1. ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା,
|
2. ପୀନହସ୍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ୍; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍ ।
|
3. ପରିୟୋଗର ସନ୍ତାନଗଣ ମଧ୍ୟରୁ; ଶଖନୀୟର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଏ ପୁରୁଷମାନଙ୍କ ବଂଶାବଳୀ-କ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ ।
|
13. ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍, ଯିୟୂୟେଲ୍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ ।
|
15. ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ ।
|
16. ତେବେ ମୁଁ ଇଲୀୟେଷର, ଅରୀୟେଲ, ଶମୟୀୟ ଓ ଇଲ୍ନାଥନ୍ ଓ ଯାରିବ୍ ଓ ଇଲ୍ନାଥନ୍ ଓ ନାଥନ୍ ଓ ଜିଖରୀୟ ଓ ମଶୁଲ୍ଲମ୍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍ ଓ ଇଲ୍ନାଥନ୍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି ।
|
17. ଏଉତ୍ତାରେ ମୁଁ ସେମାନଙ୍କୁ କାସିଫିଆ ନାମକ ସ୍ଥାନର ପ୍ରଧାନ ଲୋକ ଇଦ୍ଦୋ ନିକଟକୁ ପଠାଇଲି; ପୁଣି, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ନିମନ୍ତେ ଆମ୍ଭମାନଙ୍କ ନିକଟକୁ ପରିଚାରକମାନଙ୍କୁ ଆଣ ବୋଲି କାସିଫିଆ ସ୍ଥାନସ୍ଥ ଇଦ୍ଦୋକୁ ଓ ତାହାର ଭ୍ରାତୃଗଣ ନଥୀନୀୟମାନଙ୍କୁ କହିବା ପାଇଁ ମୁଁ ସେମାନଙ୍କୁ ଆଦେଶ କଲି ।
|
18. ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ;
|
19. ଆଉ, ହଶବୀୟ ଓ ତାହା ସଙ୍ଗେ ମରାରି-ସନ୍ତାନଗଣ ମଧ୍ୟରୁ ଯିଶାୟାହ, ତାହାର ଭ୍ରାତୃଗଣ ଓ ସେମାନଙ୍କ ପୁତ୍ରଗଣ ସମେତ କୋଡ଼ିଏ ଜଣକୁ;
|
20. ଆଉ, ଦାଉଦ ଓ ଅଧିପତିମାନେ ଯେଉଁ ନଥୀନୀୟ-ମାନଙ୍କୁ ଲେବୀୟମାନଙ୍କ ସେବାକାର୍ଯ୍ୟ ନିମନ୍ତେ ଦେଇଥିଲେ, ସେମାନଙ୍କ ମଧ୍ୟରୁ ଦୁଇ ଶହ କୋଡ଼ିଏ ଜଣ ନଥୀନୀୟ ଲୋକ ଆଣିଲେ; ଏସମସ୍ତଙ୍କ ନାମ ଲିଖିତ ହେଲା ।
|
21. ଏଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ⇧ ।
|
22. କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ-କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ଵାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି⇧, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି, ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ ।
|
23. ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ ।
|
24. ତହୁଁ ମୁଁ ଯାଜକମାନଙ୍କ ମଧ୍ୟରୁ ବାର ଜଣ ପ୍ରଧାନ ଲୋକଙ୍କୁ, ଅର୍ଥାତ୍, ଶେରେବୀୟ, ହଶବୀୟ ଓ ସେମାନଙ୍କ ସହିତ ସେମାନଙ୍କର ଦଶ ଜଣ ଭ୍ରାତାଙ୍କୁ ପୃଥକ୍ କଲି;
|
25. ଆଉ, ରାଜା ଓ ତାହାର ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ଲୋକ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ନିମନ୍ତେ ଯେଉଁ ରୂପା ଓ ସୁନା ଓ ପାତ୍ରସବୁ ଉପହାର ରୂପେ ପ୍ରଦାନ କରିଥିଲେ, ତାହା ସେମାନଙ୍କୁ ତୌଲି ଦେଲି;
|
27. ଏକ ହଜାର ଡାରିକ୍ ମୂଲ୍ୟର କୋଡ଼ିଏ ସ୍ଵର୍ଣ୍ଣମୟ ପାତ୍ର, ପୁଣି ସ୍ଵର୍ଣ୍ଣ ତୁଲ୍ୟ ବହୁମୁଲ୍ୟ, ଉତ୍ତମ ଉଜ୍ଜ୍ଵଳ ପିତ୍ତଳର ଦୁଇ ପାତ୍ର ତୌଲି ଦେଲି ।
|
28. ପୁଣି, ମୁଁ ସେମାନଙ୍କୁ କହିଲି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଓ ପାତ୍ରସବୁ ପବିତ୍ର; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵେଚ୍ଛାଦତ୍ତ ଉପହାର ଅଟେ ।
|
29. ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହର କୋଠରିରେ ପ୍ରଧାନ ଯାଜକବର୍ଗରଣଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପିତୃ-ବଂଶାଧିପତିମାନଙ୍କ ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁ ରକ୍ଷା କର ।
|
30. ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଯିରୂଶାଲମସ୍ଥ ଗୃହକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନା ଓ ପାତ୍ରସକଳ ଗ୍ରହଣ କଲେ ।
|
31. ଅନନ୍ତର ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ଵାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ଵରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ ।
|
33. ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;
|
35. ନିର୍ବାସନରୁ ଆଗତ ବନ୍ଦୀତ୍ଵର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା ।
|
36. ଏଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞାପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ଵରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ ।
|