1. ଇସ୍ରାଏଲ-ସନ୍ତାନଗଣ ମୋଶା ଓ ହାରୋଣଙ୍କର ହସ୍ତାଧୀନ ହୋଇ ଆପଣା ଆପଣା ସୈନ୍ୟଶ୍ରେଣୀ କ୍ରମେ ମିସର ଦେଶରୁ ବାହାରି ଆସିବା ବେଳେ ଯେଉଁ ଯାତ୍ରା କରିଥିଲେ, ତହିଁର ବିବରଣ ଏହି ।
|
2. ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି ।
|
4. ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସ୍ରୀୟମାନେ ସଦାପ୍ରଭୁଙ୍କ ଦ୍ଵାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ବେଳେ ଇସ୍ରାଏଲ-ସନ୍ତାନଗଣ ମିସ୍ରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଊର୍ଦ୍ଧ୍ଵହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ତ ଦେଇଥିଲେ ।
|
7. ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ ।
|
8. ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ ।
|
9. ପୁଣି ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ ।
|
14. ପୁଣି ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା ।
|
38. ଏଉତ୍ତାରୁ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ ।
|
48. ପୁଣି ସେମାନେ ଅବାରୀମ ପର୍ବତରୁ ଯାତ୍ରା କରି ଯିରୀହୋ-ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ ପଦାରେ ଛାଉଣି ସ୍ଥାପନ କଲେ ।
|
49. ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବୈତ୍ଯିଶୀମୋତଠାରୁ ଆବେଲ ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ ।
|
52. ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ ।
|
53. ପୁଣି ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ ।
|
54. ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ଵାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ ।
|
55. ମାତ୍ର ଯେବେ ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ଵରୂପ ଓ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ଵରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ ।
|