11. ମୃତ୍ୟୁ ନିମନ୍ତେ ଘେନା ଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷା; ହୁଅ ନାହିଁ ।
|
12. ଯେବେ ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବାକର୍ତ୍ତା କʼଣ ତାହା ବୁଝନ୍ତି ନାହିଁ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କʼଣ ତାହା ଜାଣନ୍ତି ନାହିଁ? ଆଉ, ସେ କʼଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ?
|
13. ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ତକୁ ସୁସ୍ଵାଦୁ ଲାଗିବ ।
|
14. ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ ।
|
15. ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମସ୍ଥାନ ଲୁଟ କର ନାହିଁ ।
|
25. ମାତ୍ର ଯେଉଁମାନେ ତାହାକୁ ଅନୁଯୋଗ କରନ୍ତି, ସେମାନଙ୍କର ଆନନ୍ଦ ହେବ; ପୁଣି, ଉତ୍ତମ ଆଶୀର୍ବାଦ ସେମାନଙ୍କ ଉପରେ ବର୍ତ୍ତେ ।
|
27. ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର ।
|
29. ସେ ମୋʼ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି,ଏରୂପ କୁହ ନାହିଁ ।
|
31. ପୁଣି ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରିସବୁ ଭଗ୍ନ ହୋଇଅଛି ।
|