ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ଦାଉଦଙ୍କର ଗାନାର୍ଥକ ଗୀତ । ହେ ପରମେଶ୍ଵର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି ।
2. ହେ ନେବଲ ଓ ବୀଣେ, ଜାଗ; ମୁଁ ନିଜେ ଅତି ପ୍ରଭାତରେ ଜାଗିବି ।
3. ହେ ସଦାପ୍ରଭୋ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି ।
4. ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ;
5. ହେ ପରମେଶ୍ଵର, ତୁମ୍ଭେ ଆକାଶମଣ୍ତଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ ।
6. ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ ।
7. ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍କୋତ ଉପତ୍ୟକା ମାପିବି ।
8. ଗିଲୀୟଦ ମୋହର; ମନଃଶି ମୋହର; ଇଫ୍ରୟିମ ମଧ୍ୟ ମୋʼ ମସ୍ତକର ଆଶ୍ରୟ; ଯିହୁଦା ମୋହର ରାଜଦଣ୍ତ ।
9. ମୋୟାବ ମୋʼ ପ୍ରକ୍ଷାଳନ-ପାତ୍ର; ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି । ପଲେଷ୍ଟୀୟ ଉପରେ ଜୟଧ୍ଵନି କରିବି ।
10. କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?
11. ହେ ପରମେଶ୍ଵର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ପୁଣି, ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ ।
12. ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା ।
13. ପରମେଶ୍ଵରଙ୍କ ଦ୍ଵାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 108 / 150
1 ଦାଉଦଙ୍କର ଗାନାର୍ଥକ ଗୀତ । ହେ ପରମେଶ୍ଵର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି । 2 ହେ ନେବଲ ଓ ବୀଣେ, ଜାଗ; ମୁଁ ନିଜେ ଅତି ପ୍ରଭାତରେ ଜାଗିବି । 3 ହେ ସଦାପ୍ରଭୋ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି । 4 ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ; 5 ହେ ପରମେଶ୍ଵର, ତୁମ୍ଭେ ଆକାଶମଣ୍ତଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ । 6 ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ । 7 ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍କୋତ ଉପତ୍ୟକା ମାପିବି । 8 ଗିଲୀୟଦ ମୋହର; ମନଃଶି ମୋହର; ଇଫ୍ରୟିମ ମଧ୍ୟ ମୋʼ ମସ୍ତକର ଆଶ୍ରୟ; ଯିହୁଦା ମୋହର ରାଜଦଣ୍ତ । 9 ମୋୟାବ ମୋʼ ପ୍ରକ୍ଷାଳନ-ପାତ୍ର; ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି । ପଲେଷ୍ଟୀୟ ଉପରେ ଜୟଧ୍ଵନି କରିବି । 10 କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି? 11 ହେ ପରମେଶ୍ଵର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ପୁଣି, ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ । 12 ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା । 13 ପରମେଶ୍ଵରଙ୍କ ଦ୍ଵାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 108 / 150
×

Alert

×

Oriya Letters Keypad References