ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହିଜିକଲ
1. ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
2. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍ର ଓ ତୁବଲର ଅଧିପତି ମାଗୋଗ୍ ଦେଶୀୟ ଗୋଗ୍ ଆଡ଼େ ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ,
3. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍ର ଓ ତୁବଲର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ।
4. ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତକୁ, ଅଶ୍ଵ ଓ ଅଶ୍ଵାରୋହୀ-ଗଣକୁ ବାହାର କରି ଆଣିବା, ସେସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ଼୍‍ଗଧାରୀ ଅଟନ୍ତି;
5. ସେମାନଙ୍କ ସଙ୍ଗେ ପାରସ୍ୟ, କୂଶ ଓ ପୂଟ୍; ସେସମସ୍ତେ ଢାଲ ଓ ଟୋପରଧାରୀ;
6. ଗୋମର ଓ ତାହାର ସମସ୍ତ ଲୋକଦଳ; ଉତ୍ତର ଦିଗର ପ୍ରାନ୍ତସୀମାସ୍ଥିତ ତୋଗର୍ମାର ବଂଶ ଓ ତାହାର ସମସ୍ତ ଲୋକଦଳକୁ; ଏହି ପ୍ରକାର ଅନେକ ଗୋଷ୍ଠୀୟମାନଙ୍କୁ ତୁମ୍ଭ ସଙ୍ଗେ ଆଣିବା ।
7. ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ଆପଣାକୁ ଓ ତୁମ୍ଭ ନିକଟରେ ଏକତ୍ରିତ ତୁମ୍ଭର ସମସ୍ତ ସମାଜକୁ ପ୍ରସ୍ତୁତ କର, ଆଉ ତୁମ୍ଭେ ସେମାନଙ୍କର ରକ୍ଷକ ହୁଅ ।
8. ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ଵାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ଼୍‍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ ।
9. ପୁଣି, ତୁମ୍ଭେ ଉପରକୁ ଉଠି, ବତାସ ପରି ଆସିବ, ଦେଶକୁ ଆଚ୍ଛନ୍ନ କରିବା ପାଇଁ ତୁମ୍ଭେ, ଆଉ ତୁମ୍ଭର ସମସ୍ତ ସୈନ୍ୟଦଳ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ମେଘ ତୁଲ୍ୟ ହେବେ ।
10. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସେସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଙ୍କଳ୍ପ କରିବ;
11. ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ;
12. ଲୁଟିବାକୁ ଓ ଦ୍ରବ୍ୟ ଅପହରଣ କରିବାକୁ ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯାତ୍ରା କରିବା; ଯେଉଁ ସକଳ ଉତ୍ସନ୍ନ ସ୍ଥାନ ଏବେ ବସତିବିଶିଷ୍ଟ ହୋଇଅଛି, ତହିଁର ବିରୁଦ୍ଧରେ ଓ ଯେଉଁ ଗୋଷ୍ଠୀ ନାନା ଦେଶୀୟମାନଙ୍କ ମଧ୍ୟରୁ ସଂଗୃହୀତ ହୋଇଅଛନ୍ତି, ପଶୁ ଓ ଦ୍ରବ୍ୟାଦି ପ୍ରାପ୍ତ ହୋଇ ପୃଥିବୀର ମଧ୍ୟଭାଗରେ ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ହସ୍ତାର୍ପଣ କରିବା ପାଇଁ (ତୁମ୍ଭେ ଯିବ) ।
13. ଶିବା, ଦଦାନ ଓ ତର୍ଶୀଶର ବଣିକଗଣ, ଆଉ ସେଠାସ୍ଥିତ ଯୁବା ସିଂହ ସକଳ ତୁମ୍ଭକୁ କହିବେ, ତୁମ୍ଭେ କି ଲୁଟିବାକୁ ଆସିଅଛ? ତୁମ୍ଭେ କି ଦ୍ରବ୍ୟ ଅପହରଣ କରିବା ପାଇଁ ଆପଣାର ଜନସମାଜ ଏକତ୍ର କରିଅଛ? ରୂପା, ସୁନା ବହି ନେବାର, ପଶୁ ଓ ଦ୍ରବ୍ୟାଦି ପ୍ରଚୁର ଲୁଟି ନେଇଯିବାର କି ତୁମ୍ଭର ଅଭିପ୍ରାୟ?
14. ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରି ଗୋଗ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ସେଦିନ ଯେତେବେଳେ ଆମ୍ଭ ଇସ୍ରାଏଲର ଲୋକମାନେ ନିରାପଦରେ ବାସ କରିବେ, ସେତେବେଳେ ତୁମ୍ଭେ କି ତାହା ଜାଣିବ ନାହିଁ?
