ ଉଷର ଉଦ୍ୟାନସ୍ଥିତ ଆପଣା କବରରେ କବର ପାଇଲେ; ଆଉ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟ ରାଜ୍ୟ କଲେ ।

Notes

No Verse Added

Total 25 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 21 / 25
ଦିତୀୟ ରାଜାବଳୀ 21:29
1 ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ; ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା । 2 ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ । 3 କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ଆହାବ ରାଜା ଯେପରି କରିଥିଲେ, ସେପରି ସେ ବାଲ୍ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରାମୂର୍ତ୍ତି ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକି ପୂଜା କରି ସେମାନଙ୍କର ସେବା କଲେ । 4 ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ । 5 ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ । 6 ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିୟା ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ । 7 ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ; ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା; 8 ପୁଣି ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ ଓ ଆମ୍ଭ ସେବକ ମୋଶା ସେମାନଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛି, କେବଳ ତଦନୁସାରେ ଆଚରଣ କରିବାକୁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ଭ୍ରମଣ କରାଇବା ନାହିଁ । 9 ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟ-ମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ । 10 ଏଥିରେ ସଦାପ୍ରଭୁ ଆପଣା ସେବକ ଭବିଷ୍ୟଦ୍-ବକ୍ତାଗଣ ଦ୍ଵାରା ଏହି କଥା କହିଲେ, 11 ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ଵାରା ପାପ କରାଇଅଛି⇧ । 12 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଯିରୂଶାଲମ ଓ ଯିହୁଦା ଉପରେ ଏପରି ଅମଙ୍ଗଳ ଆଣିବା ଯେ, କେହି ତାହା ଶୁଣିଲେ ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ । 13 ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ-ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟ ପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା । 14 ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ଵରୂପ ହେବେ; 15 କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ସେମାନେ ଆପଣା ପିତୃଗଣ ମିସରରୁ ବାହାରି ଆସିବାର ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭକୁ ବିରକ୍ତ କରିଅଛନ୍ତି । 16 ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ଵାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ । 17 ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପାପ କʼଣ ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? 18 ଅନନ୍ତର ମନଃଶି ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍, ଉଷର ଉଦ୍ୟାନରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍ ତାଙ୍କର ପଦରେ ରାଜ୍ୟ କଲେ । 19 ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ମଶୁଲ୍ଲେମତ୍, ସେ ଯଟ୍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ । 20 ପୁଣି ଆମୋନ୍ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ । 21 ତାଙ୍କର ପିତା ଯେଉଁ ପଥରେ ଚାଲିଥିଲେ, ସେ ସେହି ସମସ୍ତ ପଥରେ ଚାଲିଲେ ଓ ତାଙ୍କର ପିତା ଯେଉଁ ଦେବତାମାନଙ୍କର ସେବା କରିଥିଲେ, ସେ ସେମାନଙ୍କର ସେବା କଲେ ଓ ସେମାନଙ୍କୁ ପୂଜା କଲେ । 22 ଆହୁରି ସେ ସଦାପ୍ରଭୁ ତାଙ୍କର ପିତୃଗଣର ପରମେଶ୍ଵରଙ୍କୁ ତ୍ୟାଗ କଲେ ଓ ସଦାପ୍ରଭୁଙ୍କ ପଥରେ ଚାଲିଲେ ନାହିଁ । 23 ଆମୋନ୍ଙ୍କର ଦାସମାନେ ତାଙ୍କର ବିରୁଦ୍ଧରେ ଚକ୍ରା; କଲେ ଓ ରାଜାଙ୍କୁ ତାଙ୍କର ନିଜ ଗୃହରେ ବଧ କଲେ । 24 ମାତ୍ର ଯେଉଁମାନେ ଆମୋନ୍ ରାଜା ବିରୁଦ୍ଧରେ ଚକ୍ରା; କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ; ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ । 25 ଏହି ଆମୋନ୍ଙ୍କର କୃତ ଅବଶିଷ୍ଟ କ୍ରିୟାର ବୃତ୍ତା; କʼଣ ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? 26 ପୁଣି ସେ ଉଷର ଉଦ୍ୟାନସ୍ଥିତ ଆପଣା କବରରେ କବର ପାଇଲେ; ଆଉ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟ ରାଜ୍ୟ କଲେ ।
Total 25 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 21 / 25
Common Bible Languages
West Indian Languages
×

Alert

×

oriya Letters Keypad References