ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବିବରଣ
1. ପ୍ରତି ସାତ ବର୍ଷର ଶେଷରେ ତୁମ୍ଭେ ଋଣ କ୍ଷମା କରିବ ।
2. ଋଣକ୍ଷମାର ବ୍ୟବସ୍ଥା ଏହି: ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକି ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି ।
3. ତୁମ୍ଭେ ବିଦେଶୀଠାରୁ ତାହା ଆଦାୟ କରି ପାରିବ; ମାତ୍ର ତୁମ୍ଭ ଭାଇଠାରେ ତୁମ୍ଭର ଯାହା କିଛି ଅଛି, ତୁମ୍ଭର ହସ୍ତ ତାହା କ୍ଷମା କରିବ ।
4. ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେସମସ୍ତ ଆଜ୍ଞା ମନୋଯୋଗ କରି ପାଳିବାକୁ ଆଜ୍ଞା ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ରବରେ ଯନିପୂର୍ବକ ଅବଧାନ କରିବ;
5. ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦେଇଅଛନ୍ତି, ତହିଁରେ ସଦାପ୍ରଭୁ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ ।
6. ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ଵ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ ।
7. ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର ଦ୍ଵାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ;
8. ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ ।
9. ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ, ଏହା କହି ଯେପରି ତୁମ୍ଭ ହୃଦୟରେ ପାପାଧମ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ହେତୁରୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ ।
10. ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ହେତୁରୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେ ଯେ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ ।
11. କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ ।
12. ଯେବେ ତୁମ୍ଭ ଭାଇ, କୌଣସି ଏବ୍ରୀୟ ପୁରୁଷ, କି ଏବ୍ରୀୟା ସ୍ତ୍ରୀ, ତୁମ୍ଭ ନିକଟରେ ବିକାଯାଏ ଓ ଛଅ ବର୍ଷ ତୁମ୍ଭର ସେବା କରେ; ତେବେ ସପ୍ତମ ବର୍ଷରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବ ।
13. ମାତ୍ର ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବା ବେଳେ ଖାଲି ହାତରେ ଯିବାକୁ ଦେବ ନାହିଁ ।
14. ତୁମ୍ଭେ ଆପଣା ପଲରୁ ଓ ଆପଣା ଖଳାରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ତାହାକୁ ଉଦାର ଭାବରେ ଯଥେଷ୍ଟ ଦାନ ଦେବ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଆଶୀର୍ବାଦ କରିବା ଅନୁସାରେ ତାହାକୁ ଦାନ କରିବ ।
15. ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ବନ୍ଧାଦାସ ହୋଇଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ମୁକ୍ତ କଲେ; ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଏହି ଆଜ୍ଞା ଦେଉଅଛି ।
16. ମାତ୍ର ତୁମ୍ଭ ନିକଟରେ ସୁଖରେ ରହିବାରୁ ସେ ଯେବେ ତୁମ୍ଭକୁ ଓ ତୁମ୍ଭ ପରିବାରକୁ ସ୍ନେହ କରି କହେ, ମୁଁ ତୁମ୍ଭକୁ ଛାଡ଼ି ଯିବି ନାହିଁ;
17. ତେବେ ତୁମ୍ଭେ ଏକ ବିନ୍ଧଣୀ ନେଇ କବାଟରେ ତାହାର କର୍ଣ୍ଣ ବିନ୍ଧିବ, ତହିଁରେ ସେ ସଦାସର୍ବଦା ତୁମ୍ଭର ଦାସ ହୋଇ ରହିବ । ପୁଣି ତୁମ୍ଭେ ଆପଣା ଦାସୀ ପ୍ରତି ମଧ୍ୟ ତଦ୍ରୂପ କରିବ ।
18. ତୁମ୍ଭେ ତାହାକୁ ମୁକ୍ତ କରି ବିଦାୟ କରିବା ବେଳେ ଏହା ତୁମ୍ଭ ଦୃଷ୍ଟିରେ କଠିନ ବୋଧ ନ ହେଉ; କାରଣ ସେ ଛଅ ବର୍ଷ ପର୍ଯ୍ୟନ୍ତ ଏକ ବେତନଜୀବୀର ଦ୍ଵିଗୁଣ ବେତନର ଦାସ୍ୟକର୍ମ କରିଅଛି; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସକଳ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବାଦ କରିବେ ।
19. ତୁମ୍ଭେ ଆପଣା ଗୋରୁପଲରୁ ଓ ମେଷପଲରୁ ଉତ୍ପନ୍ନ ସମସ୍ତ ପ୍ରଥମଜାତ ପୁଂପଶୁକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ; ତୁମ୍ଭେ ଆପଣା ଗୋରୁର ପ୍ରଥମଜାତ ଦ୍ଵାରା କୌଣସି କର୍ମ କରିବ ନାହିଁ, କିଅବା ଆପଣା ମେଷପଲର ପ୍ରଥମଜାତର ଲୋମ ଛେଦ କରିବ ନାହିଁ,
20. ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଓ ତୁମ୍ଭ ପରିବାର ପ୍ରତି ବର୍ଷ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତାହା ଭୋଜନ କରିବ ।
21. ଯେବେ ତହିଁରେ କୌଣସି ଖୁଣ ଥାଏ, ସେ ଯେବେ ଛୋଟା କି ଅନ୍ଧ କି ଅନ୍ୟ କୌଣସି ପ୍ରକାର ମନ୍ଦଖୁଣଯୁକ୍ତ ଥାଏ, ତେବେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତାହାକୁ ବଳିଦାନ କରିବ ନାହିଁ ।
22. ତୁମ୍ଭେ ଆପଣା ନଗରଦ୍ଵାର ମଧ୍ୟରେ ତାହା ଭୋଜନ କରିବ; ଶୁଚି କି ଅଶୁଚି ଲୋକ ସମାନ ରୂପେ କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରିବେ ।
23. କେବଳ ତୁମ୍ଭେ ତାହାର ରକ୍ତ ଭୋଜନ କରିବ ନାହିଁ, ତୁମ୍ଭେ ଜଳ ପରି ତାହା ଭୂମିରେ ଢାଳି ଦେବ ।