15. ପୁଣି, ତୁମ୍ଭେ ଆପଣା ସ୍ଥାନ, ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ଆସିବେ, ସେସମସ୍ତେ ଅଶ୍ଵାରୋହୀ ମହାସମାଜ ଓ ବିକ୍ରମୀ ସୈନ୍ୟସାମନ୍ତ;
16. ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା ।
17. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ଵାରା, ଅର୍ଥାତ୍, ଯେଉଁମାନେ ସେକାଳରେ ଅନେକ ବର୍ଷଯାଏ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍-ବକ୍ତାଗଣ, ସେମାନଙ୍କ ଦ୍ଵାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି?
18. ପୁଣି, ପ୍ରଭୁ ସଦାପ୍ରଭୁ କହନ୍ତି, ଯେଉଁ ଦିନ ଗୋଗ୍ ଇସ୍ରାଏଲ ଦେଶ ବିରୁଦ୍ଧରେ ଆସିବ, ସେସମୟରେ ଆମ୍ଭର କୋପ ଆମ୍ଭର ନାସାରନ୍ଧ୍ରକୁ ଉଠିବ ।
19. କାରଣ ଆମ୍ଭେ ଆପଣା ଅନ୍ତର୍ଜ୍ଵାଳା ଓ କୋପାନଳରେ କହିଅଛୁ, ଅବଶ୍ୟ ସେଦିନ ଇସ୍ରାଏଲ ଦେଶରେ ମହାକମ୍ପ ହେବ;
20. ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍ ହେବ ।
21. ପୁଣି, ଆମ୍ଭେ ତାହାର ବିରୁଦ୍ଧରେ ଖଡ଼୍‍ଗ ପାଇଁ ଆମ୍ଭର ପର୍ବତ-ସକଳକୁ ଆହ୍ଵାନ କରିବା; ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ପ୍ରତ୍ୟେକ ଲୋକର ଖଡ଼୍‍ଗ ତାହାର ଭ୍ରାତାର ପ୍ରତିକୂଳ ହେବ ।
22. ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ଵାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍ ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା ।
23. ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 38 / 48
1 ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, 2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍ର ଓ ତୁବଲର ଅଧିପତି ମାଗୋଗ୍ ଦେଶୀୟ ଗୋଗ୍ ଆଡ଼େ ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, 3 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍ର ଓ ତୁବଲର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ । 4 ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତକୁ, ଅଶ୍ଵ ଓ ଅଶ୍ଵାରୋହୀ-ଗଣକୁ ବାହାର କରି ଆଣିବା, ସେସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ଼୍‍ଗଧାରୀ ଅଟନ୍ତି; 5 ସେମାନଙ୍କ ସଙ୍ଗେ ପାରସ୍ୟ, କୂଶ ଓ ପୂଟ୍; ସେସମସ୍ତେ ଢାଲ ଓ ଟୋପରଧାରୀ; 6 ଗୋମର ଓ ତାହାର ସମସ୍ତ ଲୋକଦଳ; ଉତ୍ତର ଦିଗର ପ୍ରାନ୍ତସୀମାସ୍ଥିତ ତୋଗର୍ମାର ବଂଶ ଓ ତାହାର ସମସ୍ତ ଲୋକଦଳକୁ; ଏହି ପ୍ରକାର ଅନେକ ଗୋଷ୍ଠୀୟମାନଙ୍କୁ ତୁମ୍ଭ ସଙ୍ଗେ ଆଣିବା । 7 ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ଆପଣାକୁ ଓ ତୁମ୍ଭ ନିକଟରେ ଏକତ୍ରିତ ତୁମ୍ଭର ସମସ୍ତ ସମାଜକୁ ପ୍ରସ୍ତୁତ କର, ଆଉ ତୁମ୍ଭେ ସେମାନଙ୍କର ରକ୍ଷକ ହୁଅ । 8 ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ଵାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ଼୍‍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ । 