ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିହିଜିକଲ
1. ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଖଣ୍ତେ ତୀକ୍ଷ୍ଣ ଖଡ଼୍‍ଗ, ନାପିତର କ୍ଷୁର ପରି ନେଇ ଆପଣା ମସ୍ତକ ଓ ଦାଢ଼ି ଉପରେ ଚଳାଇବନ୍ତ ତହୁଁ ନିକ୍ତି ନେଇ ସେହି କେଶ ତୌଲି ଭାଗ ଭାଗ କରିବ ।
2. ତହିଁର ତୃତୀୟାଂଶ ନେଇ ଅବରୋଧ କାଳ ସମାପ୍ତ ହେଲେ ନଗରର ମଧ୍ୟସ୍ଥାନରେ ଅଗ୍ନିରେ ଦଗ୍ଧ କରିବ; ପୁଣି, ତୃତୀୟାଂଶ ନେଇ ତହିଁର ଚତୁର୍ଦ୍ଦିଗରେ ଖଡ଼୍‍ଗରେ କାଟିବ; ଆଉ, ତୃତୀୟାଂଶ ନେଇ ବାୟୁରେ ଉଡ଼ାଇ ଦେବ ଓ ଆମ୍ଭେ ତହିଁର ପଛେ ପଛେ ଖଡ଼୍‍ଗ ନିଷ୍କୋଷ କରିବା ।
3. ପୁଣି, ତୁମ୍ଭେ ଅଳ୍ପସଂଖ୍ୟକ କେଶ ନେଇ ଆପଣା ବସ୍ତ୍ରର ଅଞ୍ଚଳରେ ବାନ୍ଧିବ
4. ଓ ତହିଁ ମଧ୍ୟରୁ ହିଁ କିଛି ନେଇ ଅଗ୍ନି ମଧ୍ୟରେ ପକାଇ ଦଗ୍ଧ କରିବ, ତହିଁରୁ ଅଗ୍ନି ନିର୍ଗତ ହୋଇ ଇସ୍ରାଏଲ-ବଂଶ ମଧ୍ୟକୁ ଆସିବ ।
5. ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଏ ଯିରୂଶାଲମ; ଆମ୍ଭେ ଏହାକୁ ଗୋଷ୍ଠୀଗଣ ମଧ୍ୟରେ ସ୍ଥାପନ କରିଅଛୁ ଓ ତାହାର ଚତୁର୍ଦ୍ଦିଗରେ ନାନା ଦେଶ ଅଛି ।
6. ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରିନାହାନ୍ତି ।
7. ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ତଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ;
8. ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ।
9. ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା ।
10. ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ।
11. ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ଵାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ଵାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ ।
12. ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ଵାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ଼୍‍ଗ ଦ୍ଵାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ୍ ଖଡ଼୍‍ଗ ନିଷ୍କୋଷ କରିବା ।
13. ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶା; ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ଜ୍ଵାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ ।
14. ଆହୁରି, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ ପଥିକମାନଙ୍କ ଦୃଷ୍ଟିରେ ଉତ୍ସନ୍ନ-ସ୍ଥାନ ଓ ନିନ୍ଦାର ପାତ୍ର କରିବା ।
15. ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର, ଓ ବିସ୍ମୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;
16. ଆମ୍ଭେ ସେଠାସ୍ଥିତ ଲୋକମାନଙ୍କ ପ୍ରତି ବିନାଶାର୍ଥକ ଦୁର୍ଭିକ୍ଷରୂପ କ୍ରୂର ତୀର ପଠାଇବା, ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତାହା ପଠାଇବା ଓ ଆମ୍ଭେ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ବୃଦ୍ଧି କରିବା ଓ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗି ପକାଇବା;
17. ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟ ଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍‍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ ।
Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 48
1 ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଖଣ୍ତେ ତୀକ୍ଷ୍ଣ ଖଡ଼୍‍ଗ, ନାପିତର କ୍ଷୁର ପରି ନେଇ ଆପଣା ମସ୍ତକ ଓ ଦାଢ଼ି ଉପରେ ଚଳାଇବନ୍ତ ତହୁଁ ନିକ୍ତି ନେଇ ସେହି କେଶ ତୌଲି ଭାଗ ଭାଗ କରିବ । 2 ତହିଁର ତୃତୀୟାଂଶ ନେଇ ଅବରୋଧ କାଳ ସମାପ୍ତ ହେଲେ ନଗରର ମଧ୍ୟସ୍ଥାନରେ ଅଗ୍ନିରେ ଦଗ୍ଧ କରିବ; ପୁଣି, ତୃତୀୟାଂଶ ନେଇ ତହିଁର ଚତୁର୍ଦ୍ଦିଗରେ ଖଡ଼୍‍ଗରେ କାଟିବ; ଆଉ, ତୃତୀୟାଂଶ ନେଇ ବାୟୁରେ ଉଡ଼ାଇ ଦେବ ଓ ଆମ୍ଭେ ତହିଁର ପଛେ ପଛେ ଖଡ଼୍‍ଗ ନିଷ୍କୋଷ କରିବା । 3 ପୁଣି, ତୁମ୍ଭେ ଅଳ୍ପସଂଖ୍ୟକ କେଶ ନେଇ ଆପଣା ବସ୍ତ୍ରର ଅଞ୍ଚଳରେ ବାନ୍ଧିବ 4 ଓ ତହିଁ ମଧ୍ୟରୁ ହିଁ କିଛି ନେଇ ଅଗ୍ନି ମଧ୍ୟରେ ପକାଇ ଦଗ୍ଧ କରିବ, ତହିଁରୁ ଅଗ୍ନି ନିର୍ଗତ ହୋଇ ଇସ୍ରାଏଲ-ବଂଶ ମଧ୍ୟକୁ ଆସିବ । 5 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଏ ଯିରୂଶାଲମ; ଆମ୍ଭେ ଏହାକୁ ଗୋଷ୍ଠୀଗଣ ମଧ୍ୟରେ ସ୍ଥାପନ କରିଅଛୁ ଓ ତାହାର ଚତୁର୍ଦ୍ଦିଗରେ ନାନା ଦେଶ ଅଛି । 6 ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରିନାହାନ୍ତି । 7 ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ତଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ; 8 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା । 9 ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା । 10 ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା । 11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ଵାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ଵାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ । 12 ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ଵାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ଼୍‍ଗ ଦ୍ଵାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ୍ ଖଡ଼୍‍ଗ ନିଷ୍କୋଷ କରିବା । 13 ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶା; ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ଜ୍ଵାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ । 14 ଆହୁରି, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ ପଥିକମାନଙ୍କ ଦୃଷ୍ଟିରେ ଉତ୍ସନ୍ନ-ସ୍ଥାନ ଓ ନିନ୍ଦାର ପାତ୍ର କରିବା । 15 ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର, ଓ ବିସ୍ମୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ; 16 ଆମ୍ଭେ ସେଠାସ୍ଥିତ ଲୋକମାନଙ୍କ ପ୍ରତି ବିନାଶାର୍ଥକ ଦୁର୍ଭିକ୍ଷରୂପ କ୍ରୂର ତୀର ପଠାଇବା, ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତାହା ପଠାଇବା ଓ ଆମ୍ଭେ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ବୃଦ୍ଧି କରିବା ଓ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗି ପକାଇବା; 17 ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟ ଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍‍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ ।
Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 48
×

Alert

×

Oriya Letters Keypad References