ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିହିଜିକଲ
1. ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେଦିନ!
3. କାରଣ ସେଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟ ଦେଶୀୟମାନଙ୍କର କାଳ ହେବ ।
4. ପୁଣି, ମିସର ବିରୁଦ୍ଧରେ ଖଡ଼୍‍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଲୋକାରଣ୍ୟକୁ ଘେନିଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ ।
5. କୂଶ୍ ଓ ପୂଟ୍ ଓ ଲୁଦ୍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି କୂବ୍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ଼୍‍ଗରେ ପତିତ ହେବେ ।
6. ସଦାପ୍ରଭୁ ଏହି କଥା କହନ୍ତି, ମିସରର ସହାୟକାରୀ-ମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ସିବେନୀ ଦୁର୍ଗଠାରୁ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ଼୍‍ଗ ଦ୍ଵାରା ପତିତ ହେବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
7. ପୁଣି, ସେମାନେ ଧ୍ଵଂସିତ ନଗରସମୂହ ମଧ୍ୟରେ ଧ୍ଵଂସିତ ହେବେ ଓ ତାହାର ନଗରସକଳ ଉତ୍ସନ୍ନ ନଗରସମୂହର ମଧ୍ୟରେ ଥିବ ।
8. ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇଲା ଉତ୍ତାରେ ଓ ତାହାର ସହାୟକାରୀ ସମସ୍ତେ ବିନଷ୍ଟ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
9. ସେଦିନ ନିଶ୍ଚି; କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଦୂତମାନେ ଆମ୍ଭ ସମ୍ମୁଖରୁ ଜାହାଜରେ ଯିବେ; ପୁଣି, ମିସରର ଦିନରେ ଯେପରି ହୋଇଥିଲା, ସେପରି ସେମାନଙ୍କର ଯାତନା ହେବ; କାରଣ ଦେଖ, ତାହା ଆସୁଅଛି ।
10. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମଧ୍ୟ ବାବିଲରେ ରାଜା ନବୁଖଦ୍ନିତ୍ସର ହସ୍ତ ଦ୍ଵାରା ମିସରର ଲୋକାରଣ୍ୟ ଶେଷ କରିବା ।
11. ସେ ଓ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ତାହାର ଲୋକମାନେ ତାହା ସଙ୍ଗେ ଦେଶ ବିନାଶାର୍ଥେ ଅଣାଯିବେ; ଆଉ, ସେମାନେ ମିସରର ବିରୁଦ୍ଧରେ ଆପଣା ଆପଣା ଖଡ଼୍‍ଗ ନିଷ୍କୋଷ କରି ହତ ଲୋକରେ ଦେଶ ପୂର୍ଣ୍ଣ କରିବେ ।
12. ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ଵାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ଵଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ।
13. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା ।
14. ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ଵଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ତାଜ୍ଞା ସଫଳ କରିବା ।
15. ପୁଣି, ଆମ୍ଭେ ମିସରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ଢାଳି ଦେବା ଓ ଆମ୍ଭେ ନୋ-ନଗରର ଲୋକାରଣ୍ୟକୁ ଉଚ୍ଛିନ୍ନ କରିବା ।
16. ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇବା; ସୀନ ମହାଯାତନାଗ୍ରସ୍ତ ହେବ ଓ ନୋ-ନଗର ଭଗ୍ନ ହେବ; ଆଉ, ଦିବସ ସମୟରେ ନୋଫର ବିପକ୍ଷମାନେ ଉତ୍ପାତ କରିବେ ।
17. ଆବେନ ଓ ପୀବେଶତର ଯୁବାମାନେ ଖଡ଼୍‍ଗରେ ପତିତ ହେବେ ଓ ନଗରସବୁ ବନ୍ଦୀତ୍ଵ ସ୍ଥାନକୁ ଯିବେ ।
18. ଆମ୍ଭେ ଯେତେବେଳେ ତଫନହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ଵ ସ୍ଥାନକୁ ଯିବେ ।
19. ଏହିରୂପେ ଆମ୍ଭେ ମିସରରେ ଦଣ୍ତାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
20. ଅନନ୍ତର ଏକାଦଶ ବର୍ଷର ପ୍ରଥମ ମାସ, ମାସର ସପ୍ତମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
21. ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ଼୍‍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ଵାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ ।
22. ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ଼୍‍ଗ ଖସାଇ ପକାଇବା ।
23. ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ମିସ୍ରୀୟ-ମାନଙ୍କୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା ।
24. ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ଵୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ଼୍‍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ଵୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ ।
25. ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ଵୟ ଟେକି ଧରିବା ଓ ଫାରୋର ବାହୁଦ୍ଵୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ଼୍‍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
26. ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବାନ୍ତ ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 30 / 48
