ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ-ଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ ।
2. ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶ-ତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର ।
3. ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ଵନିରେ ମନୋହର ବାଦ୍ୟ କର ।
4. କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ଵସ୍ତତାରେ ସାଧିତ ।
5. ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;
6. ଗଗନମଣ୍ତଳ ସଦାପ୍ରଭୁଙ୍କ ବାକ୍ୟରେ,ଣଣଏବ୍ରୀ ୧୧:୩ ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ଵାସରେ ନିର୍ମିତ ।
7. ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ତାରରେ ସଞ୍ଚୟ କରନ୍ତି ।
8. ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ ।
9. ସେ କହିବାମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା- ମାତ୍ରେ ସ୍ଥିତି ହେଲା ।
10. ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଙ୍କଳ୍ପସବୁ ବିଫଳ କରନ୍ତି ।
11. ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଙ୍କଳ୍ପ-ସବୁ ପୁରୁଷାନୁକ୍ରମେ ଥାଏ ।
12. ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ଵର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ ।
13. ସଦାପ୍ରଭୁ ସ୍ଵର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ମନୁଷ୍ୟ-ସନ୍ତାନକୁ ନିରୀକ୍ଷଣ କରନ୍ତିନ୍ତ
14. ସେ ଆପଣା ନିବାସ-ସ୍ଥାନରୁ ପୃଥିବୀ-ନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି;
15. ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ଆଲୋଚନା କରନ୍ତି ।
16. କୌଣସି ରାଜା ଅପାର ସୈନ୍ୟ ଦ୍ଵାରା ତ୍ରାଣ ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ଵାରା ଉଦ୍ଧାର ପାଏ ନାହିଁ ।
17. ରକ୍ଷାର୍ଥେ ଅଶ୍ଵ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ଵାରା କାହାକୁ ରକ୍ଷା କରି ପାରିବ ନାହିଁ ।
18. ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,
19. ସେମାନଙ୍କ ପ୍ରାଣ ମୃତ୍ୟୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ ।
20. ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ ।
21. ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ଵାସ କରିଅଛୁ ।
22. ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ ।

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 33 / 150
1 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ-ଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ । 2 ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶ-ତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର । 3 ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ଵନିରେ ମନୋହର ବାଦ୍ୟ କର । 4 କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ଵସ୍ତତାରେ ସାଧିତ । 5 ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ; 6 ଗଗନମଣ୍ତଳ ସଦାପ୍ରଭୁଙ୍କ ବାକ୍ୟରେ,ଣଣଏବ୍ରୀ ୧୧:୩ ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ଵାସରେ ନିର୍ମିତ । 7 ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ତାରରେ ସଞ୍ଚୟ କରନ୍ତି । 8 ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ । 9 ସେ କହିବାମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା- ମାତ୍ରେ ସ୍ଥିତି ହେଲା । 10 ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଙ୍କଳ୍ପସବୁ ବିଫଳ କରନ୍ତି । 11 ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଙ୍କଳ୍ପ-ସବୁ ପୁରୁଷାନୁକ୍ରମେ ଥାଏ । 12 ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ଵର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ । 13 ସଦାପ୍ରଭୁ ସ୍ଵର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ମନୁଷ୍ୟ-ସନ୍ତାନକୁ ନିରୀକ୍ଷଣ କରନ୍ତିନ୍ତ 14 ସେ ଆପଣା ନିବାସ-ସ୍ଥାନରୁ ପୃଥିବୀ-ନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି; 15 ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ଆଲୋଚନା କରନ୍ତି । 16 କୌଣସି ରାଜା ଅପାର ସୈନ୍ୟ ଦ୍ଵାରା ତ୍ରାଣ ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ଵାରା ଉଦ୍ଧାର ପାଏ ନାହିଁ । 17 ରକ୍ଷାର୍ଥେ ଅଶ୍ଵ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ଵାରା କାହାକୁ ରକ୍ଷା କରି ପାରିବ ନାହିଁ । 18 ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି, 19 ସେମାନଙ୍କ ପ୍ରାଣ ମୃତ୍ୟୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ । 20 ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ । 21 ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ଵାସ କରିଅଛୁ । 22 ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 33 / 150
×

Alert

×

Oriya Letters Keypad References