Notes

No Verse Added

Total 34 Chapters, Current Chapter 15 of Total Chapters 34
ଦିତୀୟ ବିବରଣ 15
1. ପ୍ରତି ସାତ ବର୍ଷର ଶେଷରେ ତୁମ୍ଭେ ଋଣ କ୍ଷମା କରିବ
2. ଋଣକ୍ଷମାର ବ୍ୟବସ୍ଥା ଏହି: ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକି ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି
3. ତୁମ୍ଭେ ବିଦେଶୀଠାରୁ ତାହା ଆଦାୟ କରି ପାରିବ; ମାତ୍ର ତୁମ୍ଭ ଭାଇଠାରେ ତୁମ୍ଭର ଯାହା କିଛି ଅଛି, ତୁମ୍ଭର ହସ୍ତ ତାହା କ୍ଷମା କରିବ
4. ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେସମସ୍ତ ଆଜ୍ଞା ମନୋଯୋଗ କରି ପାଳିବାକୁ ଆଜ୍ଞା ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ରବରେ ଯନିପୂର୍ବକ ଅବଧାନ କରିବ;
5. ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦେଇଅଛନ୍ତି, ତହିଁରେ ସଦାପ୍ରଭୁ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ
6. ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ଵ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ
7. ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର ଦ୍ଵାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ;
8. ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ
9. ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ, ଏହା କହି ଯେପରି ତୁମ୍ଭ ହୃଦୟରେ ପାପାଧମ ଚିନ୍ତା ହୁଏ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ହେତୁରୁ ତୁମ୍ଭେ ତାହାକୁ କିଛି ଦିଅ, ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ
10. ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ହେତୁରୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସମସ୍ତ କର୍ମରେ ତୁମ୍ଭେ ଯେ ଯେ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ
11. କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ
12. ଯେବେ ତୁମ୍ଭ ଭାଇ, କୌଣସି ଏବ୍ରୀୟ ପୁରୁଷ, କି ଏବ୍ରୀୟା ସ୍ତ୍ରୀ, ତୁମ୍ଭ ନିକଟରେ ବିକାଯାଏ ଛଅ ବର୍ଷ ତୁମ୍ଭର ସେବା କରେ; ତେବେ ସପ୍ତମ ବର୍ଷରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବ
13. ମାତ୍ର ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବା ବେଳେ ଖାଲି ହାତରେ ଯିବାକୁ ଦେବ ନାହିଁ
