3. କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ ।
|
4. ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ଵର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର ।
|
5. ତାହାର ସମସ୍ତ ଗତି ସର୍ବଦା ଦୃଢ଼; ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ଵବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ ।
|
8. ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ ।
|
9. ଯେପରି ସିଂହ ଆପଣା ଗହ୍ଵରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ ।
|
11. ସେ ଆପଣା ମନେ ମନେ କହେ, ପରମେଶ୍ଵର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ ।
|
13. ଦୁଷ୍ଟଲୋକ କାହିଁକି ପରମେଶ୍ଵରଙ୍କୁ ଅବଜ୍ଞା କରେ ଓ ତୁମ୍ଭେ ଅନୁସନ୍ଧାନ କରିବ ନାହିଁ ବୋଲି ସେ ଆପଣା ମନେ ମନେ କହେ?
|
14. ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ଵେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ ।
|
15. ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ; ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର ।
|
17. ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;
|
18. ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ ।
|