2. କାରଣ ଊର୍ଦ୍ଧ୍ଵସ୍ଥ ପରମେଶ୍ଵରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ?
|
7. ଯେବେ ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯେବେ ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ;
|
9. ଯେବେ ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ଵାର ନିକଟରେ ଲୁଚି ବସିଥାଏ;
|
15. ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି?
|
18. (ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା ଓ ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି ।)
|
23. କାରଣ ପରମେଶ୍ଵରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ଵ ହେତୁରୁ ମୁଁ କିଛି କରି ପାରିଲି ନାହିଁ ।
|
28. ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ଵାରା ଦଣ୍ତନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ଵବାସୀ ପରମେଶ୍ଵରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି ।
|
31. ମୋʼ ତମ୍ଵୁସ୍ଥିତ ଲୋକେ କି କହି ନ ଥାʼନ୍ତି, ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇପାରେ?
|
34. ମହାଜନତାକୁ ଭୟ କରିବାରୁ ଓ ଗୋଷ୍ଠୀୟ-ମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯେବେ ମୁଁ ନୀରବ ହୋଇ ଦ୍ଵାର ବାହାରକୁ ଯାଇ ନ ଥାଏ-
|
35. ଆଃ, କେହି ଯେବେ ମୋʼ କଥା ଶୁଣିବାକୁ ଥାʼନ୍ତାଣ! (ଏହି ଦେଖ ମୋହର ସ୍ଵାକ୍ଷର, ସର୍ବଶକ୍ତିମାନ ମୋତେ ଉତ୍ତର ଦେଉନ୍ତୁ; ) ଓ ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯେବେ ମୁଁ ପାଆନ୍ତି!
|