ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବଂଶାବଳୀ
1. ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ ।
2. ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେ ଯେ ନଗର ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ-ସନ୍ତାନଗଣକୁ ବାସ କରାଇଲେ ।
3. ଅନନ୍ତର ଶଲୋମନ ହମାତ୍-ସୋବାକୁ ଯାଇ ତାହା ପରାସ୍ତ କଲେ ।
4. ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ରେ ଭଣ୍ତାର-ନଗରସବୁ ନିର୍ମାଣ କଲେ ।
5. ଆହୁରି ସେ ଉପରିସ୍ଥ ବୈଥୋରୋଣ ଓ ନୀଚସ୍ଥ ବୈଥୋରଣ, ପ୍ରାଚୀରବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ଵାର ଓ ଅର୍ଗଳ ସମେତ ନିର୍ମାଣ କଲେ;
6. ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ତାର-ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ଵାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନ୍ରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ ।
7. ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ,
8. ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠି-କର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ ।
9. ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ଵାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ ।
10. ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କଲେ ।
11. ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ-ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେ ଯେ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର ।
12. ତହୁ ଶଲୋମନ ବରଣ୍ତା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;
13. ସେ ମୋଶାଙ୍କର ଆଜ୍ଞାପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୋଟୀର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ଵୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ ।
14. ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ଵାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ଵାରରେ ନିଯୁକ୍ତ କଲେ; କାରଣ ପରମେଶ୍ଵରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ ।
15. ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ତାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ ।
16. ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ଓ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା । ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା ।
17. ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସୀୟୋନ-ଗେବରକୁ ଓ ଏଲତକୁ ଗଲେ ।
18. ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀର୍କୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳ; ସୁନା ଆଣିଲେ ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 36
1 ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ । 2 ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେ ଯେ ନଗର ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ-ସନ୍ତାନଗଣକୁ ବାସ କରାଇଲେ । 3 ଅନନ୍ତର ଶଲୋମନ ହମାତ୍-ସୋବାକୁ ଯାଇ ତାହା ପରାସ୍ତ କଲେ । 4 ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ରେ ଭଣ୍ତାର-ନଗରସବୁ ନିର୍ମାଣ କଲେ । 5 ଆହୁରି ସେ ଉପରିସ୍ଥ ବୈଥୋରୋଣ ଓ ନୀଚସ୍ଥ ବୈଥୋରଣ, ପ୍ରାଚୀରବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ଵାର ଓ ଅର୍ଗଳ ସମେତ ନିର୍ମାଣ କଲେ; 6 ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ତାର-ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ଵାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନ୍ରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ । 7 ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ, 8 ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠି-କର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ । 9 ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ଵାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ । 10 ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କଲେ । 11 ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ-ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେ ଯେ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର । 12 ତହୁ ଶଲୋମନ ବରଣ୍ତା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ; 13 ସେ ମୋଶାଙ୍କର ଆଜ୍ଞାପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୋଟୀର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ଵୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ । 14 ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ଵାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ଵାରରେ ନିଯୁକ୍ତ କଲେ; କାରଣ ପରମେଶ୍ଵରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ । 15 ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ତାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ । 16 ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ଓ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା । ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା । 17 ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସୀୟୋନ-ଗେବରକୁ ଓ ଏଲତକୁ ଗଲେ । 18 ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀର୍କୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳ; ସୁନା ଆଣିଲେ ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 36
×

Alert

×

Oriya Letters Keypad References