14. ତୁମ୍ଭେ ଆପଣା ପଲରୁ ଆପଣା ଖଳାରୁ ଆପଣା ଦ୍ରାକ୍ଷାଯନ୍ତ୍ରରୁ ତାହାକୁ ଉଦାର ଭାବରେ ଯଥେଷ୍ଟ ଦାନ ଦେବ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଆଶୀର୍ବାଦ କରିବା ଅନୁସାରେ ତାହାକୁ ଦାନ କରିବ
15. ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ବନ୍ଧାଦାସ ହୋଇଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ମୁକ୍ତ କଲେ; ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଏହି ଆଜ୍ଞା ଦେଉଅଛି
16. ମାତ୍ର ତୁମ୍ଭ ନିକଟରେ ସୁଖରେ ରହିବାରୁ ସେ ଯେବେ ତୁମ୍ଭକୁ ତୁମ୍ଭ ପରିବାରକୁ ସ୍ନେହ କରି କହେ, ମୁଁ ତୁମ୍ଭକୁ ଛାଡ଼ି ଯିବି ନାହିଁ;
17. ତେବେ ତୁମ୍ଭେ ଏକ ବିନ୍ଧଣୀ ନେଇ କବାଟରେ ତାହାର କର୍ଣ୍ଣ ବିନ୍ଧିବ, ତହିଁରେ ସେ ସଦାସର୍ବଦା ତୁମ୍ଭର ଦାସ ହୋଇ ରହିବ ପୁଣି ତୁମ୍ଭେ ଆପଣା ଦାସୀ ପ୍ରତି ମଧ୍ୟ ତଦ୍ରୂପ କରିବ
18. ତୁମ୍ଭେ ତାହାକୁ ମୁକ୍ତ କରି ବିଦାୟ କରିବା ବେଳେ ଏହା ତୁମ୍ଭ ଦୃଷ୍ଟିରେ କଠିନ ବୋଧ ହେଉ; କାରଣ ସେ ଛଅ ବର୍ଷ ପର୍ଯ୍ୟନ୍ତ ଏକ ବେତନଜୀବୀର ଦ୍ଵିଗୁଣ ବେତନର ଦାସ୍ୟକର୍ମ କରିଅଛି; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସକଳ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବାଦ କରିବେ
19. ତୁମ୍ଭେ ଆପଣା ଗୋରୁପଲରୁ ମେଷପଲରୁ ଉତ୍ପନ୍ନ ସମସ୍ତ ପ୍ରଥମଜାତ ପୁଂପଶୁକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ; ତୁମ୍ଭେ ଆପଣା ଗୋରୁର ପ୍ରଥମଜାତ ଦ୍ଵାରା କୌଣସି କର୍ମ କରିବ ନାହିଁ, କିଅବା ଆପଣା ମେଷପଲର ପ୍ରଥମଜାତର ଲୋମ ଛେଦ କରିବ ନାହିଁ,
20. ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତୁମ୍ଭ ପରିବାର ପ୍ରତି ବର୍ଷ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତାହା ଭୋଜନ କରିବ
21. ଯେବେ ତହିଁରେ କୌଣସି ଖୁଣ ଥାଏ, ସେ ଯେବେ ଛୋଟା କି ଅନ୍ଧ କି ଅନ୍ୟ କୌଣସି ପ୍ରକାର ମନ୍ଦଖୁଣଯୁକ୍ତ ଥାଏ, ତେବେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତାହାକୁ ବଳିଦାନ କରିବ ନାହିଁ
22. ତୁମ୍ଭେ ଆପଣା ନଗରଦ୍ଵାର ମଧ୍ୟରେ ତାହା ଭୋଜନ କରିବ; ଶୁଚି କି ଅଶୁଚି ଲୋକ ସମାନ ରୂପେ କୃଷ୍ଣସାର ହରିଣର ମାଂସ ତୁଲ୍ୟ ତାହା ଭୋଜନ କରିବେ
23. କେବଳ ତୁମ୍ଭେ ତାହାର ରକ୍ତ ଭୋଜନ କରିବ ନାହିଁ, ତୁମ୍ଭେ ଜଳ ପରି ତାହା ଭୂମିରେ ଢାଳି ଦେବ
Total 34 Chapters, Current Chapter 15 of Total Chapters 34
×

Alert

×

oriya Letters Keypad References