9 ପୁଣି, ତୁମ୍ଭେ ଉପରକୁ ଉଠି, ବତାସ ପରି ଆସିବ, ଦେଶକୁ ଆଚ୍ଛନ୍ନ କରିବା ପାଇଁ ତୁମ୍ଭେ, ଆଉ ତୁମ୍ଭର ସମସ୍ତ ସୈନ୍ୟଦଳ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ମେଘ ତୁଲ୍ୟ ହେବେ । 10 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସେସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଙ୍କଳ୍ପ କରିବ; 11 ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ; 12 ଲୁଟିବାକୁ ଓ ଦ୍ରବ୍ୟ ଅପହରଣ କରିବାକୁ ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯାତ୍ରା କରିବା; ଯେଉଁ ସକଳ ଉତ୍ସନ୍ନ ସ୍ଥାନ ଏବେ ବସତିବିଶିଷ୍ଟ ହୋଇଅଛି, ତହିଁର ବିରୁଦ୍ଧରେ ଓ ଯେଉଁ ଗୋଷ୍ଠୀ ନାନା ଦେଶୀୟମାନଙ୍କ ମଧ୍ୟରୁ ସଂଗୃହୀତ ହୋଇଅଛନ୍ତି, ପଶୁ ଓ ଦ୍ରବ୍ୟାଦି ପ୍ରାପ୍ତ ହୋଇ ପୃଥିବୀର ମଧ୍ୟଭାଗରେ ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ହସ୍ତାର୍ପଣ କରିବା ପାଇଁ (ତୁମ୍ଭେ ଯିବ) । 13 ଶିବା, ଦଦାନ ଓ ତର୍ଶୀଶର ବଣିକଗଣ, ଆଉ ସେଠାସ୍ଥିତ ଯୁବା ସିଂହ ସକଳ ତୁମ୍ଭକୁ କହିବେ, ତୁମ୍ଭେ କି ଲୁଟିବାକୁ ଆସିଅଛ? ତୁମ୍ଭେ କି ଦ୍ରବ୍ୟ ଅପହରଣ କରିବା ପାଇଁ ଆପଣାର ଜନସମାଜ ଏକତ୍ର କରିଅଛ? ରୂପା, ସୁନା ବହି ନେବାର, ପଶୁ ଓ ଦ୍ରବ୍ୟାଦି ପ୍ରଚୁର ଲୁଟି ନେଇଯିବାର କି ତୁମ୍ଭର ଅଭିପ୍ରାୟ? 14 ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରି ଗୋଗ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ସେଦିନ ଯେତେବେଳେ ଆମ୍ଭ ଇସ୍ରାଏଲର ଲୋକମାନେ ନିରାପଦରେ ବାସ କରିବେ, ସେତେବେଳେ ତୁମ୍ଭେ କି ତାହା ଜାଣିବ ନାହିଁ? 15 ପୁଣି, ତୁମ୍ଭେ ଆପଣା ସ୍ଥାନ, ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ଆସିବେ, ସେସମସ୍ତେ ଅଶ୍ଵାରୋହୀ ମହାସମାଜ ଓ ବିକ୍ରମୀ ସୈନ୍ୟସାମନ୍ତ; 16 ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା । 17 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ଵାରା, ଅର୍ଥାତ୍, ଯେଉଁମାନେ ସେକାଳରେ ଅନେକ ବର୍ଷଯାଏ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍-ବକ୍ତାଗଣ, ସେମାନଙ୍କ ଦ୍ଵାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି? 18 ପୁଣି, ପ୍ରଭୁ ସଦାପ୍ରଭୁ କହନ୍ତି, ଯେଉଁ ଦିନ ଗୋଗ୍ ଇସ୍ରାଏଲ ଦେଶ ବିରୁଦ୍ଧରେ ଆସିବ, ସେସମୟରେ ଆମ୍ଭର କୋପ ଆମ୍ଭର ନାସାରନ୍ଧ୍ରକୁ ଉଠିବ । 19 କାରଣ ଆମ୍ଭେ ଆପଣା ଅନ୍ତର୍ଜ୍ଵାଳା ଓ କୋପାନଳରେ କହିଅଛୁ, ଅବଶ୍ୟ ସେଦିନ ଇସ୍ରାଏଲ ଦେଶରେ ମହାକମ୍ପ ହେବ; 20 ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍ ହେବ । 21 ପୁଣି, ଆମ୍ଭେ ତାହାର ବିରୁଦ୍ଧରେ ଖଡ଼୍‍ଗ ପାଇଁ ଆମ୍ଭର ପର୍ବତ-ସକଳକୁ ଆହ୍ଵାନ କରିବା; ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ପ୍ରତ୍ୟେକ ଲୋକର ଖଡ଼୍‍ଗ ତାହାର ଭ୍ରାତାର ପ୍ରତିକୂଳ ହେବ । 22 ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ଵାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍ ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା । 23 ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 38 / 48
×

Alert

×

Oriya Letters Keypad References