1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, 2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେଦିନ! 3 କାରଣ ସେଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟ ଦେଶୀୟମାନଙ୍କର କାଳ ହେବ । 4 ପୁଣି, ମିସର ବିରୁଦ୍ଧରେ ଖଡ଼୍‍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଲୋକାରଣ୍ୟକୁ ଘେନିଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ । 5 କୂଶ୍ ଓ ପୂଟ୍ ଓ ଲୁଦ୍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି କୂବ୍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ଼୍‍ଗରେ ପତିତ ହେବେ । 6 ସଦାପ୍ରଭୁ ଏହି କଥା କହନ୍ତି, ମିସରର ସହାୟକାରୀ-ମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ସିବେନୀ ଦୁର୍ଗଠାରୁ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ଼୍‍ଗ ଦ୍ଵାରା ପତିତ ହେବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 7 ପୁଣି, ସେମାନେ ଧ୍ଵଂସିତ ନଗରସମୂହ ମଧ୍ୟରେ ଧ୍ଵଂସିତ ହେବେ ଓ ତାହାର ନଗରସକଳ ଉତ୍ସନ୍ନ ନଗରସମୂହର ମଧ୍ୟରେ ଥିବ । 8 ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇଲା ଉତ୍ତାରେ ଓ ତାହାର ସହାୟକାରୀ ସମସ୍ତେ ବିନଷ୍ଟ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । 9 ସେଦିନ ନିଶ୍ଚି; କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଦୂତମାନେ ଆମ୍ଭ ସମ୍ମୁଖରୁ ଜାହାଜରେ ଯିବେ; ପୁଣି, ମିସରର ଦିନରେ ଯେପରି ହୋଇଥିଲା, ସେପରି ସେମାନଙ୍କର ଯାତନା ହେବ; କାରଣ ଦେଖ, ତାହା ଆସୁଅଛି । 10 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମଧ୍ୟ ବାବିଲରେ ରାଜା ନବୁଖଦ୍ନିତ୍ସର ହସ୍ତ ଦ୍ଵାରା ମିସରର ଲୋକାରଣ୍ୟ ଶେଷ କରିବା । 11 ସେ ଓ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ତାହାର ଲୋକମାନେ ତାହା ସଙ୍ଗେ ଦେଶ ବିନାଶାର୍ଥେ ଅଣାଯିବେ; ଆଉ, ସେମାନେ ମିସରର ବିରୁଦ୍ଧରେ ଆପଣା ଆପଣା ଖଡ଼୍‍ଗ ନିଷ୍କୋଷ କରି ହତ ଲୋକରେ ଦେଶ ପୂର୍ଣ୍ଣ କରିବେ । 12 ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ଵାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ଵଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ । 13 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା । 14 ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ଵଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ତାଜ୍ଞା ସଫଳ କରିବା । 15 ପୁଣି, ଆମ୍ଭେ ମିସରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ଢାଳି ଦେବା ଓ ଆମ୍ଭେ ନୋ-ନଗରର ଲୋକାରଣ୍ୟକୁ ଉଚ୍ଛିନ୍ନ କରିବା । 16 ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇବା; ସୀନ ମହାଯାତନାଗ୍ରସ୍ତ ହେବ ଓ ନୋ-ନଗର ଭଗ୍ନ ହେବ; ଆଉ, ଦିବସ ସମୟରେ ନୋଫର ବିପକ୍ଷମାନେ ଉତ୍ପାତ କରିବେ । 17 ଆବେନ ଓ ପୀବେଶତର ଯୁବାମାନେ ଖଡ଼୍‍ଗରେ ପତିତ ହେବେ ଓ ନଗରସବୁ ବନ୍ଦୀତ୍ଵ ସ୍ଥାନକୁ ଯିବେ । 18 ଆମ୍ଭେ ଯେତେବେଳେ ତଫନହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ଵ ସ୍ଥାନକୁ ଯିବେ । 19 ଏହିରୂପେ ଆମ୍ଭେ ମିସରରେ ଦଣ୍ତାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । 20 ଅନନ୍ତର ଏକାଦଶ ବର୍ଷର ପ୍ରଥମ ମାସ, ମାସର ସପ୍ତମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, 21 ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ଼୍‍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ଵାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ । 22 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ଼୍‍ଗ ଖସାଇ ପକାଇବା । 23 ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ମିସ୍ରୀୟ-ମାନଙ୍କୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା । 24 ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ଵୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ଼୍‍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ଵୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ । 25 ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ଵୟ ଟେକି ଧରିବା ଓ ଫାରୋର ବାହୁଦ୍ଵୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ଼୍‍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । 26 ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବାନ୍ତ ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 30 / 48
×

Alert

×

Oriya Letters Keypad References